Posted inଜାତୀୟ

ଦିଲ୍ଲୀର ନିଜର ହେବ ଶିକ୍ଷା ବୋର୍ଡ

ନୂଆଦିଲ୍ଲୀ,୬ ।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଶନିବାର କ୍ୟାବିନେଟ ବୈଠକ ପରେ ଡିଜିଟାଲ ପ୍ରେସ କନଫରେନ୍ସ ମାଧ୍ୟମରେ ଏକ ବଡ ଘୋଷଣା କରିଛନ୍ତି । ସେ କହିଛନ୍ତି ଦିଲ୍ଲୀର ନିଜର ଶିକ୍ଷା ବୋର୍ଡ ହେବ । ଏଥିପାଇଁ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛି । ‘ଦିଲ୍ଲୀ ବୋର୍ଡ ଅଫ୍ ସ୍କୁଲ ଏଜୁକେଶ’ ସ୍ଥାପନ କରାଯିବ । ଏଥିରେ ଦିଲ୍ଲୀର ଶିକ୍ଷା ବ୍ୟବସ୍ଥାରେ କ୍ରାନ୍ତିକାରୀ ପରିବର୍ତ୍ତନକୁ ବୋର୍ଡ ଆହୁରି ଉପରକୁ ନେବ । ଏହାଦ୍ୱାରା କେବଳ ଦିଲ୍ଲୀ ନୁହେଁ ବରଂ ଦେଶର ଶିକ୍ଷା ବ୍ୟବସ୍ଥା ଉପରେ ବଡ ପ୍ରଭାବ ପଡିବାକୁ ଯାଉଛି । ସେ ଆହୁରି ମଧ୍ୟ କହିଛନ୍ତି ଗତ ୬ ବର୍ଷ ମଧ୍ୟରେ ସାରା ଦେଶ ଦେଖୁଛି ଯେ ଦିଲ୍ଲୀର ଶିକ୍ଷା ବ୍ୟବସ୍ଥାରେ କ୍ରାନ୍ତିକାରୀ ପରିବର୍ତ୍ତନ ହୋଇଛି । ଏଥିପାଇଁ ସରକାର ପ୍ରତିବର୍ଷ ବଜେଟର ୨୫ ପ୍ରତିଶତ ଶିକ୍ଷା ପାଇଁ ରଖୁଛନ୍ତି । ତେବେ ଦିଲ୍ଲୀ ଶିକ୍ଷା ବୋର୍ଡର ଉଦ୍ଦେଶ୍ୟ ହେଉଛି ପିଲାମାନଙ୍କୁ ଭଲ ମଣିଷ କରି ଗଢିବା । ଦେଶଭକ୍ତ କରିବା ଓ ରୋଜଗାର ପାଇଁ ସେମାନଙ୍କୁ ପ୍ରସ୍ତୁତ କରିବା ।


Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ଦିଲ୍ଲୀରେ ଭୀଷଣ ହେଉଛି ବାୟୂ ପ୍ରଦୂଷଣ, ଏୟାର୍ ପ୍ୟୁରିଫାୟର୍‌ରେ GST କମାଇବାକୁ ମନାକଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,,୨୬।୧୨: ଦିଲ୍ଲୀ ବାୟୁ ପ୍ରଦୂଷଣରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସରକାରଙ୍କ ଅନେକ ପଦକ୍ଷେପ ସତ୍ତ୍ୱେ ଏଥିରେ ସୁଧାର ଆସୁ ନାହିଁ। ଫଳରେ ଲୋକେ କେବଳ ଅତ୍ୟାଧୁନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri