‘ନୂତନ ପଦ୍ଧତି ଆପଣାଇଲେ କୃଷିର ବିକାଶ ହେବ’

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ଖାଦ୍ୟଶସ୍ୟ ଉତ୍ପାଦନ ବୃଦ୍ଧି ସହିତ କୃଷକମାନଙ୍କ ଆୟ ବୃଦ୍ଧି କରିବାକୁ ହେଲେ କୃଷି କ୍ଷେତ୍ରରେ ଆଧୁନିକ ଜ୍ଞନକୌଶଳ ବ୍ୟବହାର କରିବାକୁ ପଡ଼ିବ। ସମୟର ଆହ୍ବାନ ହେଲା ପରିବର୍ତ୍ତିତ ପରିସ୍ଥିତିରେ ନୂତନ ବ୍ୟବସ୍ଥାକୁ ଆପଣାଇବା ଦରକାର। ଜଳବାୟୁ ପରିବର୍ତ୍ତନ ଓ ବଜାର ଚାହିଦାକୁ ଦୃଷ୍ଟିରେ ରଖି ପାରମ୍ପରିକ ପଦ୍ଧତି ବଦଳରେ ନୂତନ ପଦ୍ଧତିକୁ ଆପଣାଇ ପାରିଲେ କୃଷିର ସାମଗ୍ରିକ ବିକାଶ ହୋଇପାରିବ ବୋଲି ବିଜ୍ଞାନ ଓ କାରିଗରୀ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ସରକାରୀ ଉଦ୍ୟୋଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା କହିଛନ୍ତି। ମଙ୍ଗଳବାର ‘କୃଷି ଓଡ଼ିଶା’ର ଦ୍ୱିତୀୟ ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ପଣ୍ଡା କହିଛନ୍ତି, ନୂତନ ଜ୍ଞାନକୌଶଳର ବ୍ୟବହାର ନିମନ୍ତେ ବିଭିନ୍ନ ଯୋଜନାରେ ରାଜ୍ୟ ସରକାର ଅନେକ ପ୍ରୋତ୍ସାହନ ଯୋଗାଇ ଦେଉଛନ୍ତି। ଏ ଦିଗରେ ଯୁବ ଉଦ୍ୟୋଗୀମାନେ ଷ୍ଟାର୍ଟଅପ୍‌ ଗଠନ ମାଧ୍ୟମରେ ନୂତନ ସୁଯୋଗ ସୃଷ୍ଟି କରିପାରିବେ। ଏଥି ସହିତ ସମନ୍ବିତ କୃଷି ଦ୍ୱାରା କୃଷକଙ୍କ ସାମଗ୍ରିକ ଆୟ ବୃଦ୍ଧି ପାଇବ ବୋଲି ମନ୍ତ୍ରୀ ପଣ୍ଡା କହିଛନ୍ତି।
କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ଅରୁଣ କୁମାର ସାହୁ କହିଛନ୍ତି, ସମ୍ପ୍ରତି ‘କୃଷି ଓଡ଼ିଶା’ର ଲୋକପ୍ରିୟତା ବୃଦ୍ଧି ପାଇବାରୁ ଏହା ଏକ ବୃହତ୍‌ ମେଳା ଭାବେ ତା’ର ଉପସ୍ଥିତି ଜାହିର କରିପାରିଛି। ଏହି ‘କୃଷି ଓଡ଼ିଶା’ରୁ ଚାଷୀମାନେ ବହୁତ କିଛି ଶିଖିବାକୁ ପାଆନ୍ତି। ପରବର୍ତ୍ତୀ ସମୟରେ ସେମାନେ କିଭଳି ଅଧିକ ଅମଳ କରିବେ, ଅଧିକ ଲାଭବାନ ହେବେ ସେଥିଲାଗି ଚେଷ୍ଟା କରନ୍ତି। ‘କୃଷି ଓଡ଼ିଶା’ର ବିଭିନ୍ନ ଦିବସରେ କୃଷି ପାଠଶାଳାର ଆୟୋଜନ ଅତ୍ୟନ୍ତ ଉପଯୋଗୀ ସାବ୍ୟସ୍ତ ହୋଇପାରିଛି। ମଙ୍ଗଳବାର ଏହି କ୍ରମରେ ‘କୃଷକ ଉତ୍ପାଦନକାରୀ ଗୋଷ୍ଠୀକୃଷକ ସଶକ୍ତୀକରଣ ନିମନ୍ତେ ଏକ ଅଭିନବ ପଦକ୍ଷେପ’ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। କୃଷକ ଉତ୍ପାଦକ ଗୋଷ୍ଠୀର ଉତ୍ପାଦିତ ବିକ୍ରିବଟା ସୁବିଧା ନିମନ୍ତେ ବିଭାଗ ପକ୍ଷରୁ ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ସେହିପରି ‘ଫୁଲଚାଷ, ଜୀବିକା ନିର୍ବାହ ଏବଂ ସମୃଦ୍ଧିର ଏକ ନୂତନ ଦିଗନ୍ତ’ ସଂକ୍ରାନ୍ତ ଆଲୋଚନା ଚକ୍ର ଫୁଲଚାଷୀଙ୍କ ପାଇଁ ନୂତନ ସମ୍ଭାବନା ସୃଷ୍ଟି କରିଛି। ସମ୍ପ୍ରତି ରାଜ୍ୟ ୩୦୦୦ କୋଟି ଟଙ୍କାରୁ ଅଧିକ ମତ୍ସ୍ୟ ରପ୍ତାନୀ କରୁଛି। ‘ମାଛଚାଷ-ଚାଷୀଙ୍କ ଆର୍ଥିକ ଉନ୍ନତିର ସୁଗମ ପଥ’ ଆଲୋଚନାଚକ୍ର ରାଜ୍ୟରେ ମାଛ ଉତ୍ପାଦନ ଓ ରପ୍ତାନୀ ବୃଦ୍ଧି ଦିଗରେ ସହାୟକ ହୋଇପାରିବ ବୋଲି ମନ୍ତ୍ରୀ ସାହୁ କହିଛନ୍ତି। ପ୍ରାରମ୍ଭରେ ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ରତ୍ନାକର ରାଉତ ସ୍ବାଗତ ଭାଷଣ ଦେଇଥିବାବେଳେ ଓଡ଼ିଶା ରାଜ୍ୟ ବିହନ ନିଗମର ପରିଚାଳନା ନିର୍ଦ୍ଦେଶକ ଜ୍ୟୋତିରଞ୍ଜନ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ଉଦ୍ୟାନ କୃଷି ଏବଂ ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା କୃଷକମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏଥିସହ ଅତିଥିମାନଙ୍କ ଦ୍ୱାରା ଏକ୍ସପର୍ଟ କମିଟି ରେକମଣ୍ଡେସନ୍‌ ପୁସ୍ତକ ଲୋକାର୍ପିତ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ପହଞ୍ଚିଲେ ମୋଦି

ଭୁବନେଶ୍ୱର,୫।୫: ଅଯୋଧ୍ୟାରୁ ମେଗା ରୋଡ ଶୋ’ କାର୍ଯ୍ୟକ୍ରମ ଶେଷ କରି ରବିବାର ରାତି ପ୍ରାୟ ୧୦ଟା ୪୦ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଘରୁ ମତଦାନ ପ୍ରକ୍ରିୟା ଆରମ୍ଭ

କୋରାପୁଟ,୫।୫(ଅମିତାଭ ବେହେରା): ମେ’ ୧୩ ତାରିଖରେ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଏନେଇ ରବିବାର ଆରମ୍ଭ ହୋଇଯାଇଛି ହୋମ୍‌ ଭୋଟିଂ ପ୍ରକ୍ରିୟା। ବରିଷ୍ଠ ନାଗରିକ, ଦିବ୍ୟାଙ୍ଗ...

ପାହାଡ଼ରୁ ଖସିଲା ପଥର: ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ

କୋରାପୁଟ,୫ା୫(ଅମିତାଭ ବେହେରା ): ଆନ୍ଧ୍ରର ଶିବଲିଙ୍ଗପୁରମ ନିକଟସ୍ଥ ରେଳ ଧାରଣାରେ ପାହାଡ଼ରୁ ପଥର ଖସି ରବିବାର ଭୋର ସମୟରେ ଏକ ମାଲବାହୀ ଟ୍ରେନ୍‌ ଇଞ୍ଜିନ ଲାଇନଚ୍ୟୁତ...

କଂଗ୍ରେସ ପ୍ରାର୍ଥୀଙ୍କ ଉପରକୁ ଆକ୍ରମଣ: ମୁଣ୍ଡ ଫଟେଇଦେଲେ ଦୁର୍ବୃତ୍ତ

ପୁରୀ,୫।୫: ପୁରୀ କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କ ଉପରେ ରବିବାର ଅପରାହ୍ନରେ ଆକ୍ରମଣ ହୋଇଛି। ସେ ବସ୍‌ଷ୍ଟାଣ୍ଡରେ ବୁଲୁଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ...

କ୍ଷମତାକୁ ଆସିଲେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବ ଭାଜପା: ଜାଣନ୍ତୁ ଏଥିରେ ମହିଳାଙ୍କୁ କ’ଣ ମିଳିବ ଲାଭ

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଛି। ନିର୍ବାଚନୀ ଇସ୍ତାହାରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା।...

ଭାଜପା ସରକାର ଆସିଲେ ୫୭ ବର୍ଷର କାମ ୫ ବର୍ଷରେ କରିବୁ: ମନମୋହନ

ଭୁବନେଶ୍ୱର,୫।୫: ୨୦୨୪ ନିର୍ବାଚନ ପାଇଁ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଯାଇଛି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରକୁ...

ଭାଜପାର ବଡ଼ ଘୋଷଣା: ସରକାରକୁ ଆସିଲେ ଖୋଲାଯିବ ରତ୍ନ ଭଣ୍ଡାର

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରରେ ଏକ ବଡ଼ ପ୍ରତିଶ୍ରୁତି ଦିଆଯାଇଛି। ଭାଜପା ସରକାରକୁ ଆସିଲେ ରତ୍ନ ଭଣ୍ଡାର ଖୋଲାଯିବ ବୋଲି ଦଳର ରାଷ୍ଟ୍ରୀୟ ସଭାପତି...

ଆଜି ଓଡ଼ିଶା କେବଳ ଜଗନ୍ନାଥଙ୍କ କୃପାରୁ ଚାଲିଛି

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ ଅବସରରେ ଜେପି ନଡ୍ଡା ବିଜେଡି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ ବିକାଶ ବ୍ୟବସ୍ଥା ସଂପୂର୍ଣ୍ଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri