ରକ୍ତରେ ଲେଖିଥିଲେ ପ୍ରେମପତ୍ର…

ମୁମ୍ବାଇ: ବଲିଉଡ ଷ୍ଟାର୍‌ ଆମିର ଖାଁଙ୍କୁ ରବିବାର ୫୬ ବର୍ଷ ପୂରଣ ହୋଇଛି। ୧୯୬୫ ମାର୍ଚ୍ଚ ୧୪ରେ ସେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ୧୯୭୩ରେ ଆଦୋଁ କି ବାରାତ୍‌ ଫିଲ୍ମରେ ସେ ଶିଶୁ କଳାକାର ଭାବେ ଅଭିନୟ କରିଥିଲେ। ପରେ ୧୯୮୪ରେ ଫିଲ୍ମରେ ହୋଲିରେ ମଧ୍ୟ ଅଭିନୟ କରି ସେ ଦର୍ଶକଙ୍କୁ ବେଶ୍‌ ଆକର୍ଷିତ କରିପାରିଥିଲେ। ତେବେ ୧୯୮୮ରେ ଫିଲ୍ମ କୟାମତ୍‌ ସେ କୟାମତ୍‌ ତକ୍‌ରେ ଅଭିନୟ କରି ସେ ବଲିଉଡ୍‌ରେ ଷ୍ଟାର ଭାବେ ଡେବ୍ୟୁ କରିଥିଲେ। ପରବର୍ତ୍ତି ସମୟରେ ବହୁ ଫିଲ୍ମରେ ତାଙ୍କର ଅଭିନୟ ଅତି ଉଚ୍ଚକୋଟୀର ଥିଲା। ଦିଲ୍‌, ରାଜାହିନ୍ଦୁସ୍ତାନୀ, ସରଫୋରଶ୍‌, ଲଗାନ୍‌, ଫନା, ରଙ୍ଗ୍‌ ଦେ ବସନ୍ତୀ, ଘଜନୀ, ୩ ଇଡିୟଟ୍‌, ଧୁମ୍‌-୩, ପିକେ, ଦଙ୍ଗଲ, ତାରେ ଜମିନ୍‌ ପର୍‌, ସିକ୍ରେଟ ସୁପରଷ୍ଟାର୍‌ ଆଦି ଫିଲ୍ମରେ ଅଭିନୟ କରି ଦର୍ଶକଙ୍କ ପ୍ରଶଂସା ସାଉଁଟିଥିଲେ। ଫିଲ୍ମ ଲାଇଫ୍‌ ପରି ଆମିରଙ୍କ ବାସ୍ତବ ଜୀବନ ମଧ୍ୟ ବେଶ୍‌ ରୋମାଞ୍ଚକର। ରୀନା ଦତ୍ତଙ୍କ ପ୍ରେମରେ ଆମିର ପାଗଳ ଥିଲେ। ସେ ନିଜ ହାତ କାଟି ରକ୍ତରେ ରୀନାଙ୍କ ପାଖକୁ ପ୍ରେମପତ୍ର ଲେଖିଥିଲେ। ଆମିର ମୁସଲମାନ ଥିବାବେଳେ ରୀନା ହିନ୍ଦୁ ଥିବାରୁ ବିବାହରେ ବାଧା ଉପୁଜିଥିଲା। ତେବେ ଏହାକୁ ଖାତିର ନ କରି ଦୁହେଁ ୧୯୮୬ରେ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ପାରିବାରିକ ସମସ୍ୟା ଯୋଗୁ ୨୦୦୨ରେ ଆମିର ଏବଂ ରୀନାଙ୍କର ଛାଡପତ୍ର ହୋଇଥିଲା। ଏହାର ୩ ବର୍ଷ ପରେ ଆମିର ୨୦୦୫ରେ କିରଣ ରାଓଙ୍କୁ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଙ୍ଗନାଙ୍କୁ ରାଖୀଙ୍କ ଖୋଲା ଚ୍ୟାଲେଞ୍ଜ

ବମ୍ବେ: ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି ଡ୍ରାମା କୁଇନ୍‌ ରାଖୀ ସାଓ୍ବନ୍ତ। ସର୍ବଦା କିଛି ନା କିଛି କାରଣକୁ ନେଇ ବିବାଦରେ ରହୁଥିବା...

ବାପା ହେଲେ ଏହି ବଲିଉଡ୍‌ ଅଭିନେତା

ବମ୍ବେ: ପୁଣିଥରେ ବାପା ହୋଇଛନ୍ତି ବଲିଉଡ୍‌ ଅଭିନେତା ହରମନ ବାବେଜା। ତାଙ୍କ ଘରକୁ ଏକ କୁନି ରାଜକୁମାରୀ ଆସିଛନ୍ତି। ମାର୍ଚ୍ଚରେ ଅଭିନେତା ବାପା ହୋଇଥିଲେ ହେଁ...

ସଲମାନଙ୍କ ଘର ଉପରକୁ ଗୁଳିମାଡ଼ କରିଥିବା ଅଭିଯୁକ୍ତଙ୍କ ଆତ୍ମହତ୍ୟା

ମୁମ୍ବାଇ,୧ା୫: ବି’ ଟାଉନ୍‌ର ଭାଇଜାନ ସଲମାନ ଖାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ସଲମାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟ ବାହାରେ...

ଋଷିଙ୍କୁ ମନେପକାଇଲେ ନୀତୁ

ମୁମ୍ବାଇ: ଅଭିନେତା ଋଷି କପୁରଙ୍କ ଚତୁର୍ଥ ଶ୍ରାଦ୍ଧବାର୍ଷିକୀ ମଙ୍ଗଳବାର ପାଳିତ ହୋଇଯାଇଛି। ବଲିଉଡ୍‌ ଇଣ୍ଡଷ୍ଟ୍ରିର ଏହି ଭେଟେରାନ ଅଭିନେତାଙ୍କର ଦେହାନ୍ତ ହେବାରେ ଇତି ମଧ୍ୟରେ ୪...

ଏହି ଯୁବ କ୍ରିକେଟରଙ୍କୁ ନେଇ ମନର କଥା କହିଲେ ଶାହାରୁଖ

ମୁମ୍ବାଇ,୩୦।୪: କୋଲକାତା ନାଇଟ ରାଇଡର୍ସ ମାଲିକ ଶାହରୁଖ ଖାନ ଆସନ୍ତା ଟି -୨୦ ବିଶ୍ୱକପରେ ତାଙ୍କ ଦଳର ଆକ୍ରମଣାତ୍ମକ ବ୍ୟାଟ୍ସମ୍ୟାନ ରିଙ୍କୁ ସିଂଙ୍କୁ ଭାରତୀୟ ଦଳରେ...

ପୁଅ ଅଭ୍ୟାନଙ୍କ ସହ ୱାର୍କଆଉଟ୍‌ କଲେ ଦିୟା

ମୁମ୍ବାଇ: ବଲିଉଡ୍‌ର ଷ୍ଟାର୍‌ ଅଭିନେତ୍ରୀମାନଙ୍କ ମଧ୍ୟରୁ ଦିୟା ମିର୍ଜା ଅନ୍ୟତମ। ସେ ନିଜର ନିଖୁଣ ଅଭିନୟ ଦ୍ୱାରା ବହୁବାର ଦର୍ଶକଙ୍କ ପ୍ରଶଂସା ସାଉଁଟିବାରେ ସଫଳ ହୋଇଛନ୍ତି। ମିସ୍‌...

ଫସିଗଲେ ଅଭିନେତା ସାହିଲ

ମୁମ୍ବାଇ,୨୮।୪: ମହାଦେବ ଅନଲାଇନ ବେଟିଂ ଆପ ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମୁମ୍ବାଇ ପୋଲିସ ବର୍ତ୍ତମାନ ଠକେଇ ଏବଂ ଜୁଆର ବିଭିନ୍ନ ବିଭାଗରେ ଆପର ପ୍ରମୋଟରଙ୍କ...

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri