Posted inରାଜ୍ୟ

୧୧ଜଣଙ୍କୁ ଗୁରୁ ଦେବପ୍ରସାଦ ନୃତ୍ୟ ରତ୍ନ ସମ୍ମାନ

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ତ୍ରିଧାରା ପକ୍ଷରୁ ୩୪ତମ ଶ୍ରଦ୍ଧାଞ୍ଜଳି ସମାରୋହ ମଙ୍ଗଳବାର ରବୀନ୍ଦ୍ର ମଣ୍ଡପଠାରେ ଆୟୋଜିତ ହୋଇଯାଇଛି। ପ୍ରଥମ ପର୍ଯ୍ୟାୟକୁ ବିଧାୟକ ଦେବୀପ୍ରସାଦ ମିଶ୍ର ଉଦ୍‌ଘାଟନ କରିଥିଲେ। ପ୍ରଥମେ ତ୍ରିଧାରାର ଶିଳ୍ପୀମାନଙ୍କ ଦ୍ୱାରା ପଞ୍ଚଦେବ ନୃତ୍ୟ ପରିବେଷଣ କରାଯାଇଥିଲା। ପରେ ନୟାଗଡ ନୃତ୍ୟ ପ୍ରଣାମ ଅନୁଷ୍ଠାନ କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ରଚିତ ‘କୁଞ୍ଜବନେ କଳାନିଧି’ ପରିବେଷଣ କରିଥିଲେ। ବ୍ରହ୍ମପୁର ଓଡ଼ିଶୀ ସାଧନା ପୀଠର କଳାକାରମାନେ ‘ମହାକାଳୀ ଧ୍ୟାନ’, ସନ୍ଧ୍ୟା ଓଡ଼ିଶୀ ନୃତ୍ୟ ଏକାଡେମୀର କଳାକାର ‘ସ୍ଥାୟୀ ନୃତ୍ୟ’, ନୃତ୍ୟପ୍ରଭାର କଳାକାର ‘ଶିବଅଷ୍ଟକ’ ପରିବେଷଣ କରିଥିଲେ। ଦ୍ୱିତୀୟ ପର୍ଯ୍ୟାୟକୁ ନାଟ୍ୟକାର ରମେଶ ପ୍ରସାଦ ପାଣିଗ୍ରାହୀ ଉଦ୍‌ଘାଟନ କରିଥିଲେ। ବେଙ୍ଗାଲୁରୁର ନନର୍ତ୍ତୀଶା ଡ୍ୟାନ୍ସ ଏକାଡେମୀ ଗଣେଶ ତାଣ୍ଡବ ପରିବେଷଣ କରିଥଲେ। ତାଙ୍କ ପରେ କଟକର ଲାସ୍ୟ ଡ୍ୟାନ୍ସ ଏକାଡେମୀ ‘ଗଙ୍ଗାତରଙ୍ଗ’, ବଉଦର ନଟରାଜ କଳାମନ୍ଦିର ଶ୍ରୀ ଜୟଦେବଙ୍କ ରଚନାରୁ ‘ଶ୍ରିତକମଳ’, ଅଙ୍ଗହାର ନୃତ୍ୟାୟନ ପକ୍ଷରୁ ‘ଥାଇ ନୃତ୍ୟ’, ତ୍ରିଭଙ୍ଗ କଳା ନିକେତନ ପକ୍ଷରୁ ‘ଶିବସ୍ତୁତି’ ଆଦି ୧୬ଟି ନୃତ୍ୟ ପରିବେଷଣ କରିଥିଲେ। କାର୍ଯ୍ୟକ୍ରମର ଅନ୍ତିମ ପର୍ଯ୍ୟାୟକୁ ରାଜ୍ୟ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଉଦ୍‌ଘାଟନ କରିଥଲେ। ତ୍ରିଧାରାର ଶିଳ୍ପୀମାନଙ୍କ ଦ୍ୱାରା ଲକ୍ଷ୍ମୀନୃସିଂହ ଧ୍ୟାନ, ନୃତ୍ୟ ବିଳାସ ପକ୍ଷରୁ ‘କୃଷ୍ଣ ବନ୍ଦନା’ ଭଳି ୧୧ଟି ନୃତ୍ୟ ପରିବେଷଣ କରାଯାଇଥିଲା। ଏହି ଅବସରରେ ୧୧ଜଣ ନୃତ୍ୟଶିଳ୍ପୀ ଓ ଗୁରୁମାନଙ୍କୁ ‘ଗୁରୁ ଦେବପ୍ରସାଦ ନୃତ୍ୟ ରତ୍ନ ସମ୍ମାନ’ ପ୍ରଦାନ କରାଯାଇଥିଲା। ଅନୁଷ୍ଠାନର କାର୍ଯ୍ୟକାରୀ ସଭାପତି ସିମାଞ୍ଚଳ ପଣ୍ଡା ତିନୋଟିଯାକ ଅଧିବେଶନରେ ସଭାପତିତ୍ୱ କରିଥିଲେ। କାର୍ଯ୍ୟକ୍ରମକୁ ଇଂ ଶ୍ରୀନିବାସ ଘଟୁଆରୀ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri