Posted inଖେଳ

କୋହଲିଙ୍କ ଓ୍ବାନ ମ୍ୟାନ୍‌ ଶୋ

ଅହମ୍ମଦାବାଦ୍‌,୧୬।୩ : ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ୩ୟ ଟି୨୦ ମ୍ୟାଚ୍‌ରେ ଦେଖିବାକୁ ମିଳିଛି ଟିମ୍‌ ଇଣ୍ଡିଆ ଅଧିନାୟକ ବିରାଟ କୋହଲିଙ୍କ ଓ୍ବାନ ମ୍ୟାନ ଶୋ। ଦଳର ପ୍ରାୟ ସମସ୍ତ ବ୍ୟାଟ୍ସମ୍ୟାନ ଫେଲ୍‌ ମାରିଥିଲେ। କିନ୍ତୁ ଇଂଲଣ୍ଡ ପାଖରେ ନ ଥିଲା କୋହଲିଙ୍କୁ ରୋକିଲା ଭଳି ବୋଲର। କୋହଲିଙ୍କ ବିସ୍ଫୋରକ ୭୭ ରନ୍‌ର ଇନିଂସ ଯୋଗୁ ଭାରତ ପ୍ରତିପକ୍ଷ ଇଂଲଣ୍ଡ ଆଗରେ ଛିଡ଼ା କରିଛି ୧୫୭ ରନ୍‌ର ଚ୍ୟାଲେଞ୍ଜିଂ ସ୍କୋର।

ଭାରତୀୟ ଦଳର ଟପ୍‌ ଅର୍ଡର ପୂରା ଫେଲ ମାରିଥିଲା। ଏପରି କି ଟିମ୍‌ ଇଣ୍ଡିଆ ୧୪.୩ ଓଭରରେ ୫ ଉଇକେଟ ହରାଇ ୮୬ ରନ୍‌ କରିଥିଲା। ଲାଗୁଥିଲା ଭାରତ ଚ୍ୟାଲେଞ୍ଜିଂ ସ୍କୋର ଛିଡ଼ା କରିପାରିବ ନାହିଁ। ମାତ୍ର କିଛି ଅଲଗା ଚିନ୍ତା କରିଥିଲେ କୋହଲି। ମାତ୍ର ୪୬ ବଲରେ ୮ ଚୌକା ଓ ୪ ଛକା ସହାୟତାରେ ଖେଳିଥିଲେ ୭୭ ରନ୍‌ର ଅପରାଜିତ ପାଳି। ଇଂଲଣ୍ଡ ପକ୍ଷରୁ ମାର୍କ ଉଡ ୩ଟି ଓ କ୍ରିସ ଜୋର୍ଡାନ ୨ଟି ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଆସୁଛି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ଖୁସିଖବର: ଟିମ ଇଣ୍ଡିଆରେ…

ନୂଆଦିଲ୍ଲୀ,୨୯।୧୨: ଟି-୨୦ କ୍ରିକେଟରେ ଟିମ ଇଣ୍ଡିଆର ପ୍ରଭାବଶାଳୀ ପ୍ରଦର୍ଶନ ଜାରି ରହିଛି। ସୂର୍ଯ୍ୟକୁମାର ଯାଦବ ଅଧିନାୟକତ୍ୱ ଗ୍ରହଣ କରିବା ପରଠାରୁ, ଭାରତୀୟ ଦଳ ଏହି ଫର୍ମାଟରେ...

ନକଲି ବିଦେଶୀ ମଦ କାରାଖାନା ଠାବ, ନାମୀଦାମୀ କମ୍ପାନୀର ନକଲି ମଦ ଜବତ

କୋଟପାଡ଼ (ରାଜଶେଖର ),୨୯ା୧୨: କୋରାପୁଟ ଜିଲା କୋଟପାଡ଼ ଅଞ୍ଚଳରୁ ବିପୁଳ ପରିମାଣରେ ନକଲି ମଦ ଜବତ ହୋଇଛି । ରବିବାର ରାତିରେ ଅବକାରୀ ବିଭାଗ କର୍ମଚାରୀ...

ସରକାରୀ ଜମିକୁ ଜବରଦଖଲ କଲା ଘରୋଇ ଶିକ୍ଷାନୁଷ୍ଠାନ: ତାଲିଲେ ଗାଁ ଲୋକେ, ଦେଲେ ଏଭଳି ଚେତାବନୀ

ପାଟଣା,୨୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ମୂଷା ଖୋରି ଆରଆଇ ସର୍କଲ ଅନ୍ତର୍ଗତ ଭାଲୁଘର ମୌଜାର ହୁଡ଼ି ଓ ସରକାରୀ ଜମିକୁ ବିବେକାନନ୍ଦ...

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ...

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

ଅତୀତର ସ୍ମୃତିକୁ ମନେ ପକାଇଲେ ପୁରାତନ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟ ଏବଂ ରାଧାଦାମୋଦର ବାଳିକା ଉଚ୍ଚ ବିଦ୍ୟାଳୟ ୧୯୯୧ ମାଟ୍ରିକ...

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ...

ନର୍ସିଂହୋମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୬ ଜଣ ବୃଦ୍ଧାବୃଦ୍ଧ

ନୂଆଦିଲ୍ଲୀ,୨୯।୧୨: ଇଣ୍ଡୋନେସିଆର ଏକ ନର୍ସିଂହୋମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଖବରପାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri