ବିବାହ କଲେ ବିଶ୍ୱର ସବୁଠୁ ଧନୀ ବ୍ୟକ୍ତିଙ୍କ ପୂର୍ବତନ ସ୍ତ୍ରୀ

ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି ତଥା ଆମାଜନର ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ସ୍ତ୍ରୀ ମାକେଞ୍ଜି ସ୍କଟ ଜଣେ ଶିକ୍ଷକଙ୍କୁ ବିବାହ କରିଛନ୍ତି। ଆମେରିକାର ସିଏଟଲରେ ରହୁଥିବା ବିଜ୍ଞାନ ଶିକ୍ଷକ ଡନ ଜାଓ୍ବେଟଙ୍କୁ ନିଜ ଜୀବନସାଥୀ ଭାବେ ବାଛିଛନ୍ତି। ମ୍ୟାକେଞ୍ଜି ସ୍କଟ ଜଣେ ସମାଜସେବୀ ଭାବରେ ଜଣାଶୁଣା। ଜାଓ୍ବେଟ ମଧ୍ୟ ଜଣେ ସମାଜସେବକ ଭାବେ କାର୍ଯ୍ୟ କରନ୍ତି। ଜୁଲାଇ ୨୦୨୦ରେ, ସ୍କଟ ୧୧୬ ସ୍ବେଚ୍ଛାସେବୀ ସଂଗଠନକୁ ୧.୬୮ ଅରବ ଆମେରିକୀୟ ଡଲାର୍‌ ଦାନ କରିଥିଲେ। କରୋନା ପ୍ରଭାବିତ ଲୋକଙ୍କୁ ସାହାଯ୍ୟ କରିବା ଉଦ୍ଦେଶ୍ୟରେ ଏହି ଦାନ କରାଯାଇଥିଲା। ଯୁକ୍ତରାଷ୍ଟ୍ର ଆମେରିକାରେ ଦାନ କରୁଥିବା ବ୍ୟକ୍ତି ତାଲିକାରେ ସ୍କଟ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ପ୍ରଥମ ସ୍ଥାନରେ ଥିବାବେଳେ ତାଙ୍କର ପୂର୍ବତନ ସ୍ବାମୀ ଜେଫ ବେଜୋସ ଅଛନ୍ତି।
ଜେଫ ଏବଂ ମ୍ୟାକେଞ୍ଜିଙ୍କର ଚାରି ସନ୍ତାନ ଅଛନ୍ତି। ୧୯୯୩ରେ ମଉଭୟଙ୍କ ବିବାହ ହୋଇଥିଲା। ଏକ ବର୍ଷ ପରେ ଜେଫ ସିଏଟଲରେ ଥିବା ତାଙ୍କ ଗ୍ୟାରେଜରେ ଆମାଜନ ଆରମ୍ଭ କରିଥିଲେ। ୨୦୧୯ରେ ଉଭୟଙ୍କ ଛାଡପତ୍ର ହୋଇଥିଲା। ଏହା ପରେ ମ୍ୟାକେଞ୍ଜି ଦୁନିଆର ଚତୁର୍ଥ ଧନୀ ମହିଳା ହୋଇଥିଲେ। ଜେଫ ଏବଂ ମ୍ୟାକେଞ୍ଜିଙ୍କର ସବୁଠାରୁ ମହଙ୍ଗା ଛାଡପତ୍ର ପ୍ରକ୍ରିୟା ହୋଇଥିଲା। ମ୍ୟାକେଞ୍ଜି ଆମାଜନର ୩୮ ବିଲିୟନ ଡଲାର ଅଂଶଧନ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ପରଲୋକ

ଲସ ଆଞ୍ଜେଲସ,୫।୫: ହଲିଉଡରୁ ଏକ ଦୁଃଖଦ ଖବର ଆସିଛି। ସୁପରହିଟ ଫିଲ୍ମ ‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ଦେହାନ୍ତ ହୋଇଛି। ବର୍ନାର୍ଡଙ୍କ ମୃତ୍ୟୁ ଖବର...

ଇନଷ୍ଟାଗ୍ରାମ ରିଲ କରିବାକୁ ଆପଣଙ୍କ ଫୋନରେ କେତେ ମେଗାପିକ୍ସେଲ କ୍ୟାମେରା ହେବା ଜରୁରୀ ଜାଣନ୍ତୁ

ନୂଆଦିଲ୍ଲୀ: ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଏକ ରିଲ ତିଆରି କରି ସମସ୍ତେ ଫେମଶ ହେବାକୁ ଚାହାଁନ୍ତି। ଏଥିପାଇଁ ଅନେକ ଲୋକ ବହୁତ କଠିନ ପରିଶ୍ରମ...

ବ୍ୟାନ ହେଲା ଅଲ ଜଜିରା, ନେତାନ୍ୟାହୁ କହିଲେ ଉସକାଇବା ଚ୍ୟାନେଲ

ଜେରୁଜେଲମ,୫।୫: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ରବିବାର (୫ ମଇ ୨୦୨୪) ଇସ୍ରାଏଲର ଅଲ ଜଜିରା ଟେଲିଭିଜନ ଚ୍ୟାନେଲ ଉପରେ ପ୍ରତିବନ୍ଧକ ଘୋଷଣା କରିଛନ୍ତି। ସେ...

ମୋଷ୍ଟ ଓ୍ବାଣ୍ଟେଡ ତାଲିକାରେ ୟୁକ୍ରେନ ରାଷ୍ଟ୍ରପତି, ଆଉ କିଛି ଦେଶର ନେତାଙ୍କର ରହିଛି ନାଁ!

ମସ୍କୋ,୫।୫: ରୁଷିଆ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କିଙ୍କ ବିରୋଧରେ ଅପରାଧିକ ମାମଲା ରୁଜୁ କରି ତାଙ୍କୁ ଓ୍ବାଣ୍ଟେଡ ତାଲିକାରେ ରଖିଛି। ଏ ବାବଦରେ ଆଉ କୌଣସି...

ପ୍ରଥମ ରୋଜଗାର ଟଙ୍କାର ସ୍ପର୍ଶ ଓ ଆପଣାପଣ ମୋ ପାଇଁ ଅଭୁଲା: ଗାଳ୍ପିକା ହେମାଙ୍ଗିନୀ ଦାଶ

ସେତେବେଳେ ବାପା ଥିଲେ ଆମ ପରିବାରର ଏକମାତ୍ର ଉପାର୍ଜନକ୍ଷମ ବ୍ୟକ୍ତି। ଜମିବାଡ଼ି ଅଧିକ ଥିଲା ବୋଲି ମୋ ସାନ ଜେଜେମା’ ତାଙ୍କୁ ଶିକ୍ଷକତା କରିବାକୁ ଦେଇ...

ପୋଲିସ କୁକୁରଙ୍କୁ ଏଭଳି ଦିଆଯାଏ କଡ଼ା ଟ୍ରେନିଂ,Video ଦେଖିଲେ ହେବେ ଚକିତ…

ପୋଲିସ ଏବଂ ଯବାନମାନଙ୍କ ଟ୍ରେନିଂ ବହୁତ କଷ୍ଟକର। ଫିଲ୍ମରେ ସାଧାରଣତଃ ଏହି ଟ୍ରେନିଂର କିଛି ଦୃଶ୍ୟ ଦେଖାଯାଇଥାଏ, ଯେଉଁଥିରେ ଦଉଡ଼ି ଲଗାଇ ଝୁଲିବାଠାରୁ ବନ୍ଧୁକ ଚଳାଇବାର...

ବ୍ରାଜିଲରେ ଭୟଙ୍କର ବନ୍ୟା, ୫୬ ମୃତ

ବ୍ରାଜିଲ,୫।୫: ତାଣ୍ଡବ ରଚିଲା ପ୍ରକୃତି। ବ୍ରାଜିଲରେ ଦେଖାଯାଇଛି ଭୟଙ୍କର ବନ୍ୟା । ଦକ୍ଷିଣ ଆଫ୍ରିକାରେ ପ୍ରବଳ ବର୍ଷା କାରଣରୁ ଭୟଙ୍କର ବନ୍ୟା ସୃଷ୍ଟି ହୋଇଛି ।...

୧୭ ରୋଗୀଙ୍କୁ ମାରିଥିବା ନର୍ସଙ୍କୁ ୭୦୦ ବର୍ଷ ଜେଲ

ଓ୍ବାଶିଂଟନ,୫ା୫: ୧୭ ଜଣ ରୋଗୀଙ୍କୁ ମାରିଥିବା ଆମେରିକା ପେନ୍‌ସିଲଭାନିଆର ଜଣେ ନର୍ସଙ୍କୁ ଶନିବାର ୩୮୦ରୁ ୭୦୦ ବର୍ଷ ଜେଲଦଣ୍ଡ ହୋଇଛି। ହିଥର ପ୍ରେସ୍‌ଦି (୪୧) ନାମ୍ନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri