Odisha Elections 2024

ରାଜ୍ୟରେ ଚିହ୍ନଟ ହେଲେ ନୂଆ ୮୨ ପଜିଟିଭ: ସର୍ବାଧିକ ମୟୂରଭଞ୍ଜରୁ

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ରାଜ୍ୟରେ କରୋନାକୁ ବର୍ଷେ ପୁରିଛି। ଏବେ ବି ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହି କ୍ରମରେ ବୁଧବାର ରାଜ୍ୟରୁ ୮୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୩୮୪୦୫ରେ ପହଞ୍ଚିଛିି। ଏ ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ସଂକ୍ରମିତଙ୍କ ମଧ୍ୟରୁ ୪୮ଜଣ କ୍ୱାରାଣ୍ଟାଇନରୁ ରହିଥିବା ବେଳେ ୩୪ ସ୍ଥାନୀୟ ବାସିନ୍ଦା ରହିଛନ୍ତି।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳରୁ ୨ଜଣ ରହିଥିବା ବେଳେ ବାଲେଶ୍ୱରରୁ ୬, ବରଗଡ଼ରୁ ୭, ବଲାଙ୍ଗୀରରୁ ୪, କଟକରୁ ୫, ଦେଓଗଡ଼ରୁ ୧, ଢେଙ୍କାନାଳରୁ ୩, ଗଞ୍ଜାମରୁ ୩, ଜଗତସିଂହପୁରରୁ ୨, ଯାଜପୁରରୁ ୪, ଝାରସୁଗୁଡ଼ାରୁ ୨, କେନ୍ଦ୍ରାପଡ଼ାରୁ ୨, କେନ୍ଦୁଝରରୁ ୨, ଖୋର୍ଦ୍ଧାରୁ ୯, ମୟୂରଭଞ୍ଜରୁ ୧୧, ନବରଙ୍ଗପୁରରୁ ୪, ନୂଆପଡ଼ାରୁ ୨, ରାୟଗଡ଼ାରୁ ୨, ସମ୍ବଲପୁରରୁ ୨, ସୁନ୍ଦରଗଡ଼ରୁ ୭ ଏବଂ ଷ୍ଟେଟ ପୁଲରୁ ୨ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୩୩୮୪୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୬୩୮ ଆକ୍ଟିଭ କେସ ରହିଥିବା ବେଳେ ୩୩୫୭୯୬ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ଦଳରେ ନାହିଁ, ମୋତେ କିଭଳି ବହିଷ୍କାର କରାଗଲା: ବିଜୟ

ଭୁବନେଶ୍ୱର,୧୮।୫: ମୁଁ ଦଳରେ ନାହିଁ। ହେଲେ ମୋତେ କିପରି ବହିଷ୍କାର କରାଗଲା। ଏଭଳି ନିଷ୍ପତ୍ତି ନେଇ ଭାଜପା ଲୋକହସା ହୋଇଛି ବୋଲି ବରିଷ୍ଠ ନେତା ବିଜୟ...

ତୃତୀୟ ପର୍ଯ୍ୟାୟରେ ୪ ପ୍ରାର୍ଥୀଙ୍କ ନାମରେ ହତ୍ୟା, ଜଣଙ୍କ ନାମରେ ବଳାତ୍କାର ମାମଲା

ଭୁବନେଶ୍ୱର,୧୮।୫: ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୪୨ ବିଧାନସଭା ନିର୍ବାଚନମଣ୍ଡଳୀର ୩୮୩ ବିଧାୟକ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୦ଜଣ ଅର୍ଥାତ ୨୬%ଙ୍କ ନାମରେ...

ପାଣ୍ଡିଆନ ଦେଲେ ବଡ଼ ପ୍ରତିଶ୍ରୁତି, ମିଶନ ଶକ୍ତି ମା’ମାନଙ୍କୁ ମିଳିବ ପେନସନ

ପୁରୀ,୧୮।୫: ପୁରୀ କୃଷ୍ଣପ୍ରସାଦରେ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କ୍ରମରେ ବଡ଼ ଘୋଷଣା କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ସେ ମୁଖ୍ୟମନ୍ତ୍ରୀଙ୍କ ୩ଟି ଦସ୍ତଖତ କଥା...

ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ସବୁଠୁ ଧନୀ ପ୍ରାର୍ଥୀ କିଏ ଜାଣନ୍ତି? ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୁବନେଶ୍ୱର,୧୮।୫: ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୩୩% ବିଧାୟକ ପ୍ରାର୍ଥୀ କୋଟିପତି ବୋଲି ଜଣାପଡିଛି। ଚମ୍ପୁଆ ବିଜେଡି ବିଧାୟକ ପ୍ରାର୍ଥୀ ସନାତନ ମହାକୁଡ଼ ସବୁଠୁ ଧନୀ ପ୍ରାର୍ଥୀ...

ମହାପ୍ରଭୁଙ୍କ ଦର୍ଶନ ସାରି ମେଗା ରୋଡ ଶୋ’ କରିବେ ମୋଦି

ଭୁବନେଶ୍ୱର,୧୮ା୫:୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି କ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

୨୨ରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ୨୪ ଅବପାତ!

ଭୁବନେଶ୍ୱର,୧୮।୫: ତାତିରୁ ମିଳିବ ଆଶ୍ୱସ୍ତି। ଆସନ୍ତା ୨୨ ତାରିଖରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ...

ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ୨୦ ପ୍ରତିଶତ ମତଦାନ କେନ୍ଦ୍ର ସମ୍ବେଦନଶୀଳ: ସିଇଓ

ଭୁବନେଶ୍ୱର,୧୮।୫: ଦ୍ବିତୀୟ ପର୍ଯ୍ୟାୟ ଭୋଟ ପ୍ରସ୍ତୁତି ନେଇ ସିଇଓ ନିକୁଞ୍ଜ ଧଳ ଶନିବାର ପ୍ରେସମିଟ କରିଛନ୍ତି। ୨ୟ ପର୍ଯ୍ୟାୟରେ ମୋଟ ୭୯ ଲକ୍ଷ ୬୯ ହଜାର...

ନିର୍ବାଚନ ପୂର୍ବରୁ ରାଜ୍ୟରେ ୧୭ କୋଟି ୧୮ ଲକ୍ଷ ନଗଦ ଟଙ୍କା ଜବତ: ଏହି ଜିଲାରୁ ଧରାପଡିଲା ସର୍ବାଧିକ

ଭୁବନେଶ୍ୱର,୧୮।୫: ନିର୍ବାଚନ ପୂର୍ବରୁ ରାଜ୍ୟରେ ୧୭ କୋଟି ୧୮ ଲକ୍ଷ ନଗଦ ଟଙ୍କା ଜବତ ହୋଇଛି। ଶନିବାର ପ୍ରେସମିଟରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri