ଗାନ୍ଧୀ ନୀତିରେ ଦେଶ ରକ୍ଷା ଆହ୍ବାନ

ଡେଲାଙ୍ଗ/ପିପିଲି, ୧୪।୩ (ଡି.ଏନ୍‌.ଏ./ସ୍ବ.ପ୍ର.): ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ବେରବୋଇସ୍ଥିତ ମେଳନ ପଡ଼ିଆରେ ଶନିବାର କଂଗ୍ରେସ ପକ୍ଷରୁ ଗାନ୍ଧିଜୀଙ୍କ ଓଡ଼ିଶା ଆଗମନ ଏବଂ ଓଡ଼ିଶାରେ କଂଗ୍ରେସର ୧୦୦ବର୍ଷ ପୂର୍ତ୍ତି ଅବସରରେ ଗାନ୍ଧୀପୀଠରୁ ପିପିଲିର ଦାଣ୍ଡମୁକୁନ୍ଦପୁରକୁ ଐତିହାସିକ ପଦଯାତ୍ରାର ଉଦ୍‌ଘାଟନ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଯୋଗଦେଇ ଗାନ୍ଧୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣୀତ ହୋଇ ଦେଶକୁ ରକ୍ଷା କରିବା ପାଇଁ ଆହ୍ବାନ ଦେଇଥିଲେ। କାର୍ଯ୍ୟକ୍ରମକୁ ପୁରୀ ଜିଲା ସଭାପତି ଅଜିତ ମଙ୍ଗରାଜ ସଭାପତିତ୍ୱ କରିଥିବା ବେଳେ ପୂର୍ବତନ ମନ୍ତ୍ରୀ ପଞ୍ଚାନନ କାନୁନ୍‌ଗୋ, ପୁରୀ ଜିଲା ପ୍ରଭାରୀ ବିଜୟଲକ୍ଷ୍ମୀ ସାହୁ, ଗଣେଶ୍ୱର ବେହେରା, ପ୍ରସାଦ ହରିଚନ୍ଦନ, ଜଟଣୀ ବିଧାୟକ ସୁରେଶ ରାଉତରାୟ, ପୂର୍ବତନ ବିଧାୟକ ବିପିନି ଦାଶ, ରାଜ୍ୟ ମୁଖପାତ୍ର ନିଶିକାନ୍ତ ମିଶ୍ର ପ୍ରମୁଖ ଯୋଗଦେଇ ମହାମତ୍ା ଗାନ୍ଧୀଙ୍କ ପ୍ରର୍ତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଅତିଥିମାନେ ସେଠାରେ ଥିବା ମାତା କସ୍ତୁରବା ସେବା କେନ୍ଦ୍ରକୁ ପରିଦର୍ଶନ କରିଥିଲେ। ପରେ ସଭାରେ ଯୋଗଦେଇ ସମାଜକୁ ଭ୍ରଷ୍ଟାଚାରରୁ ରକ୍ଷା କରିବା ପାଇଁ ରାମରାଜ୍ୟ ଗଠନ କରିବା ଏହି ପଦଯାତ୍ରାର ଲକ୍ଷ୍ୟ ବୋଲି ଅତିଥିମାନେ ମତପ୍ରକାଶ କରିଥିଲେ। ସେହିପରି ଡେଲାଙ୍ଗ ହେଉଛି ଗଡ଼ଜାତର ମାଟି। ଏହି ମାଟିକୁ ୧୯୩୮ରେ ଜାତିର ପିତା ମହାମତ୍ାଗାନ୍ଧୀ ୪ର୍ଥ ସମ୍ମିଳନୀରେ ଯୋଗଦେବାକୁ ଆସି ବେରବୋଇରେ ୭ ଦିନ ରହିଥିଲେ। ଏହି ଗଡ଼ଜାତ ମାଟିରେ ବୀରତ୍ୱ ରହିଛି, ଏହି ମାଟିରେ ପାଣିଦେଲେ ଅନେକ ବୀର ଜନ୍ମନେବେ ବୋଲି ପିସିସି ପୂର୍ବତନ ସଭାପତି ପ୍ରସାଦ ହରିଚନ୍ଦନ ମତବ୍ୟକ୍ତ କରିଥିଲେ। ସେହିପରି ଯୋଗଦେଇଥିବା ନେତାମାନେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଚାଷୀମାରଣ ନୀତି ବିରୋଧରେ ନାରାବାଜି ଦେଇଥିଲେ। ପରେ ଦଳ ପକ୍ଷରୁ ବେରବୋଇଠାରୁ ପଦଯାତ୍ରା କରି ଦାଣ୍ଡ ମୁକୁନ୍ଦପୁରଠାରେ ପହଞ୍ଚିଥିଲା। ସେଠାରେ ଏକ ସଭାର ଆୟୋଜନ କରାଯାଇଥିଲା। ପୂର୍ବତନ ମନ୍ତ୍ରୀ ପଞ୍ଚାନନ କାନୁନ୍‌ଗୋଙ୍କ ଦ୍ୱାରା ଲିଖିତ ଉକତ୍ଳରେ ଗାନ୍ଧିଜୀ ଓ କଂଗ୍ରେସ ପୁସ୍ତକର ଉନ୍ମୋଚନ ଅତିଥିମାନେ କରିଥିଲେ। ଅନ୍ୟ ଅତିଥି ଭାବେ ପଦ୍ମକର ଗୁରୁ, ରାଜ୍ୟ ମହିଳା ସମ୍ପାଦିକା ନିରୁପମା ପାତ୍ର, ମହିଳା କଂଗ୍ରେସ ନେତ୍ରୀ ରଶ୍ମିତା ପାତ୍ର, ପିସିସି ସଦସ୍ୟ ଶୁଭେନ୍ଦୁ ମହାନ୍ତି, ଅମିୟ ପଟ୍ଟନାୟକ, ରଜତ ଚୌଧୂରୀ, ଅଜିତ ଗିରି, ବିଶ୍ୱଭୂଷଣ ଦାସ, ଜିଲା ଉପସଭାପତି ବିରେନ୍ଦ୍ରଭୂଷଣ ହୋତା, ଡେଲାଙ୍ଗ ବ୍ଲକ ସଭାପତି ରବୀନ୍ଦ୍ର ଦାସ, ପୂର୍ବତନ ସଭାପତି ଦେବ ପ୍ରସାଦ ରାଉତ, ଯୁବନେତା ବିଶ୍ୱରଞ୍ଜନ ବଳବନ୍ତରାୟଙ୍କ ସମେତ ଶତାଧିକରୁ ଊର୍ଦ୍ଧ୍ୱ ଦଳୀୟ କର୍ମୀ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ବିରାଟ ମହିଳା ସମ୍ମିଳନୀ: ନାରୀ ଶିକ୍ଷା, ରୋଜଗାର ଉପରେ…

ଭଞ୍ଜନଗର,୨୭।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଚାଲିଥିବା ନିଖିଳ ଉତ୍କଳ କୁର୍ମି କ୍ଷତ୍ରୀୟ ପ୍ରଦେଶ ମହାସଭା ଶନିବାର ତୃତୀୟ ଦିବସରେ ପହଞ୍ଚିଛି। ରବିବାର ମହାସଭା...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri