Posted inଖେଳ

ଏହି ଭାରତୀୟ ଖେଳାଳିଙ୍କୁ ପ୍ରଶଂସାରେ ପୋତି ପକାଇଲେ କୋଚ୍‌ ଶାସ୍ତ୍ରୀ

ଅହମ୍ମଦାବାଦ,୭।୩ : ଭାରତୀୟ ଦଳର ଅଲରାଉଣ୍ଡର ଓ୍ବାଶିଂଟନ ସୁନ୍ଦରଙ୍କ ନିକଟରେ ଯେଉଁଭଳି ଦକ୍ଷତା ରହିଛି, ସେଭଳି ଦକ୍ଷତା ମୁଁ ଖେଳିଲା ବେଳେ ନ ଥିଲା। ସୁନ୍ଦରଙ୍କୁ ଏଭଳି ପ୍ରଶଂସାରେ ପୋତି ପକାଇଛନ୍ତି ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ।

” ସୁନ୍ଦରଙ୍କ ନିକଟରେ ମୋ ଠାରୁ ଅଧିକ ଦକ୍ଷତା ରହିଛି। ମୁଁ ଭାବୁଛି, ସେ ତାଙ୍କ ରାଜ୍ୟ ପାଇଁ ଖେଳିଲାବେଳେ ଟପ୍‌-୪ରେ ବ୍ୟାଟିଂ କରିବା ଉଚିତ। ତାଙ୍କ ବ୍ୟାଟିଂ ଉପରେ କୌଣସି ସନ୍ଦେହ ନାହିଁ। ସେ ଯଦି ବୋଲିଂ ଉପରେ ଆହୁରି କାମ କରନ୍ତେ, ତେବେ ଟିମ୍‌ ଇଣ୍ଡିଆର ବ୍ୟାଟିଂ କ୍ରମରେ ୬ନଂ ପାଇଁ ଶ୍ରେଷ୍ଠ ବିକଳ୍ପ ହୋଇପାରନ୍ତେ। ନିମ୍ନକ୍ରମରେ ୬୦ରୁ ୭୦ ରନ୍‌ କରିବା ସହ ବୋଲିଂ କରିପାରୁଥିବା ଖେଳାଳି ଦଳକୁ ଦରକାର। ଦଳରେ ମୋ ଦାୟିତ୍ୱ ମଧ୍ୟ ସମାନ ଥିଲା। ମୁଁ ଭାବୁଛି, ସେ ସେହି ଭୂମିକାକୁ ମୋ ଠାରୁ ବେଶ୍‌ ଭଲ ସେ କରିପାରିବେ “ ବୋଲି ଶାସ୍ତ୍ରୀ କହିଛନ୍ତି।

ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ଚତୁର୍ଥ ଟେଷ୍ଟ ମ୍ୟାଚ୍‌କୁ ଭାରତ ଏକ ଇନିଂସ ଓ ୨୫ ରନ୍‌ରେ ଜିତି ନେଇଛି। ଏହି ମ୍ୟାଚ୍‌ରେ ସୁନ୍ଦର ଅପରାଜିତ ୯୬ ରନ୍‌ର ଇନିଂସ ଖେଳି ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ବାମଣ୍ଡା କପ୍‌ କ୍ରିକେଟ: ଫାଇନାଲରେ ୟୁନିୟନ ସ୍ପୋର୍ଟିଂ କଟକ

ଦେବଗଡ଼, ୨୭ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ୩୫ତମ ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟର ଶନିବାର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ ଅରୁଣୋଦୟ ରାଞ୍ଚି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri