Posted inଖେଳ

ରେକର୍ଡ ଅପେକ୍ଷାରେ କୋହଲି

ନୂଆଦିଲ୍ଲୀ,୧୧।୩ : ଅହମ୍ମଦାବାଦ ସ୍ଥିତ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଶୁକ୍ରବାରଠାରୁ ଭାରତ ଓ ଇଂଲଣ୍ଡ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌। ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ନିକଟରେ ସ୍ବତନ୍ତ୍ର ରେକର୍ଡ ହାତେଇବାର ସୁଯୋଗ ରହିଛି, ଯାହା ଏପର୍ଯ୍ୟନ୍ତ କୌଣସି ବ୍ୟାଟ୍ସମ୍ୟାନ ହାସଲ କରିପାରି ନାହାନ୍ତି। ଟି୨୦ ଫର୍ମାଟରେ ସର୍ବାଧିକ ରନ୍‌ ସ୍କୋର କରିଥିବା କୋହଲି ୩ ହଜାର ରନ୍‌ ପୂରଣ ଠାରୁ ମାତ୍ର ୭୨ ରନ୍‌ ଦୂରରେ ଅଛନ୍ତି। ସେ ଟି୨୦ ଫର୍ମାଟର ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ଏହି ମାଇଲଷ୍ଟୋନ ସ୍ପର୍ଶ କରିବେ।

କେବଳ କୋହଲି ନୁହନ୍ତି, ଟିମ୍‌ ଇଣ୍ଡିଆର ଓପନର ରୋହିତ ଶର୍ମାଙ୍କ ନିକଟରେ ମଧ୍ୟ କିଛି ରେକର୍ଡ ନିଜ ନାମରେ କରିବାର ସୁଯୋଗ ରହିଛି। ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ଇତିହାସରେ ସର୍ବାଧିକ ସଂଖ୍ୟକ ଛକା ମାରିଥିବା ବ୍ୟାଟ୍ସମ୍ୟାନଙ୍କ ତାଲିକାରେ ୧୨୭ ଛକା ସହ ରୋହିତ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ଶୀର୍ଷରେ ଅଛନ୍ତି ନ୍ୟୁଜିଲାଣ୍ଡର ମାର୍ଟିନ ଗୁପଟିଲ (୧୩୯)। ତାଙ୍କୁ ପଛରେ ପକାଇବା ଲାଗି ରୋହିତଙ୍କୁ ଦରକାର ୧୩ଟି ଛକା । ଆଉ ସର୍ବାଧିକ ରନ୍‌ ସ୍କୋରରଙ୍କ ତାଲିକାରେ ମଧ୍ୟ ଗୁପଟିଲଙ୍କୁ ପଛରେ ପକାଇ ପାରନ୍ତି ହିଟ୍‌ମ୍ୟାନ। ତାଙ୍କୁ ଏହି ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ମାତ୍ର ୬୭ ରନ୍‌ ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

ବାଂଲାଦେଶୀ ହିନ୍ଦୁଙ୍କୁ ସ୍ବପ୍ନ ଦେଖାଇଲେଣି ତାରିକ? କହିଲେ ‘I have a dream, ଯେମିତି ୧୯୭୧ରେ ସବୁ ଧର୍ମ ମିଶି…

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ଅଧ୍ୟକ୍ଷ ତାରିକ ରହମାନ ଗୁରୁବାର (ଡିସେମ୍ବର ୨୫, ୨୦୨୫) ଦିନ ଲୋକମାନଙ୍କୁ ଶାନ୍ତି ପାଇଁ ଆହ୍ବାନ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri