ରମ୍ଭା-ହୁମା ରେଳ ଲାଇନରୁ ସିଗନାଲ କେବୁଲ ଚୋରି: ଭୁବନେଶ୍ୱରର ୭ ଗଲେ ଜେଲ

ଛତ୍ରପୁର,୧୦।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା -ହୁମା ରେଳ ଲାଇନରୁ ସିଗନାଲ କେବୁଲ ଚୋରି କରୁଥିବାବେଳେ ଭୁବନେଶ୍ୱରର ୭ ଜଣଙ୍କୁ ବ୍ରହ୍ମପୁର ଆରପିଏଫ୍‌ ଟିମ ଗିରଫ କରିଛନ୍ତି। ସେମାନଙ୍କ ଠାରୁ ୫୫ ମିଟର କେବୁଲ, ୩ କଟର ମେଶିନ ଜବତ କରାଯାଇଥିବା ସମ୍ପର୍କରେ ଆରପିଏଫ ଆଇଆଇସି ଦିଲୀପ କୁମାର ସୂଚନା ଦେଇଛନ୍ତି। ଗିରଫ ମାନେହେଲେ ଭୁବନେଶ୍ୱର ପାତ୍ରପଡା ଫେଲେଶ୍ୱର ବସ୍ତିର ଶେଖ ରହିମ, ପପୁ ଦୋରା, କିସାନ ମୁଖି, ଦିଲୁ ପ୍ରଧାନ, ଆଇଗିଣିଆ ମାଛ ମାର୍କେଟ ଅଞ୍ଚଳର ସମ୍ବିତ କୁମାର ଡାକୁଆ, ପ୍ରକାଶ ପାତ୍ର ଏବଂ ଡ଼ୁମର ପପୁଲ ବାରିକ। ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ ପରେ ଜେଲକୁ ପଠାଇ ଦିଆଯାଇଛି। ଏହି ଚଢ଼ାଉରେ ବ୍ରହ୍ମପୁର ଆରପିଏଫ ଆଇଆଇସିଙ୍କ ସମେତ କନଷ୍ଟେବଳ ଏସ୍‌ ଷଡ଼ଙ୍ଗୀ, ପଲ ରେଡ୍ଡୀ, ପି ରାଉତ, ପି କେ ନାୟକ, ଏସ କେ ପଣ୍ଡା, ଖୋର୍ଦ୍ଧା ରୋଡ ସିଆଇବିର ଏଏସ୍‌ଆଇ ସିଆର ସାମନ୍ତରାୟ, ଏନ ସି ମଲିକ କେ ନାୟକ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri