‘ଟଳିନି ବିପଦ, ସତର୍କ ରୁହ’

ଭୁବନେଶ୍ୱର, ୧୫।୩(ବ୍ୟୁରୋ): ଦେଶରେ ଏବେ କରୋନାର ଦ୍ୱିତୀୟ ଲହର ଦେଖାଦେଇଛି। କେରଳ, ମହାରାଷ୍ଟ୍ର, ଛତିଶଗଡ଼, ମଧ୍ୟପ୍ରଦେଶ, ପଞ୍ଜାବ, ହରିୟାଣାରେ ସଂକ୍ରମଣ ଉପରମୁହାଁ ରହିଛି। ଏଠାରେ କରୋନାର ନୂଆ ରୂପ ତା’ର କାୟା ବିସ୍ତାର କରିବାରେ ଲାଗିଛି। ଓଡ଼ିଶାରେ ଏହି ମହାମାରୀ ଏବେ ନିୟନ୍ତ୍ରଣରେ ରହିଥିଲେ ମଧ୍ୟ ଏସବୁ ରାଜ୍ୟରୁ ପ୍ରତିଦିନ ହଜାର ହଜାର ଲୋକ ଆସୁଥିବାରୁ ଆଶଙ୍କା ଦେଖାଦେଇଛି। ସମ୍ଭାବ୍ୟ ସ୍ଥିତିକୁ ଏଡ଼ାଇବା ପାଇଁ ରାଜ୍ୟ ସରକାର ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି। ହେଲେ ରାଜ୍ୟରେ ସଂକ୍ରମଣ କମିବା ପରଠୁ ଅଧିକାଂଶ ଲୋକ ଗାଇଡ୍‌ଲାଇନ୍‌ ମାନୁନାହାନ୍ତି। ମାସ୍କ ପିନ୍ଧିବାକୁ ଗୁରୁତ୍ୱ ଦେଉ ନ ଥିବାବେଳେ ଭିଡ଼ ଜମାଉଥିବା ଦେଖିବାକୁ ମିଳିଛି। ଏପରିସ୍ଥଳେ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସତର୍କ ଓ ସଚେତନ ରହିବାକୁ ଆହ୍ବାନ ଦେଇଛନ୍ତି। ରାଜ୍ୟବାସୀଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ସମସ୍ତଙ୍କ ସହଯୋଗରେ ଓଡ଼ିଶା କରୋନା ନିୟନ୍ତ୍ରଣରେ ଆଜି ଭଲ ସ୍ଥିତିରେ ରହିଛି। ଏ ଦିଗରେ ରାଜ୍ୟ ନେଇଥିବା ପଦକ୍ଷେପକୁ ‘ହୁ’ ମଧ୍ୟ ପ୍ରଶଂସା କରିଛି। ଏବେ ଆମର ଦୈନିକ ସଂକ୍ରମଣ ୧୦୦ ତଳେ ରହୁଛି। ଶୂନ ସଂକ୍ରମଣ ଆମର ଲକ୍ଷ୍ୟ। ରୋଗ କ୍ଷେତ୍ରରେ ଆତ୍ମସନ୍ତୋଷ ଠିକ୍‌ ନୁହେଁ। ବିପଦ ଏବେ ମଧ୍ୟ ଟଳିନାହିଁ, ସତର୍କ ରୁହ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସଂକ୍ରମଣ ଏବେ ପୁନର୍ବାର ବିଭିନ୍ନ ସ୍ଥାନରେ ବଢୁଥିବା ଲକ୍ଷ୍ୟ କରାଯାଉଛି। ତେଣୁ ଯେପରି ପୂର୍ବାବସ୍ଥା ନ ଫେରେ ସେନେଇ ସମସ୍ତେ ସଜାଗ ରହିବାର ଆବଶ୍ୟକତା ଥିବା ବିଶେଷଜ୍ଞମାନେ ମତ ରଖିଛନ୍ତି। ଏହାକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇ କହିଛନ୍ତି, ଦେଶର କେତେକ ରାଜ୍ୟରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ମହାରାଷ୍ଟ୍ରର କେତେକ ଅଞ୍ଚଳରେ ଲକ୍‌ଡାଉନ୍‌ ପୁଣି ଫେରିଛି। ଲକ୍‌ଡାଉନ୍‌ ସମୟର କଷ୍ଟ ଆମ ସ୍ମୃତିରେ ଏବେ ମଧ୍ୟ ତାଜା ଅଛି। ଆମ ଅର୍ଥନୀତି, ସାମାଜିକ ଜୀବନ, ପିଲାଙ୍କ ପାଠପଢ଼ା ସବୁ କ୍ଷେତ୍ରକୁ ଏହା ଗଭୀର ଭାବେ ପ୍ରଭାବିତ କରିଛି। ଆପଣମାନଙ୍କ ତ୍ୟାଗ ଓ ସହଯୋଗ ଯୋଗୁ ବର୍ତ୍ତମାନ ସ୍ବାଭାବିକ ଅବସ୍ଥା ଫେରିଛି। ଆମେ ସତର୍କ ରହିଲେ ଲକ୍‌ଡାଉନ୍‌ ଭଳି ସ୍ଥିତି ଉପୁଜିବ ନାହିଁ। ତେଣୁ ସମସ୍ତେ ପୂର୍ବଭଳି କୋଭିଡ୍‌ ଗାଇଡ୍‌ଲାଇନ୍‌କୁ କଡ଼ାକଡ଼ି ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି। ବାହାରକୁ ଗଲେ ମାସ୍କ ନିଶ୍ଚୟ ପିନ୍ଧିବା। ବେକରେ ଝୁଲାଇକି ନୁହେଁ, ଠିକ୍‌ ଭାବେ ପାଟି ଓ ନାକକୁ ଘୋଡାଇ ରଖି ପିନ୍ଧିବା। ଘରକୁ ଫେରିଲେ ସାବୁନ୍‌ରେ ଭଲରେ ହାତ ଧୋଇବା ଜରୁରୀ। ମୁହଁ, ନାକ ଓ ଆଖିରେ ବାରମ୍ବାର ହାତ ମାରିବା ନାହିଁ। ସାମାଜିକ ଦୂରତ୍ୱ ରକ୍ଷାକରି ହାଟ ବଜାର ଆଦି ସ୍ଥାନକୁ ଯିବା ଓ ଅନାବଶ୍ୟକ ଭାବେ ବାହାରେ ବୁଲାବୁଲି ନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ଆହୁରି ମଧ୍ୟ ସେ କହିଛନ୍ତି, ବର୍ତ୍ତମାନ ରାଜ୍ୟରେ କରୋନା ଟିକାକରଣ ସଫଳ ଭାବେ ଚାଲିଛି। ଏ ଦିଗରେ ସମସ୍ତଙ୍କ ସହଯୋଗ କାମନା କରୁଛି। କରୋନା ବିରୋଧୀ ଲଢ଼େଇରେ ଆମେ ଆମର ବହୁ ଯୋଦ୍ଧାଙ୍କୁ ହରାଇଛୁ। ସେମାନଙ୍କ ପରିବାର ଆଖିରୁ ଏବେ ମଧ୍ୟ ଲୁହ ଶୁଖିନାହିଁ। ସେହି ଯୋଦ୍ଧାମାନଙ୍କ ବଳିଦାନକୁ ଆମେ କେବେ ହେଲେ ବ୍ୟର୍ଥ ଯିବାକୁ ଦେବା ନାହିଁ। ସତର୍କ ରହିବା ହିଁ ଶହୀଦ କରୋନା ଯୋଦ୍ଧାଙ୍କ ପାଇଁ ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ହେବ। କରୋନା ନିୟମାବଳୀର ଅନୁପାଳନକୁ କଡ଼ାକଡ଼ି ଭାବେ ତଦାରଖ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନ ଓ ପୋଲିସ୍‌କୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଆମେ ନିଜେ ସତର୍କ ରହିବା ହିଁ ସବୁଠାରୁ ଭଲ। ଆପଣମାନଙ୍କ ଉପରେ ମୋର ପୂର୍ଣ୍ଣ ଭରସା ରହିଛି। ଆପଣମାନେ ମୋର ଅନୁରୋଧ ରକ୍ଷା କରିବେ ଓ ସତର୍କ ରହିବେ। ଆମେ ସମସ୍ତେ ମିଶି ଶୂନ ସଂକ୍ରମଣ ଲକ୍ଷ୍ୟ ହାସଲ କରିପାରିବା ବୋଲି ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri