Posted inଜାତୀୟ

ଆନ୍ଦୋଳନ ସ୍ଥଳରେ ପକ୍କା ଘର ନିର୍ମାଣ କରି ଅଡୁଆରେ କୃଷକ

ନୂଆଦିଲ୍ଲୀ,୧୪ ।୩: କେନ୍ଦ୍ର ସରକାରଙ୍କ ୩ କୃଷି ଆଇନକୁ ବିରୋଧ କରି ଦିଲ୍ଲୀ ସୀମାରେ ବିଭିନ୍ନ ରାଜ୍ୟର କୃଷକମାନେ ୧୦୦ ଦିନରୁ ଊର୍ଦ୍ଧ୍ୱ ସମୟ ହେଲା ଆନ୍ଦୋଳନରେ ବସିଛନ୍ତି । ୧୦ଥରରୁ ଅଧିକ ଥର କେନ୍ଦ୍ର ସରକାରଙ୍କ ସହ କୃଷକନେତାମାନେ କଥା ହୋଇଥିଲେ ମଧ୍ୟ ଏହାର କୌଣସି ସମାଧାନ ଏପର୍ଯ୍ୟନ୍ତ ବାହାରି ପାରିନାହିଁ । ଫଳରେ ଆଗାମୀ ଦିନରେ ଆନ୍ଦୋଳନକୁ ଆହୁରି ତିବ୍ର କରିବା ଯୋଜନାରେ ଅଛନ୍ତି କୃଷକ । ଏହାକୁ ନେଇ କୁଣ୍ଡଳି ସୀମାରେ ଗୋଟିଏ ଦିନ ପୂର୍ବରୁ କୃଷକମାନେ ଆନ୍ଦୋଳନ ସ୍ଥଳରେ ଜାତୀୟ ରାଜପଥ ଉପରେ ବୋଲୱେଲ ବସାଇବା ଓ ପକ୍କା ଘର ନିର୍ମାଣ କରିବା ଦେଖାଯାଇଛି । ଏବେ ଏହାକୁ ନେଇ ଏନ୍‌ଏଚ୍‌ଏଆଇ ଓ ନଗରପାଳିକା କୃଷକଙ୍କ ବିରୋଧରେ ମାମଲା କରିଛି । ଏଥିରେ କାହାରି ନାଁ ନ ଥିବା ବେଳେ ପୋଲିସ କହିଛି ଯାଞ୍ଚ ପରେ ସବୁ ଜଣାପଡିବ । ଏହାରି ଭିତରେ କୃଷକଙ୍କ ବିରୋଧକୁ ଦେଖି ଭାରତୀୟ ଜନତା ପାର୍ଟି(ଭାଜପା) ନେତା ସେମାନଙ୍କ କାର୍ଯ୍ୟକ୍ରମ ବନ୍ଦ କରି ଦେଇଛନ୍ତି । ପଞ୍ଜାବରେ ଭାଜପା ନେତାଙ୍କୁ ଘେରାଉ କରାଯାଇଥିବା ବେଳେ ହରିୟାଣାରେ ବିରୋଧ ଆଶଙ୍କା କରି ଭାଜପା ନେତା ସେମାନଙ୍କର କାର୍ଯ୍ୟକ୍ରମକୁ ରଦ୍ଦ କରି ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

‘ଶ୍ରେଷ୍ଠତା ପଦ ଦ୍ୱାରା ନୁହେଁ ଆଚରଣ ଦ୍ୱାରା ପ୍ରତିଷ୍ଠିତ ହୋଇଥାଏ’,‘ସଦୈବ ଅଟଳ’ରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୨୫।୧୨: ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ସଦୈବ ଅଟଳ ସ୍ମାରକ ପରିଦର୍ଶନ...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

କାର୍‌ ନା ବାଇକ୍‌, କେଉଁ ଗାଡିର ଅଧିକ ଚାଲାଣ କାଟେ ଟ୍ରାଫିକ୍‌ ପୋଲିସ?

ନୂଆଦିଲ୍ଲୀ,୨୫।୧୨: ଦିଲ୍ଲୀର ଟ୍ରାଫିକ ପୋଲିସ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପ୍ରତି କ୍ରମଶଃ କଠୋର ହେବାରେ ଲାଗିଛି। ଏହା ସତ୍ତ୍ୱେ, ବହୁ ସଂଖ୍ୟକ ଡ୍ରାଇଭର PUCCକୁ ହାଲୁକା...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri