Posted inଖେଳ

ଅଶ୍ୱିନ ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌

ଦୁବାଇ, ୧୦ା୩ (ପି.ଟି.)- ଇଂଲଣ୍ଡ ବିପକ୍ଷ ୪ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ପ୍ରଭାବୀ ପ୍ରଦର୍ଶନ ପାଇଁ ଭାରତର ଷ୍ଟାର ଅଫ୍ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ମଙ୍ଗଳବାର ଆଇସିସି ପୁରୁଷ ପ୍ଲେୟର ଅଫ୍‌ ଦି ମନ୍ଥ୍‌ ବିବେଚିତ ହୋଇଛନ୍ତି। ଏହି ସିରିଜରେ ବିଜୟ ହାସଲ କରି ଭାରତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲରେ ପ୍ରବେଶ କରିିଛି। ଇଂଲଣ୍ଡର ଟାମି ବିମଣ୍ଟ ମହିଳା ପ୍ଲେୟର ଅଫ୍‌ ଦି ଇୟର ବିବେଚିତ ହୋଇଛନ୍ତି। ସିରିଜରେ ଅଶ୍ୱିନ ତିନୋଟି ଟେଷ୍ଟ ମ୍ୟାଚରେ ଖେଳିଥିଲେ। ଚେନ୍ନାଇଠାରେ ଭାରତର ଦ୍ୱିତୀୟ ଟେଷ୍ଟ ବିଜୟରେ ଦ୍ୱିତୀୟ ଇନିଂସରେ ସେ୧୦୬ ରନ କରିଥିଲେ। ଅହମଦାବାଦରେ ତୃତୀୟ ଟେଷ୍ଟ ବିଜୟ ବେଳେ ସେ ତାଙ୍କର ୪୦୦ ଟେଷ୍ଟ ଉଇକେଟ ପୂରଣ କରିଥିଲେ। ଫେବୃୟାରୀରେ ଇଂଲଣ୍ଡ ବିପକ୍ଷରେ ଅଶ୍ୱିନ ଶତକ ହାସଲ କରିବା ବ୍ୟତୀତ ୨୪ଟି ଉଇକେଟ ମଧ୍ୟ ନେଇଥିଲେ। ୪ ମ୍ୟାଚ ବିଶିଷ୍ଟ ସିରିଜକୁ ଭାରତ ୩-୧ରେ ଜିତି ଜୁନ୍‌ରେ ସାଉଥାମ୍ପଟନରେ ନ୍ୟୁଜିଲାଣ୍ଡ ବିପକ୍ଷରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ଖେଳିବା ଲାଗି ଯୋଗ୍ୟତା ଅର୍ଜନ କରିଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପକ୍ଷରୁ ଏକ ବିବୃତିରେ କୁହାଯାଇଛି ସିରିଜରେ ମୋଟ ୧୭୬ରନ ସଂଗ୍ରହ କରି୨୪ ଉଇକେଟ ନେଇଥିବାରୁ ପୁରୁଷ ବିଭାଗରେ ଅଶ୍ୱିନ ସମସ୍ତଙ୍କର ପସନ୍ଦ ରହିଥିଲେ। ସମର୍ଥକଙ୍କଠାରୁ ମଧ୍ୟ ସେ ସର୍ବାଧିକ ଭୋଟ ପାଇଥିଲେ। ପୁରୁଷ ବିଭାଗରେ ପ୍ଲେୟର ଅଫ୍‌ ଦି ମନ୍ଥ ପୁରସ୍କାର ଦୌଡ଼ରେ ଥିବା ଅନ୍ୟ ଖେଳାଳିମାନଙ୍କ ମଧ୍ୟରେ ଥିଲେ ଇଂଲଣ୍ଡ ଟେଷ୍ଟ ଅଧିନାୟକ ଜୋ ରୁଟ୍‌। ସେ ଭାରତ ବିପକ୍ଷରେ ୩ଟି ଟେଷ୍ଟ ଖେଳି ୩୩୩ ରନ ସଂଗ୍ରହ କରିବା ସହ ୬ଟି ଉଇକେଟ ଅକ୍ତିଆର କରିଥିଲେ। ସେହିପରି ଓ୍ବେଷ୍ଟଇଣ୍ଡିଜର ଟେଷ୍ଟ ପଦାର୍ପଣକାରୀ ଖେଳାଳି କାଇଲ ମେୟର୍ସ ମଧ୍ୟ ଏହି ପୁରସ୍କାର ପାଇଁ ସୁପାରିସ ହୋଇଥିଲା। ସେ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ୩୯୫ରନ ସଫଳ ଚେଜ୍‌ରେ ମ୍ୟାଚ ବିଜୟୀ ୨୧୦ରନ କରିଥିଲେ।
ବିମଣ୍ଟ ଫେବୃୟାରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ୩ ଅନ୍ତର୍ଜାତୀୟ ଦିନିକିଆ ଖେଳିଥିଲେ। ସେ ପ୍ରତିଟି ମ୍ୟାଚରେ ୫୦ରୁ ଅଧିକ ରନ ସଂଗ୍ରହ କରିଥିଲେ। ତାଙ୍କର ମୋଟ ରନ ସଂଖ୍ୟା ୨୩୧ ରହିଥିଲା। ଆଇସିସି ଭୋଟିଂ ଏକାଡେମୀରୁ ପ୍ରତିନିଧିତ୍ୱ କରୁଥିବା ଇଆନ ବିଶପ କହିଛନ୍ତି, ଇଂଲଣ୍ଡ ବିପକ୍ଷ ଗୁରୁତ୍ୱପୂର୍ଣ୍ଣ ସିରିଜରେ ଅଶ୍ୱିନ ଭଲ ବୋଲିଂ କରିଥିଲେ। ନିୟମିତ ଉଇକେଟ ନେବା ସହ ଦ୍ୱିତୀୟ ଟେଷ୍ଟରେ ଶତକ ହାସଲ କରିଥିଲେ, ଯେଉଁ ସମୟରେ ଇଂଲଣ୍ଡ ମ୍ୟାଚକୁ ପ୍ରତ୍ୟାବର୍ତ୍ତନ କରିବା ଲାଗି ଚେଷ୍ଟା କରୁଥିଲା। ଅନ୍ୟପକ୍ଷରେ ଜବରଦସ୍ତ ଫର୍ମରେ ରହିଥିବା ବିମଣ୍ଟ ଯେଉଁ ତିନୋଟି ଅର୍ଦ୍ଧଶତକ ହାସଲ କରିଥିଲେ ତନ୍ମଧ୍ୟରୁ ଦୁଇଟି ଦଳକୁ ଜିତାଇବାରେ ସହାୟକ ହୋଇଥିଲା ବୋଲି ବିଶପ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ ପାଇଁ ଶକ୍ତିଶାଳୀ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ଟିମରେ ଧୁରନ୍ଧର ଖେଳାଳିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୧।୧: ଅଷ୍ଟ୍ରେଲିଆ ୨୦୨୬ର ଆଇସିସି ପୁରୁଷ ଟି୨୦ ବିଶ୍ୱକପ ପାଇଁ ମିଚେଲ ମାର୍ଶଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି। ସ୍ପିନର ମାଥ୍ୟୁ କୁହନେମାନ,...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri