‘ମା’ମାନଙ୍କଠାରେ ନେତୃତ୍ୱର ଚମକ ରହିଛି’

ଭୁବନେଶ୍ୱର, ୯।୩ (ବ୍ୟୁରୋ): ମା’ ମାନେ ହେଉଛନ୍ତି ଜନ୍ମରୁ ନେତା। ଯିଏ ଘର ଓ ପିଲାଙ୍କ ଦାୟିତ୍ୱ ଠିକ୍‌ ଭାବେ ନେଇପାରୁଛି, ଦେଶ ଓ ସମାଜର ଦାୟିତ୍ୱ ନେବାରେ ତା’ ପାଇଁ କିଛି ଅସୁବିଧା ନାହିଁ। ପ୍ରତ୍ୟେକ ମା’ଙ୍କ ନିକଟରେ ନେତୃତ୍ୱର ଚମକ ରହିଛି। ଆମକୁ ତାଙ୍କ ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବାକୁ ହେବ। ଦେଶ ବିକାଶରେ ଏହି ଶକ୍ତିକୁ ବିନିଯୋଗ କରିବାକୁ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ବିଜେଡି କାର୍ଯ୍ୟାଳୟରେ ବିଜୁ ମହିଳା ଜନତା ଦଳ ପକ୍ଷରୁ ଆୟୋଜିତ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଏହା କହିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି, ମା’ମାନଙ୍କ ପାଇଁ ବିଧାନସଭା ଓ ପାର୍ଲାମେଣ୍ଟରେ ୩୩ ପ୍ରତିଶତ ସ୍ଥାନ ସଂରକ୍ଷଣ କରିବା ସକାଶେ ବିଜେଡି ଦାବି କରିଆସୁଛି। ଏହି ଦାବି ବିଷୟରେ ସାରା ଦେଶର ମା’ମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିଆସୁଛୁ। ଗତ ନିର୍ବାଚନରେ ବିଜେଡି ୩୩ ପ୍ରତିଶତ ସିଟ୍‌ରେ ମା’ମାନଙ୍କୁ ଟିକେଟ ଦେଇଥିଲା। ଆମେ କଥାରେ ନୁହେଁ, କାମରେ ବିଶ୍ୱାସ କରୁ। ବିନା ସୁଧରେ ଋଣ ହେଉ କିମ୍ବା ୫ ହଜାର କୋଟି ଟଙ୍କାର ସରକାରୀ କାମ, ମା’ମାନଙ୍କ ପାଇଁ ୭ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା, ସେମାନଙ୍କ କଲ୍ୟାଣ ପାଇଁ ଜମି ଅଧିକାର, ସମ୍ପତ୍ତି ଅଧିକାର, ରାଶନ କାର୍ଡ, ଝିଅମାନଙ୍କ ପଢିବା ପାଇଁ ବୃତ୍ତି, ହଷ୍ଟେଲ, କର୍ମଜୀବୀ ମହିଳାଙ୍କ ପାଇଁ ହଷ୍ଟେଲ ଆଦି ଅନେକ କାର୍ଯ୍ୟକ୍ରମ କରାଯାଉଛି। ସେମାନଙ୍କ କଲ୍ୟାଣ ଓ ଅଧିକାର ପାଇଁ ବିଜୁ ଜନତା ଦଳର ଲଢେଇ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାମାନଙ୍କୁ ସ୍ବାଗତ କରିଛନ୍ତି। ବିଜେଡିର ସବୁ କାର୍ଯ୍ୟକ୍ରମରେ ମା’ମାନେ ହିଁ ଫୋକସରେ ରହିଛନ୍ତି। ୯୦ ଦଶକରେ ମା’ମାନଙ୍କ ଅଧିକାର ପାଇଁ ବିଜୁବାବୁ ସାରା ଦେଶରେ ଏକ ଐତିହାସିକ ପଦକ୍ଷେପ ନେଇଥିଲେ। ତାକୁ ଆମେ ଆହୁରି ଆଗକୁ ନେଇ ପଞ୍ଚାୟତ ଓ ସ୍ବାୟତ୍ତ ଶାସନ ସଂସ୍ଥାଗୁଡିକରେ ୫୦ ପ୍ରତିଶତ ସ୍ଥାନ ସଂରକ୍ଷଣ କରିଛୁ। ମା’ମାନଙ୍କ ସ୍ବପ୍ନକୁ ସାକାର କରିବାକୁ ବିଜୁ ଜନତା ଦଳ ସମର୍ପିତ ହୋଇ କାମ କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏହି ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ବିଜୁ ମହିଳା ଜନତା ଦଳ ତରଫରୁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ୪ଟି ଧନ୍ୟବାଦ ପ୍ରସ୍ତାବ ସର୍ବସମ୍ମତି କ୍ରମେ ପାରିତ ହୋଇଛି।
ମୁଖ୍ୟମନ୍ତ୍ରୀ ରାଜ୍ୟର ମହିଳାମାନଙ୍କ ବିକାଶ, ଉନ୍ନତି, ପ୍ରଗତି, ସାମାଜିକ ନିରାପତ୍ତା, ଆର୍ଥିକ ସ୍ବାବଲମ୍ବନତା, ରାଜନୈତିକ ସ୍ବୀକୃତି ପ୍ରଦାନ ପୂର୍ବକ ପଞ୍ଚାୟତିରାଜ ଓ ପୌର ସଂସ୍ଥାରେ ୫୦ ପ୍ରତିଶତ ସ୍ଥାନ ସଂରକ୍ଷଣ କରି ଭାରତବର୍ଷରେ ଉଦାହରଣ ସୃଷ୍ଟି କରିଛନ୍ତି। ସେହିପରି ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ୩୩ ପ୍ରତିଶତ ସ୍ଥାନ ମିହଳାଙ୍କ ନିମନ୍ତେ ଲୋକ ସଭା ଓ ବିଧାନସଭାରେ ସଂରକ୍ଷଣ ଦାବି ଉପସ୍ଥାପନ କରିଥିଲେ। ଏହି ପ୍ରସ୍ତାବକୁ କାର୍ଯ୍ୟରେ ପରିଣତ କରିବା ସ୍ବରୂପ ୩୩ ପ୍ରତିଶତ ଆସନ ମହିଳାଙ୍କୁ ଲୋକ ସଭାରେ ପ୍ରଦାନ କରି ସେମାନଙ୍କୁ ଉପଯୁକ୍ତ ସମ୍ମାନ ଦେବାରେ ଭାରତବର୍ଷର ପ୍ରଥମ ମୁଖ୍ୟମନ୍ତ୍ରୀ ପାଲଟିଛନ୍ତି।
ମହିଳା ସଶକ୍ତୀକରଣ ଯାତ୍ରାକୁ ଆହୁରି ଆଗକୁ ନେବାକୁ ମୁଖ୍ୟମନ୍ତ୍ରୀ ମିଶନ ଶକ୍ତି ନାମରେ ନୂତନ ବିଭାଗ ଗଠନକୁ ମାନ୍ୟତା ପ୍ରଦାନ କରିଛନ୍ତି। ଏହାଦ୍ୱାରା ତୃଣମୂଳ ସ୍ତରରୁ ମହିଳା ଓ ସରକାରଙ୍କ ମଧ୍ୟରେ ଉତ୍ତମ ସମନ୍ବୟ ରକ୍ଷା କରି ବିଭାଗ ସେତୁ ଭଳି କାମ କରିବ।
ଓଡ଼ିଶାର ପ୍ରଗତିକୁ ଆହୁରି ଦ୍ୱିଗୁଣିତ କରି ସୁଦୂରପ୍ରସାରୀ କରିବା ପାଇଁ ୫-ଟି ଓ ଲୋକାୟୁକ୍ତ ଭଳି ଅନେକ ପ୍ରଶାସନିକ ସଂସ୍ଥାର ବ୍ୟବସ୍ଥା କରିଛନ୍ତି। ଦୁର୍ନୀତିକୁ ଜିରୋ ଟଲରାନ୍ସ ଓ ତଦନୁଯାୟୀ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ, ଲାଞ୍ଚୁଆ ଅଫିସରମାନଙ୍କୁ ଚାକିରିରୁ ବିଦା କରି ପ୍ରଶାସନିକ କାର୍ଯ୍ୟଦକ୍ଷତାକୁ ନୂତନ ଦିଗ ଦେବାରେ ସଫଳ ହୋଇଛନ୍ତି। ସାଧାରଣ ଲୋକେ ସରକାରୀସେବାକୁ ହାତପାହାନ୍ତାରେ ପାଇ ପାରୁଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ପ୍ରାକୃତିକ ବିପର୍ଯ୍ୟୟର ସୁପରିଚାଳନା ଓଡ଼ିଶାର ପରିଚୟକୁ ବିଶ୍ୱ ଦରବାରରେ ପ୍ରତିଷ୍ଠା କରିପାରିଛି। ବିଶ୍ୱବାସୀଙ୍କ ପାଖରେ ଓଡ଼ିଶା ମଡେଲ ରାଜ୍ୟର ଖ୍ୟାତି ଅର୍ଜନ କରିପାରିଛି। କୋଭିଡ୍‌-୧୯ ମହାମାରୀ ବିପର୍ଯ୍ୟୟର ପଦଧ୍ୱନି ଆଗରୁ ମୁଖ୍ୟମନ୍ତ୍ରୀଙ୍କ ପ୍ରାକ୍‌ ଆକଳନ ଜନସାଧାରଣଙ୍କ ଜୀବନ ଓ ଜୀବିକାକୁ ସୁରକ୍ଷିତ ରଖିବା ସହ ଏଥିପାଇଁ ନେଇଥିବା ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ କରୋନା ମହାମାରୀକୁ ପ୍ରତିହତ କରି ପାରିଛି। ଓଡ଼ିଶାର ବିଜୟ ହୋଇଛି। ମୁଖ୍ୟମନ୍ତ୍ରୀ ଜାତିସଂଘ ଦ୍ୱାରା ସମ୍ମାନିତ ହୋଇ ୧ ନମ୍ବର ସ୍ଥାନ ବଜାୟ ରଖିଛନ୍ତି।
ସେହି ମହାନ୍‌ ଜନନାୟକ ସୁସ୍ଥ, ନିର୍ମଳ, ଭାବମୂର୍ତ୍ତିସମ୍ପନ୍ନ, ଦକ୍ଷ, ଓଡ଼ିଶାବାସୀଙ୍କ ହୃଦୟର ଅତି ପ୍ରିୟ ନେତା, ୫ଥର ସଫଳ ମୁଖ୍ୟମନ୍ତ୍ରୀଙ୍କୁ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଓଡ଼ିଶାର ଅଗଣିତ ଭଉଣୀମାନଙ୍କ ତରଫରୁ ଧନ୍ୟବାଦ ଅର୍ପଣ ସହ କୃତଜ୍ଞତା ଜ୍ଞାପନ କରାଯାଇଛି।
ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଟୁକୁନି ସାହୁ, ଏମ୍‌ପି ରାଜଶ୍ରୀ ମଲ୍ଲିକ, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ବିଧାୟକ ସୁଶାନ୍ତ ରାଉତ, ଅନନ୍ତ ଜେନା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri