ଗ୍ରାମାଞ୍ଚଳରେ ନକଲି ଡାକ୍ତର

ମହାକାଳପଡା,୧୨।୩ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ସରକାରୀ ଡାକ୍ତର ଅଭାବ ଯୋଗୁ ଲୋକେ ବିକଳ୍ପ ଭାବେ ନକଲି ଡାକ୍ତର, ବଇଦ ବା କ୍ୱାକ୍‌ଙ୍କ ସହାୟତା ନେଇଛନ୍ତି। ନକଲି ଡାକ୍ତରଙ୍କ ଔଷଧ ଖାଇ ଅନେକ ରୋଗୀ ସଙ୍କଟାପନ୍ନ ହେବା ସହ ମୃତ୍ୟୁ ମୁଖରେ ପଡୁଥିବା ଅଭିଯୋଗ ହେଉଛି। ଏମାନେ ଡାକ୍ତରୀ ପାଠ ପଢି ନ ଥିବା ବେଳେ ନିଜକୁ ଆତ୍ମଘୋଷିତ ଡାକ୍ତର କହି ଗାଁ ଲୋକଙ୍କୁ ଭୁଆଁ ବୁଲାଇ ବେସ୍‌ ଫାଇଦା ଉଠାଉଛନ୍ତି। ରାଜ୍ୟ ବାହାର କୋଲକାତାର କେତେଜଣ ନକଲି ଡାକ୍ତର କ୍ଲିନିକ୍‌ ଖୋଲିଛନ୍ତି ତ ଆଉ କେଉଁଠି ହାଟ ବଜାରରେ ପସରା ମେଲାଇ ଓ ଗାଁ ଗାଁ ବୁଲି ଉପାନ୍ତ ଅଞ୍ଚଳରେ ସାଇକେଲ ଯୋଗେ ମାଇକରେ ପ୍ରଚାର କରି ରୋଗୀଙ୍କୁ ଲୁଟୁଛନ୍ତି। ବିଭିନ୍ନ ରୋଗର ମେଡିସିନ କହି ଚଢ଼ା ଦରରେ ବିକୁଥିବା ଦେଖିବାକୁ ମିଳିଛି। ଏହି ନକଲି ଡାକ୍ତରମାନେ ଉପାନ୍ତ ଗାଁଗୁଡିକରେ ଘରଭଡ଼ା ନେଇ ଆସ୍ଥା ଜମାଇଛନ୍ତି। ଅପରପକ୍ଷେ କିଛିମାସ ତଳେ ଜମ୍ବୁ ଭାଟେଣି ଅଞ୍ଚଳର ଜଣେ ନକଲି ଡାକ୍ତରଙ୍କ ଟିକାରେ ରୋଗୀଙ୍କ ମୃତ୍ୟୁ ଘଟିଥିଲା। ହେଲେ ପ୍ରଶାସନ ସବୁ ଜାଣି ନୀରବ ଦ୍ରଷ୍ଟା ସାଜିଛି। ଉପକୂଳ ଅଞ୍ଚଳରେ ଏହି ନକଲି ଡାକ୍ତରଙ୍କ ପ୍ରାଦୁର୍ଭାବ ବଢି ଚାଲିଛି। ବିଶେଷକରି ଜିଲାର ଉପକୂଳ ବତୀଘର, ଜମ୍ବୁ, ସୁନିତି, ନାଞ୍ଜୁରା, କେବି ଦାଣ୍ଡୁଆ, ବଉଳକଣୀ, ପେଟଛେଲା, ଖରିନାଶୀ, ରାମନଗର ଆଦି ଅଞ୍ଚଳରେ ଦିନକୁଦିନ ନକଲି ଡାକ୍ତର ଆଡ୍ଡା ଜମାଇଛନ୍ତି। ଏମାନେ ବିଭିନ୍ନ ଅସାମାଜିକ କାର୍ଯ୍ୟ ତଥା ବେଆଇନ ଗର୍ଭପାତ କରିବା ସହ ଗର୍ଭପାତ ପାଇଁ ଟାବ୍‌ଲେଟ ଓ ତରଳ ଔଷଧ ରୋଗୀଙ୍କୁ ଦେଉଛନ୍ତି। ନକଲି ଡାକ୍ତରଙ୍କୁ କେଉଁଠାରୁ ଆସିଛନ୍ତି ପଚାରିବାରେ ବାଂଲାଦେଶ, ପଶ୍ଚିମବଙ୍ଗ ଆଦି ସ୍ଥାନରୁ ଆସିଥିବା କହିଛନ୍ତି। ଏଲୋପାଥିକ, ହୋମିଓପାଥିକ, ଆୟୁର୍ବେଦିକ ଔଷଧ ସମେତ କେତେଜଣ ଗୁଣୀ ଗାରେଡ଼ି ଓ ଝଡ଼ା ଫୁଙ୍କାରେ ଶିଶୁ ଓ ମହିଳାଙ୍କ ଚିକିତ୍ସା କରୁଥିବା କୁହାଯାଉଛି। ସ୍ବାସ୍ଥ୍ୟ ବିଭାଗ ଉପାନ୍ତ ଅଞ୍ଚଳରେ ଏହି ନକଲି ଡାକ୍ତର, କ୍ୱାକ୍‌ଙ୍କ ଉପରେ ନଜର ରଖିବାକୁ ବୁଦ୍ଧିଜୀବୀ ଦାବି କରିଛନ୍ତି। ଏ ସମ୍ପର୍କରେ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସଧିକାରିଣୀ ଡା. ଅନିତା ପଟ୍ଟନାୟକଙ୍କୁ ପଚାରିବାରେ ଏମାନଙ୍କ ଉପରେ ନଜର ରଖାଯିବା ପାଇଁ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଜାତୀୟ ଗଣିତ ଦିବସ: ଅଧିକ ଗବେଷଣା ପ୍ରତି ଆଗ୍ରହ ଆବଶ୍ୟକ

ଗଣିତର ବିକାଶ ବିନା କୌଣସି ସଭ୍ୟତାର ବିକାଶ ସମ୍ଭବ ନୁହେଁ। ଆଜକୁ ୪୦୦୦ ବର୍ଷ ପୂର୍ବେ ଭାରତର ଉତ୍ତର-ପଶ୍ଚିମାଞ୍ଚଳରେ ଗଢ଼ିଉଠିଥିବା ସିନ୍ଧୁ ସଭ୍ୟତାର ଭଗ୍ନାବଶେଷରୁ ସେମାନଙ୍କର...

ପୁଅ IPLରେ ଚୟନ ହେବା ପରେ ଖୁସି ହେଲେ ପପୁ, ଦହି-ପୋଡି କରି ଗାଁ ଲୋକଙ୍କୁ…

ନୂଆଦିଲ୍ଲୀ,୨୨।୧୨: ପୂର୍ଣ୍ଣିଆର ସ୍ୱାଧୀନ ସାଂସଦ ପପ୍ପୁ ଯାଦବ ତାଙ୍କ ପୁଅ ସାର୍ଥକ ରଞ୍ଜନଙ୍କ IPL ଦଳରେ ଚୟନ ହେବା ପରେ ଖୁସି ହୋଇ ଭୋଜି ଦେଇଥିଲେ...

ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୨୨।୧୨: ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ଆସିଲା ବଡ଼ ଖବର। କ୍ଷୁଦ୍ର ଚିଟ୍‌ଫଣ୍ଡ ଜମାକାରୀଙ୍କୁ ଟଙ୍କା ଫେରସ୍ତ ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ପ୍ରସଙ୍ଗରେ ଭାଜପା ଜିଲା...

ଦାରିଙ୍ଗବାଡିରେ ନୂଆ ଇନ୍ସପେକ୍ଟର: ଅଞ୍ଚଳରେ ପୂର୍ବରୁ ରହିଛି ଅଭିଜ୍ଞତା

ଦାରିଙ୍ଗବାଡି,୨୨।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ଯୋଗଦାନ କରିଛନ୍ତି। ସେ ଏବେ ଅତିରିକ୍ତ ଥାନା ଅଧିକାରୀ...

ମୁଁ ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଥିଲି…ଅବସର କଥା କହି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୧୨: ଭାରତୀୟ କ୍ରିକେଟର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରୁ ଜଣେ ରୋହିତ ଶର୍ମା ତାଙ୍କ କ୍ୟାରିୟର ବିଷୟରେ ଏକ ଖୁଲାସା କରିଛନ୍ତି। ଏହା ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ...

ପୁଣି ଶ୍ରୀମନ୍ଦିର ଫଟୋ ଭାଇରାଲ୍‌: ଜଗନ୍ନାଥପ୍ରେମୀ ଅସନ୍ତୋଷ

ପୁରୀ,୨୨ା୧୨(ଅଜିତ୍‌ କୁମାର ମହାନ୍ତି): ପୁଣିଥରେ ଶ୍ରୀମନ୍ଦିର ଫଟୋ ଭାଇରାଲ୍‌ ହୋଇଛି। ଡ୍ରୋନ୍‌ ସହାୟତାରେ ଶ୍ରୀମନ୍ଦିରର ଫଟୋ ଭାଇରାଲ୍‌ ହୋଇଛି। ଫେସ୍‌ବୁକରେ ଏକ୍ସପ୍ଲୋର ଇଣ୍ଡିଆ ନାମକ ଏକ...

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ଭାରତ-ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ FTA ଘୋଷଣା, ୨୦ ନିୟୁତ ଡଲାରର ନିବେଶ

ନୂଆଦିଲ୍ଲୀ,୨୨।୧୨: ବିଶ୍ୱ ବାଣିଜ୍ୟ କ୍ଷେତ୍ରରେ ଭାରତ ଆଉ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ କ୍ରିଷ୍ଟୋଫର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri