Posted inଖେଳ

ଫେଡେରେଶନ କପ୍‌ ଆଥଲେଟିକ୍ସ ୧୦୦ ମି. ରେସ୍‌: ଦୂତୀଙ୍କୁ ରୌପ୍ୟ, ଅମିୟ ୭ମ

ଭୁବନେଶ୍ୱର, ୧୭।୩(କ୍ରୀଡ଼ା ପ୍ରତିନିଧି)- ପଟିଆଲାର ଏନ୍‌ଏସ ଏନ୍‌ଆଇଏସ୍‌ରେ ଆରମ୍ଭ ହୋଇଥିବା ୨୪ତମ ଜାତୀୟ ଫେଡେରେଶନ କପ୍‌ ସିନିୟର ଆଥଲେଟିକ୍‌ ଚାମ୍ପିୟନଶିପ୍‌ର ମହିଳା ୧୦୦ ମିଟର ଇଭେଣ୍ଟରେ ଜାତୀୟ ରେକର୍ଡଧାରିଣୀ ଓଡ଼ିଶାର ଦୂତୀ ଚାନ୍ଦ ରୌପ୍ୟ ପଦକରେ ସନ୍ତୁଷ୍ଟ ହୋଇଛନ୍ତି। ମଙ୍ଗଳବାର ଅନୁଷ୍ଠିତ ଫାଇନାଲରେ ଦୂତୀ ୧୧.୫୮ ସେକେଣ୍ଡ ସମୟ ନେଇ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ହିଟ୍‌ରେ ଭଲ ଟାଇମିଂ ରଖିଥିବା ତାମିଲନାଡ଼ୁର ଧନଲକ୍ଷ୍ମୀ ସେହି ପ୍ରଦର୍ଶନ ବଜାୟ ରଖି ୧୧.୩୯ ସେକେଣ୍ଡ ସହିତ ସ୍ବର୍ଣ୍ଣ ପଦକ ପାଇଛନ୍ତି। ଅନ୍ୟତମ ତାମିଲନାଡ଼ୁ ଧାବିକା ଅର୍ଚ୍ଚନା ସୁସେନ୍ଦ୍ରନ ୧୧.୭୬ ସେକେଣ୍ଡ ସମୟ ସହ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ପଶ୍ଚିମବଙ୍ଗର ହିମାଶ୍ରୀ ରୟ, କର୍ନାଟକର ଧନେଶ୍ୱରୀ ଏ.ଟି., ତାମିଲନାଡ଼ୁର ସି. କାନିମୋଝି ଓ ମହାରାଷ୍ଟ୍ରର ଡିଣ୍ଡ୍ରା ଡୁଡ୍‌ଲି ଭାଲାଡା ପରବର୍ତ୍ତୀ ୪ ସ୍ଥାନରେ ରହିଛନ୍ତି। ଫଲ୍ସ ଷ୍ଟାର୍ଟ ଯୋଗୁ ଆସାମର ହିମା ଦାସ ରେସ୍‌ରୁ ବାଦ୍‌ ପଡ଼ିଥିଲେ। ପୁରୁଷ ବିଭାଗରେ ଜାତୀୟ ରେକର୍ଡଧାରି ଓଡ଼ିଶାର ଅମିୟ କୁମାର ମଲିକ ନିରାଶ କରିଛନ୍ତି। ୮ ପ୍ରତିଯୋଗୀ ବିଶିଷ୍ଟ ପୁରୁଷ ୧୦୦ ମିଟର ଫାଇନାଲରେ ସେ ୧୦.୭୫ ସେକେଣ୍ଡ ସମୟ ନେଇ ୭ମ ସ୍ଥାନରେ ରହିଛନ୍ତି। ହିଟ୍‌ ଓ ସେମିଫାଇନାଲରେ ଅମିୟ ୧୦.୭୩ ସେକେଣ୍ଡ ସମୟ ନେଇଥିଲେ। ପଞ୍ଜାବର ଗୁରିନ୍ଦରବୀର ସିଂ ୧୦.୩୨ ସେକେଣ୍ଡ ସହ ସ୍ବର୍ଣ୍ଣ, ତାମିଲନାଡ଼ୁର ଇ. କାନ୍ନାଡା ୧୦.୪୩ ସେକେଣ୍ଡ ନେଇ ରୌପ୍ୟ ଏବଂ ମହାରାଷ୍ଟ୍ରର କ୍ରିଷ୍ଣକୁମାର ସତୀଶ ଆର.୧୦.୫୬ ସେକେଣ୍ଡ ସହିତ ବ୍ରୋଞ୍ଜ ପଦକ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବିଜୟ ହଜାରେ ଟ୍ରଫିରେ ୩ୟ ମ୍ୟାଚ ଖେଳିବେ କୋହଲି! ସାମ୍ନାକୁ ଆସିଲା ତାରିଖ, ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫିରେ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ବ୍ୟାଟିଂକୁ ପ୍ରଶଂସକମାନେ ପୂରା ଉପଭୋଗ କରିଥିଲେ। ଡିସେମ୍ବର ୨୪ ତାରିଖରେ ଉଭୟ ପ୍ରଥମ...

T20 World Cup 2026 ପୂର୍ବରୁ ଅଷ୍ଟ୍ରେଲିଆ ପାଇଁ ସତର୍କ ଘଣ୍ଟି, ଷ୍ଟାର ଖେଳାଳି ଆହତ

ନୂଆଦିଲ୍ଲୀ,୨୭।୧୨: ୨୦୨୬ ଟି-୨୦ ବିଶ୍ୱକପ୍ ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବାକୁ ସ୍ଥିର ହୋଇଛି ଏବଂ ଆଇସିସି ଏହାର କାର୍ଯ୍ୟସୂଚୀ ପ୍ରକାଶ କରିଛି...

ମାତ୍ର ୨ଟି ମ୍ୟାଚ ଖେଳି ମାଲାମାଲ୍‌ ହେଲେ ବିରାଟ-ରୋହିତ, ବିଜୟ ହଜାରେ ଟ୍ରଫିରେ ମିଳିଲା ଏତେ ଦରମା

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ରୋହିତ ଶର୍ମା ଏବଂ ବିରାଟ କୋହଲି ବହୁ ବର୍ଷ ପରେ ଖେଳୁଥିବା ନଜର ଆସିଛନ୍ତି। ରିପୋର୍ଟ ହୋଇଥିଲା ଯେ...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri