୧୨ରୁ ବଜେଟ ଅଧିବେଶନ, ନେଗେଟିଭ ରିପୋର୍ଟ ଥିଲେ ହିଁ ମିଳିବ ପ୍ରବେଶ ଅନୁମତି

ଭୁବନେଶ୍ୱର, ୯।୩(ବ୍ୟୁରୋ): ଆସନ୍ତା ୧୨ ତାରିଖରୁ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେବ। ଏଥର ବିଧାନସଭା ବଜେଟ ଅଧିବେଶନ ପୂର୍ବରୁ ସବୁ ବିଧାୟକଙ୍କର କୋଭିଡ୍‌ ଟେଷ୍ଟ ହେବ। ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।

ବିଧାୟକଙ୍କ ଆଣ୍ଟିଜେନ ଟେଷ୍ଟ କରାଯାଇ ୨ ଘଣ୍ଟା ଭିତରେ ରିପୋର୍ଟ ଦିଆଯିବ। ଯାହାର ନେଗେଟିଭ ରିପୋର୍ଟ ଆସିବ, କେବଳ ସେମାନଙ୍କୁ ବିଧାନସଭା ଭିତରକୁ ପ୍ରବେଶ ଅନୁମତି ଦିଆଯିବ। କେବଳ ସେମାନେ ହିଁ ଗୃହ କାର୍ଯ୍ୟରେ ଭାଗ ନେଇପାରିବେ।

ସୂଚନାଯୋଗ୍ୟ, ବିଭିନ୍ନ ରାଜ୍ୟରେ କରୋନ କୋପ ପୁଣି ଥରେ ଲେଉଟିଥିବା ବେଳେ ରାଜ୍ୟ ସରକାର ଏଥିନିମନ୍ତେ ସତର୍କତାମୂଳକ ଗାଇଡଲାନ ଜାରି କରି ସାରିଲେଣି। ପୁଣି ଥରେ ଯେପରି କରୋନା ଗ୍ରାଫ୍‌ ଉପରମୁହାଁ ନ ହୁଏ ସେଥିନିମନ୍ତେ ବିଭିନ୍ନ ନିର୍ଦ୍ଦେଶାବଳୀ ଜାରି କରାଯାଉଛି। ଆଗକୁ ଜାଗର ଥିବା ବେଳେ ବହୁ ଲୋକଙ୍କ ସମାଗମ ତଥା ଏକାଠି ଦୀପ ଜାଳିବାକୁ ବାରଣ କରାଯାଇଛି। ସେହିପରି ବିଧାନସଭା ଅଧିବେଶନ ଆରମ୍ଭ ହେବାକୁ ଥିବାରୁ ଏପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଶନ ଶକ୍ତି କାଫେ ଉଦ୍‌ଘାଟନ କଲେ ଏମ୍‌ପି

ତୁମୁଡିବନ୍ଧ,୨୬ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀ ଶୁକ୍ରବାର ତୁମୁଡିବନ୍ଧ ଗସ୍ତ କରି ବ୍ଲକ୍‌ ପରିସରରେ ଥିବା ମିଶନ ଶକ୍ତି କାଫେ, ବେଲଘର...

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri