Posted inଖେଳ

ଅକ୍ଷୟ କୁମାରଙ୍କ ଅଭିନେତ୍ରୀଙ୍କ ସହ ଯୋଡି ହୋଇଥିଲା ଏହି କ୍ରିକେଟରଙ୍କ ନାମ: ଏନ୍‌କାଉଣ୍ଟରରେ ସହିଦ ହୋଇଥିଲେ ବାପା

ଫିଲ୍ମ କଳାକାର ଏବଂ କ୍ରିକେଟରଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ବହୁତ ପୁରୁଣା। ନବାବ ପଟୌଦୀ-ଶର୍ମିଲା ଟାଗୋରଙ୍କ ଠାରୁ ଆରମ୍ଭ କରି ବିରାଟ କୋହଲି-ଅନୁଷ୍କା ଶର୍ମାଙ୍କ ପର୍ଯ୍ୟନ୍ତ ଏହାର ବହୁତ ବଡ଼ ଉଦାହରଣ। ମାତ୍ର ଏମିତି ବି କିଛି ନାମ ରହିଛି ଯେଉଁମାନଙ୍କ ନାମ ପରସ୍ପର ସହ ଯୋଡି ହୋଇଛି ମାତ୍ର ସେମାନଙ୍କ ପ୍ରେମ ସଫଳ ହୋଇପାରି ନାହିଁ। ସେମାନଙ୍କ ମଧ୍ୟରୁ ଜଣେ ହେଲେ ଭାରତୀୟ କ୍ରିକେଟ ଟିମ୍‌ର ମୁଖ୍ୟ ପ୍ରଶିକ୍ଷକ ରବି ଶାସ୍ତ୍ରୀ ଏବଂ ଅଭିନେତ୍ରୀ ନିମ୍ରତ କୌର। କିନ୍ତୁ ଏହି ଯୋଡି କେବେହେଲେ ସେମାନଙ୍କ ସମ୍ପର୍କକୁ ସର୍ବ ସମ୍ମୁଖରେ ସ୍ବୀକାର କରି ନାହାନ୍ତି। ଉଭୟ ଏହାକୁ କେବଳ ଗୁଜବ ବୋଲି କହିଥିଲେ। ଆଜି ଅର୍ଥାତ ମାର୍ଚ୍ଚ ୧୩ ହେଉଛି ନିମ୍ରତଙ୍କର ଜନ୍ମଦିନ। ଅକ୍ଷୟ କୁମାରଙ୍କ ସୁପରହିଟ୍‌ ଫିଲ୍ମ ‘ଏୟାରଲିପ୍ଟ’ରେ ତାଙ୍କୁ ଦେଖିବାକୁ ମିଳିଥିଲା।
ନିମ୍ରତଙ୍କର ଜନ୍ମ ରାଜସ୍ଥାନର ପିଲାନୀରେ ହୋଇଥିଲା। ତାଙ୍କ ବାପା ଆର୍ମୀରେ ଥିଲେ। ମାତ୍ର ଆତଙ୍କବାଦୀଙ୍କ ସହ ଏନ୍‌କାଉଣ୍ଟର ବେଳେ ସେ ସହିଦ ହୋଇଥିଲେ। ଏକ ସମୟ ଥିଲା ନିମ୍ରତଙ୍କ ନାମ କ୍ରିକେଟର ରବି ଶାସ୍ତ୍ରୀଙ୍କ ସହ ଯୋଡାଯାଇଥିଲା। ଏହି ସମୟରେ ରବି ବିବାହିତ ଥିଲେ। ମାତ୍ର ସେ ସ୍ତ୍ରୀଙ୍କ ଠାରୁ ଛାଡପତ୍ର ନେଇ ଅଲଗା ରହୁଥିଲେ। ହେଲେ ଉଭୟ ସେମାନଙ୍କ ସମ୍ପର୍କକୁ କେବଳ ଏକ ଗୁଜବ ବୋଲି କହିଆସୁଥିଲେ। ମିଡିଆର ରିପୋର୍ଟ ଅନୁଯାୟୀ, ୨୦୧୫ରେ ଉଭୟଙ୍କ ସାକ୍ଷାତ ଏକ ଜର୍ମାମ କାର ଲଞ୍ଚ୍‌ ଅବସରରେ ହୋଇଥିଲା। ଏହା ପରେ ଉଭୟଙ୍କ ମଧ୍ୟରେ ବନ୍ଧୁତ୍ୱ ଏବଂ ଶେଷରେ ପ୍ରେମରେ ବଦଳିଯାଇଥିଲା। ପ୍ରାୟ ୨ ବର୍ଷ ପର୍ଯ୍ୟନ୍ତ ଉଭୟ ପରସ୍ପରକୁ ଡେଟ୍‌ କରିଥିଲେ ବୋଲି କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri