ଶାଶୁ ଘରେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ସ୍ବାମୀ ଅଟକ

ସୋରଡ଼ା, ୧୩।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଅସୁରବନ୍ଧ ପଞ୍ଚାୟତ ଗୋବିନ୍ଦପୁର ଗ୍ରାମରେ ଶୁକ୍ରବାର ରାତିରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ଗ୍ରାମର କୌଶଲ୍ୟା ଗଉଡ଼। ତେବେ କୌଶଲ୍ୟାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି।
ପ୍ରକାଶ ଯେ, ଗ୍ରାମର ଗୌରାଙ୍ଗ ଗଉଡ(୨୮) ଧରାକୋଟ ନିକଟ ସରଧାପୁର ଗ୍ରାମର ନରହରି ଗଉଡଙ୍କ ଝିଅ କୌଶଲ୍ୟା ଗଉଡଙ୍କୁ ୮ ବର୍ଷ ପୂର୍ବେ ବୈଦିକ ରୀତିରେ ବିବାହ କରିଥିଲେ। ଉଭୟଙ୍କର ୪ ବର୍ଷର ପୁଅ ଓ ୫ ବର୍ଷର ଝିଅ ଅଛନ୍ତି । ଶ୍ରମିକ ଭାବେ କାମ କରୁଥିବା ଗୌରାଙ୍ଗଙ୍କ ପରିବାର କିଛି ବର୍ଷ ହସଖୁସିରେ ବିତିଥିଲା। ହେଲେ ପରେ ଶାଶୁ, ବୋହୂ, ସ୍ବାମୀଙ୍କ ମଧ୍ୟରେ କଳହ ଲାଗି ରହୁଥିଲା। ତେବେ ଶନିବାର ସକାଳୁ ତାଙ୍କର ମୃତ ଦେହ ଦେଖିବାକୁ ମିଳିଥିଲା। ଖବର ପାଇ ଆଇଆଇସି ରମେଶ କୁମାର ପ୍ରଧାନ, ଏସ୍‌ଆଇ ସୁନୀଲ କଣ୍ଡୋଗୋରୀ ଗ୍ରାମରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ କୌଶଲ୍ୟାଙ୍କ ମୃତଦେହକୁ ଜବତକରି ଭଞ୍ଜନଗର ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି । ମୃତ କୌଶଲ୍ୟାଙ୍କ ପିତା ନରହରି ଗଉଡଙ୍କ ଏତଲାକୁ ଭିତ୍ତିକରି ପୋଲିସ କେସ୍‌ ନଂ. ୭୮/୨୧ରେ ଏକ ମାମଲା ରୁଜୁ କରିଛି । ଏହି ମାମଲାରେ ଶାଶୁ ପରି ଗଉଡ, ସ୍ବାମୀ ଗୌରାଙ୍ଗ ଗଉଡଙ୍କୁ ପୋଲିସ ଅଟକ ରଖିଥିବା ଜଣାପଡ଼ିଛି। ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ସମ୍ପର୍କୀୟଙ୍କ ଯାତାୟାତ ଖର୍ଚ୍ଚ ଖୋଦ ଆଇଆଇସି ପ୍ରଦାନ କରିଥିବା ଦେଖିବାକୁ ମିଳିଥିଲା । ମୃତଦେହ ବ୍ୟବଚ୍ଛେଦ ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ଆଇଆଇସି ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri