Posted inଜାତୀୟ

ଲାଲୁ ଯାଦବଙ୍କ ତକିଆ, ରେଜେଇ ଚୋରି!

ରାଞ୍ଚି,୧୦।୩: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଷ୍ଟ୍ରିୟ ଜନତା ଦଳ (ଆରଜେଡି) ମୁଖ୍ୟ ଲାଲୁ ଯାଦବଙ୍କ ତକିଆ ଏବଂ ରେଜେଇ ଚୋରି ହୋଇଯାଇଛି। ଏହି ଘଟଣା ସାମ୍ନାକୁ ଆସିବା ପରେ ବରିଷ୍ଠ ପୋଲିସ ଅଧୀକ୍ଷକ ଲାଲୁ ଯାଦବଙ୍କ ସୁରକ୍ଷା ଅଧୀନରେ ନିଯୁକ୍ତ ଥିବା ୧୦ ଜଣ ପୋଲିସ କର୍ମଚାରୀଙ୍କଠାରୁ ସ୍ପଷ୍ଟୀକରଣ ମାଗିଛନ୍ତି। ସୂଚନାଯୋଗ୍ୟ, ଚାରା ଘୋଟାଲାରେ ଦୋଷୀ ସାବ୍ୟସ୍ତ ହୋଇ ଲାଲୁ ଯାଦବ ଜେଲ୍‌ ଦଣ୍ଡାଦେଶ ଭୋଗୁଛନ୍ତି। ଜେଲ୍‌ରେ ତାଙ୍କ ସ୍ବସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ରିମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି। ଚିକିତ୍ସିତ ହେଉଥିବାବେଳେ ରାଞ୍ଚି ପୋଲିସର ୧୦ ଜଣ ପୋଲିସ ଲାଲୁଙ୍କ ସୁରକ୍ଷା ଅଧୀନରେ ରହିଥିଲେ। ଏହି ସମୟରେ ସେମାନଙ୍କୁ ତାଙ୍କୁ ରିମସ ଦ୍ୱାରା ଗଦି, ତକିଆ ଏବଂ ବେଡ ସିଟ ଦିଆଯାଇଥିଲା। ପରେ ଲାଲୁ ଯାଦବଙ୍କୁ ରିମ୍ସରୁ ଚିକିତ୍ସା ପାଇଁ ଦିଲ୍ଲୀ ପଠାଯାଇଥିଲା। ଲାଲୁଙ୍କ ସୁରକ୍ଷା ଅଧୀନରେ ନିୟୋଜିତ ପୋଲିସମାନେ ଗଦି ଏବଂ ତକିଆ ସହିତ ଅନ୍ୟାନ୍ୟ ଜିନିଷ ନେଇ ପଳାଇଥିଲେ। ରିମ୍ସରୁ ଚିଠି ପାଇବା ପରେ ରାଞ୍ଚିର ଏସଏସପି ଏହାକୁ ଗୁରୁତର ସହ ନେଇ ଲାଲୁ ପ୍ରସାଦ ଯାଦବଙ୍କ ସୁରକ୍ଷା କାର୍ଯ୍ୟରେ ନିୟୋଜିତ ଦୁଇ ଜଣ କନଷ୍ଟେବଳ ଏବଂ ଆଠ ଜଣ ପୋଲିସ କର୍ମଚାରୀଙ୍କୁ ଗଦି ଏବଂ ତକିଆ ରିମକୁ ଶୀଘ୍ର ଫେରାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ଏସଏସପି ଯବାନମାନଙ୍କୁ କେବଳ ୨୪ ଘଣ୍ଟିଆ ଅଲ୍ଟିମେଟମ ଦେଇଛନ୍ତି। ଯଦି ଏହି ସମୟରେ ଗଦି ଏବଂ ତକିଆ ଜମା ହୋଇ ନ ନ ହୁଏ ତେବେ ସମ୍ପୃକ୍ତ ପୋଲିସ କର୍ମଚାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ବେମୁଲାଙ୍କ ଆତ୍ମହତ୍ୟାର ପୁଣି ତଦନ୍ତ କରିବେ ତେଲଙ୍ଗାନା ସରକାର

ହାଇଦ୍ରାବାଦ, ୫।୫:ବହୁ ଚର୍ଚ୍ଚିତ ରୋହିତ ବେମୁଲା ଆତ୍ମହତ୍ୟା ମାମଲାରେ ସାଇବରାବାଦ ପୋଲିସ ପକ୍ଷରୁ ଜାରି ହୋଇଥିବା କ୍ଲୋଜର ରିପୋର୍ଟକୁ ନେଇ ରୋହିତଙ୍କ ପରିବାର ପକ୍ଷରୁ ଅସନ୍ତୋଷ...

ରାମଲାଲାଙ୍କୁ ସାଷ୍ଟାଙ୍ଗ ପ୍ରଣିପାତ କରି ରୋଡ ଶୋ’ରେ ବାହାରିଲେ ମୋଦି

ଅଯୋଧ୍ୟା,୫।୫: ଜାନୁଆରୀ ୨୨ରେ ରାମ ମନ୍ଦିରର ଉଦଘାଟନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାମ ଲାଲାଙ୍କ ଦର୍ଶନ ପାଇବା ପାଇଁ...

ଗଧରେ ଚଢ଼ି ନାମାଙ୍କନ ଦାଖଲ ପାଇଁ ପହଞ୍ଚିଲେ ପ୍ରାର୍ଥୀ

ଗୋପାଳଗଞ୍ଜ,୫।୫ଚଳିତ ଲୋକ ସଭା ନିର୍ବାଚନରେ ବିଭିନ୍ନ ପ୍ରାର୍ଥୀଙ୍କ ଅଜବ ଗଜବ ରଙ୍ଗ ଥମିବାର ନାଁ ନେଉନାହିଁ। ବିହାରର ଗୋପାଳଗଞ୍ଜ ଲୋକ ସଭା ଆସନରୁ ଜଣେ ସ୍ବାଧୀନ...

ମେହେବୁବା ମୁଫତିଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ଶ୍ରୀନଗର,୫।୫: ଲୋକ ସଭା ନିର୍ବାଚନରେ ତୃତୀୟ ପର୍ଯ୍ୟାୟ ଭୋଟ ଦେବା ପୂର୍ବରୁ ରବିବାର (ମେ ୫) ପିଡିପି ସଭାପତି ମେହବୁବା ମୁଫତିଙ୍କୁ ଏକ ସୋ କଜ...

ନୁପୂର ଶର୍ମାଙ୍କୁ ହତ୍ୟା ଧମକ ଦେଇଥିବା ମୌଲବୀ ଗିରଫ

ସୁରଟ,୫ା୫: ଭାଜପାର ପୂର୍ବତନ ମୁଖପାତ୍ର ନୁପୂର ଶର୍ମାଙ୍କୁ ହତ୍ୟା ଧମକ ଦେବା ସହ ହିନ୍ଦୁ ସଂଗଠନର ଜଣେ ନେତାଙ୍କୁ ହତ୍ୟା ଯୋଜନା କରିଥିବା ଅଭିଯୋଗରେ ସୁରଟର...

ଗୁରୁଦ୍ୱାରାରେ ଯୁବକଙ୍କୁ ପିଟିପିଟି ମାରିଦେଲେ

ଚଣ୍ଡିଗଡ଼,୫ା୫: ପଞ୍ଜାବର ଫିରୋଜପୁରସ୍ଥିତ ଗୁରୁଦ୍ୱାରାରେ ଜଣେ ୧୯ ବର୍ଷୀୟ ଯୁବକ ପ୍ରବେଶ କରି ପବିତ୍ର ଗୁରୁଗ୍ରନ୍ଥ ସାହିବ୍‌ର କେତେକ ପୃଷ୍ଠା ଚିରିଦେବା ଅଭିଯୋଗରେ ଉତ୍ତ୍ୟକ୍ତ ଲୋକେ...

ଅଯୋଧ୍ୟାରେ ମୋଦି, ନେଲେ ରାମଲାଲାଙ୍କ ଆଶିଷ

ଅଯୋଧ୍ୟା,୫।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମଲାଲାଙ୍କ ଦର୍ଶନ କରିଛନ୍ତି। ସେ ଭଗବାନ ଶ୍ରୀ ରାମଙ୍କୁ ପୂଜା କରି ଆଶୀର୍ବାଦ ନେଇଛନ୍ତି। ମେ’...

ହ୍ବିଲ ଚେୟାରରେ ନଜର ଆସିଲେ ତେଜସ୍ବୀ, ହଠାତ୍‌ ହୋଇ ପଡିଲେ ଅସୁସ୍ଥ

ପାଟନା,୫।୫: ଲୋକ ସଭା ନିର୍ବାଚନକୁ ନେଇ ହଇଚଇ ସୃଷ୍ଟି ହୋଇଥିବା ବେଳେ ବିହାରର ରାଜନୈତିକ କରିଡରରୁ ବଡ ଖବର ଆସୁଛି, ଯେଉଁଠାରେ ବିହାର ବିଧାନସଭାରେ ବିରୋଧୀଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri