Posted inଖେଳ

ଦ୍ୱିତୀୟ ଟେଷ୍ଟ: ଇନିଂସ ପରାଜୟ ଏଡ଼ାଇଲା ଜିମ୍ବାଓ୍ବେ

ଆବୁଧାବି,୧୪।୩: ସ୍ଥାନୀୟ ଶେଖ ଜାଏଦ ଷ୍ଟାଡିୟମରେ ଚାଲିଥିବା ଆଫଗାନିସ୍ତାନ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଜିମ୍ବାଓ୍ବେ ଫଲୋଅନ ହେବା ପରେ ଦ୍ୱିତୀୟ ଇନିଂସରେ ଲଢୁଆ ବ୍ୟାଟିଂ କରି ଇନିଂସ ପରାଜୟ ଏଡାଇବାକୁ ସକ୍ଷମ ହୋଇଛି।
ଟସ୍‌ ଜିତି ଆଫଗାନିସ୍ତାନ ପ୍ରଥମ ଇନିଂସରେ ହାଶମାତୁଲ୍ଲା ଶାହିଦିଙ୍କ ୨୦୦ ରନର ଅପରାଜିତ ଦ୍ୱିଶତକୀୟ ପାଳି ବଳରେ ୧୬୦.୪ ଓଭରରେ ୪ ଉଇକେଟ ହରାଇ ୫୪୫ ରନ କରି ଇନିଂସ ଘୋଷଣା କରିଥିଲା। ଜବାବରେ ଜିମ୍ବାଓ୍ବେ ପ୍ରଥମ ଇନିଂସ ଆରମ୍ଭ କରି ୯୧.୩ ଓଭରରେ ୨୮୭ ରନକରି ଅଲଆଉଟ ହୋଇଥିଲା। ଜିମ୍ବାଓ୍ବେ ପ୍ରଥମ ଇନିଂସ ଭିତ୍ତିରେ ୨୫୮ ରନ ପଛରେ ପଡି ଫଲୋଅନ ହୋଇଥିଲା। ଫଲୋଅନ ହେବା ପରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ଜିମ୍ବାଓ୍ବେ ଶନିବାର ଚତୁର୍ଥ ଦିବସ ଖେଳ ଶେଷ ସୁଦ୍ଧା ୧୦୬ ଓଭରରେ ୭ ଉଇକେଟ ହରାଇ ୨୬୬ ରନ ସଂଗ୍ରହ କରିଛି। ମ୍ୟାଚ୍‌ ଆଉ ଗୋଟିଏ ଦିନ ବାକିଥିବା ବେଳେ ଜିମ୍ବାଓ୍ବେ ୩ ଉଇକେଟ ହାତରେ ରଖି ମୋଟ୍‌ ଉପରେ ମାତ୍ର ୮ ରନର ଅଗ୍ରଣୀ ହାସଲ କରିଛି। ଷ୍ଟମ୍ପ ଅପସାରଣ ବେଳକୁ ଅଧିନାୟକ ସିନ ଓ୍ବିଲିୟମ୍ସ ୧୦୬ ରନର ଶତକୀୟ ପାଳି ଖେଳି ଓ ଡୋନାଲ୍ଡ ଟିରିପାନୋ ୬୩ ରନକରି ଅପରାଜିତ ରହିଛନ୍ତି। ଅଷ୍ଟମ ଉଇକେଟରେ ଏହି ଦୁଇ ବ୍ୟାଟ୍ସମ୍ୟାନ ଅପରାଜିତ ୧୨୪ ରନକରି ସ୍ଥିତି ସମ୍ଭାଳିଥିଲେ।
ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର ୨୪/୦ରୁ ଜିମ୍ବାଓ୍ବେ ଶନିବାର ଖେଳ ଆରମ୍ଭ କରିଥିଲା। ଓଭରନାଇଟ୍‌ ବ୍ୟାଟ୍ସମ୍ୟାନ ତଥା ଓପନର ପ୍ରିନ୍ସ ମାସଭାଉର ୩ ଓ କେଭିନ୍‌ କାସୁଜା ୨୦ ରନରୁ ଖେଳ ଆରମ୍ଭ କରି ଯଥାକ୍ରମେ ୧୫ ଓ ୩୦ ରନ କରି ଆଉଟ ହୋଇଥିଲେ। ତାରିସାଇ ମୁସାକାଣ୍ଡା ୧୫, ସିକନ୍ଦର ରାଜା ୨୨ ରନକରି ଆଉଟ ହୋଇଥିବା ବେଳେ ଓ୍ବେସଲି ମାଧେଭେର, ରିଆନ ବୁର୍ଲ ଓ ଉଇକେଟକିପର ବ୍ୟାଟ୍ସମ୍ୟାନ ରେଗିସ ଚକଭା ଖାତା ଖୋଲିପାରି ନ ଥିଲେ। ବୋଲିଂରେ ଆଫଗାନିସ୍ତାନ ତରଫରୁ ତାରକା ସ୍ପିନର ରସିଦ ଖାଁ ସର୍ବାଧିକ ୫, ସୟଦ ଶିରଜାଦ ଓ ଜାଭେଦ ଅହମଦି ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଆଫଗାନିସ୍ତାନ ପ୍ରଥମ ଇନିଂସ:
୧୬୦.୪ ଓଭରରେ ୫୪୫/୪ (ଇନିଂସ ଘୋଷଣା)।
ଜିମ୍ବାଓ୍ବେ ପ୍ରଥମ ଇନିଂସ: ୯୧.୩ ଓଭରରେ ୨୮୭
ଜିମ୍ବାଓ୍ବେ ଦ୍ୱିତୀୟ ଇନିଂସ(ଫଲୋଅନ): ୧୦୬ ଓଭରରେ ୨୬୬/୭
(କାସୁଜା-୩୦, ମାସଭାଉର- ୧୫, ସିନ୍‌ ଓ୍ବିଲିୟମ୍ସ- ୧୦୬*, ଡୋନାଲ୍ଡ ଟିରିପାନୋ- ୬୩*, ସିକନ୍ଦର ରାଜା- ୨୨, ରସିଦ- ୫/୧୦୫)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ଶୁବମନ ଗିଲଙ୍କ ସହ ହୋଇଛି ଧୋକା! ଓ୍ବାର୍ଲଡକପ ଟିମ୍‌ରୁ ବାଦ ଦିଆଯିବା ପରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଥିଲେ, ସେତେବେଳେ ଶୁବମନ ଗିଲଙ୍କ ନାମ ତାଲିକାରେ...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri