Posted inଖେଳ

୭୩ ରନ୍‌ କରି ୩ ବିଶ୍ୱରେକର୍ଡ ଭାଙ୍ଗିଦେଲେ କୋହଲି

ଅହମଦାବାଦ୍‌,୧୫।୩:ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତ ୭ ଉଇକେଟ୍‌ ଜିତିଛି। ୧୬୫ ରନ୍‌ର ଲକ୍ଷ୍ୟ ପିଛା କରି ଇଶାନ କିଶନ-ଅଧିନାୟକ ବିରାଟ କୋହଲିଙ୍କ ଅର୍ଦ୍ଧଶତକ ବଳରେ ଜିତିଥିଲା ଭାରତ । କୋହଲି ଅପରାଜିତ ୭୩ ରନ ଏବଂ ଇଶାନ କିଶନ ୫୬ ରନ ସଂଗ୍ରହ କରିଥିଲେ। ଦୁହେଁ ୯୨ ରନର ଭାଗିଦାରୀ କରିଥିଲେ। ବିରାଟ କୋହଲି ୭୩ ରନ୍‌ର ପାଳିରେ ତିନୋଟି ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ୍‌ରେ ୧୨ ହଜାର ରନ ସ୍କୋର କରିବାରେ ବିରାଟ କୋହଲି ଦ୍ରୁତତମ ଅଧିନାୟକ ହୋଇଛନ୍ତି। କୋହଲି ଅଧିନାୟକ ଭାବେ ମାତ୍ର ୨୨୬ ଇନିଂସରେ ୧୨ ହଜାର ଅନ୍ତର୍ଜାତୀୟ ରନ ପୂରଣ କରିଥିଲେ। ତାଙ୍କ ପୂର୍ବରୁ ଏହି ରେକର୍ଡ ରିକି ପଣ୍ଟିଙ୍ଗଙ୍କ ନାମରେ ଥିଲା, ଯିଏ ୨୮୨ ଇନିଂସରେ ଏହି ପ୍ରଦର୍ଶନ କରିଥିଲେ। ଅନ୍ତର୍ଜାତୀୟ କ୍ରିକେଟରେ ଅଧିନାୟକ ଭାବରେ ବିରାଟ କୋହଲି ୧୨ ହଜାର ରନ୍‌ କରିବାରେ ପ୍ରଥମ ଭାରତୀୟ। ତାଙ୍କ ପୂର୍ବରୁ ଏମଏସ ଧୋନୀ ୧୧୨୦୭ ରନ ସ୍କୋର କରିବାର ରେକର୍ଡ ସର୍ବାଧିକ ଥିଲା।
ଅହମ୍ମଦାବାଦରେ ଖେଳାଯାଇଥିବା ଦ୍ୱିତୀୟ ମ୍ୟାଚରେ ବିରାଟ କୋହଲି ୩୦୦୦ ଅନ୍ତର୍ଜାତୀୟ ଟି -୨୦ ରନ ମଧ୍ୟ ପୂରଣ କରିଛନ୍ତି। ବିରାଟ କୋହଲି ହେଉଛନ୍ତି ବିଶ୍ୱର ପ୍ରଥମ କ୍ରିକେଟର ଯିଏକି ଟି -୨୦ କ୍ରିକେଟରେ ଏହି ସଂଖ୍ୟା ଛୁଇଁଛନ୍ତି। ତାଙ୍କ ପଛକୁ ୨୮୩୯ ରନ୍‌ କରି ମାର୍ଟିନ ଗୁପତିଲ୍‌ ଅଛନ୍ତି। ସେହିପରି ବିରାଟ କୋହଲି ଟି -୨୦ ରେ ୫୦ରୁ ଅଧିକ ସ୍କୋର କରି ଆଉ ଏକ ଅର୍ଦ୍ଧଶତକ ହାସଲ କରିଛନ୍ତି। ସେ ଏହି କାମ ୨୫ ଥର କରିଥିବା ରୋହିତ ଶର୍ମାଙ୍କଠାରୁ ଆଗରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri