ଶିକ୍ଷା ବର୍ଷ ଆରମ୍ଭରୁ ରିଭିଜନ୍‌ କ୍ଲାସ୍‌, ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ର ପଢ଼ିବେ ପୁରୁଣା ପାଠ

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ଆସନ୍ତା ଶିକ୍ଷା ବର୍ଷ ଆରମ୍ଭରୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ରିଭିଜନ କ୍ଲାସ ହେବ। ୨ରୁ ୩ ମାସ ପର୍ଯ୍ୟନ୍ତ ପୁରୁଣା କ୍ଲାସର ପାଠ ରିଭିଜନ କରାଯିବ । ଛାତ୍ରଛାତ୍ରୀଙ୍କ ଦକ୍ଷତା ସ୍ତର ବୃଦ୍ଧି ପାଇଁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।

ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ଘରୋଇ ସ୍କୁଲ ପାଇଁ ଏହି ନିୟମ ଲାଗୁ ହେବ। ପୂର୍ବରୁ କରୋନା ପାଇଁ ପାଠପଢା ବ୍ୟାଘାତ ହୋଇଥିବାରୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀଙ୍କୁ ବିନା ପରୀକ୍ଷାରେ ପାସ ଘୋଷଣା କରାଯାଇଥିଲା ।

ସୂଚନାଯୋଗ୍ୟ, କିଛି ଦିନ ପୂର୍ବେ ସ୍କୁଲ ଓ ଗଣଣିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସବୁ ପିଲା ପାସ୍‌ ବୋଲି ଘୋଷଣା କରିଥିଲେ। କରୋନା ମହାମାରୀକୁ ଦୃଷ୍ଟିରେ ରଖି ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ଆଉ ସ୍କୁଲ ଖୋଲିବନି କି କ୍ଲାସ ହେବନି। ଗତବର୍ଷ ଭଳି ଏଥର ବି ପରୀକ୍ଷା ନ କରି କ୍ଲାସ ପ୍ରମୋସନ କରାଯିବ ବୋଲି ମନ୍ତ୍ରୀ କହି ସାରିଛନ୍ତି।

ମନ୍ତ୍ରୀ ଦେଇଥିବା ସୂଚନା ଅନୁଯାୟୀ, କରୋନା ଯୋଗୁ ପୂରା ଶିକ୍ଷା ବର୍ଷ ପ୍ରଭାବିତ ହୋଇଛି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଅଫ୍‌ଲାଇନ୍‌ରେ କୌଣସି ଶିକ୍ଷା ଗ୍ରହଣ କରି ନାହାନ୍ତି। ଅନ୍‌ଲାଇନ୍‌ ପାଠପଢ଼ା ସେବା ସବୁଠି ଫଳପ୍ରଦ ହୋଇପାରିନାହିଁ। ତେଣୁ ପରୀକ୍ଷା କରିବା ଅସମ୍ଭବ। ଯେଉଁପରି ଭାବେ ଗତ ବର୍ଷ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ବିନା ପରୀକ୍ଷାରେ କ୍ଲାସ ପ୍ରମୋସନ ଦିଆଯାଇଥିଲା ଚଳିତ ବର୍ଷ ମଧ୍ୟ ସେହି ଢାଞ୍ଚା ଆପଣାଯିବ। ଅପରପକ୍ଷେ, ଏବେ ନବମ, ଦଶମ, ଏକାଦଶ ଓ ଦ୍ୱାଦଶ କ୍ଲାସ ଚାଲିଛି। ପିଲାମାନେ ଅଫ୍‌ଲାଇନ୍‌ରେ ପାଠ ପଢ଼ୁଛନ୍ତି। ତେଣୁ ସେମାନେ ଅଫ୍‌ଲାଇନ୍‌ ପରୀକ୍ଷା ଦେବାରେ କିଛି ଅସୁବିଧା ନାହିଁ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri