ନିବେଶକଙ୍କ କ୍ଷତି ୫.୫୫ ଲକ୍ଷ କୋଟି

ମୁମ୍ବାଇ,୧୮ା୩:  ଗତ ୪ ଦିନ ହେବ ଭାରତୀୟ ପୁଞ୍ଜିବଜାର ପ୍ରଭାବିତ ସ୍ଥିତିରେ ରହିଛି। ଫଳରେ ନିବେଶକଙ୍କ ସମ୍ପତ୍ତି ୫.୫୫ ଲକ୍ଷ କୋଟି ଟଙ୍କା ହ୍ରାସ ହୋଇଛି। କୋଭିଡ୍‌-୧୯ ମାମଲା ବଢିବାରୁ ଏହାର ପ୍ରଭାବ ଷ୍ଟକ୍‌ ବଜାର ଉପରେ ପଡିଛି। ୩୦ ଶେୟାର ବିଶିଷ୍ଟ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ(ବିଏସ୍‌ଇ) ସେନ୍‌ସେକ୍ସରେ ରିଲାଏନ୍ସ ଏବଂ ବ୍ୟାଙ୍କିଙ୍ଗ୍‌ ଷ୍ଟକ୍‌ କାରବାର ବିଶେଷ କ୍ଷତିଗ୍ରସ୍ତ ହୋଇଛି। ସେନ୍‌ସେକ୍ସ ବୁଧବାର ୫୬୨.୩୪ ପଏଣ୍ଟ ବା ୧.୧୨% ନିମ୍ନରେ ରହିବା ଯୋଗୁ ୪୯,୮୦୧.୬୨ ପଏଣ୍ଟ ସ୍ତରରେ ରହିଛି। ଗତ ୪ ଦିନରେ ସୂଚକାଙ୍କ ୧୪୭୭.୮୯ ପଏଣ୍ଟ ବା ୨.୮୮% ଖସି ଯାଇଛି। ବିଏସ୍‌ଇ ସୂଚୀଭୁକ୍ତ କମ୍ପାନୀଗୁଡିକର ବଜାର ପୁଞ୍ଜୀକରଣ ୫.୫୫ ଲକ୍ଷ କୋଟି ଟଙ୍କା କମିବା ଫଳରେ ଏହା ୨୦୩ ଲକ୍ଷ କୋଟି ସ୍ତରକୁ ଖସିଛି। ବିଏସ୍‌ଇରେ ତୈଳ ଏବଂ ବାଷ୍ପ, ଶକ୍ତି, ରିୟଲ ଇଷ୍ଟେଟ ଏବଂ ୟୁଟିଲିଟି ଶେୟାର ୩.୨୨% ହ୍ରାସ ପାଇଛି। କୋଭିଡ୍‌ ବାଦ୍‌ ଦରଦାମ ବୃଦ୍ଧି ନିବେଶକଙ୍କ ମନୋଭାବ ଉପରେ ପ୍ରଭାବ ପକାଇଛି। ସେହିଭଳି ବିଶ୍ୱ ବଜାରରେ କିଛି ଘଟଣା ଛାପ ନିବେଶକଙ୍କ ମନରେ ରହିଛି। ଓଏନ୍‌ଜିସି ଶେୟାର ୪.୯୫% ହ୍ରାସ ହୋଇଛି। ସେହିଭଳି ଏନ୍‌ଟିପିସି, ସନ୍‌ଫାର୍ମା, ଏସ୍‌ବିଆଇ, ଇଣ୍ଡସ୍‌ଇଣ୍ଡ ବ୍ୟାଙ୍କ, ରିଲାଏନ୍ସ ଇଣ୍ଡଷ୍ଟ୍ରିଜ କାରବାର ମଧ୍ୟ କ୍ଷତି ସହିଛି। ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଶେୟାର କାରବାର ୨.୧୬% ନିମ୍ନରେ ରହିଛି। ବିଏସ୍‌ଇର ମିଡ୍‌କ୍ୟାପ୍‌ ଏବଂ ସ୍ମଲକ୍ୟାପ ସୂଚକାଙ୍କ ୨.୨୮% ନିମ୍ନରେ ରହିଥିବା ଶେୟାର ବଜାର ଡାଟାରୁ ସାମ୍ନାକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି: ଗହଣା ନୁହେଁ ଏହି କାରଣରୁ ବଢିଚାଲିଛି, ଆଉ କମିବନି

ନୂଆଦିଲ୍ଲୀ,୨୯ା୧୨: ୨୦୨୫ ମସିହାରେ ରୁପା ମୂଲ୍ୟରେ ଅପ୍ରତ୍ୟାଶିତ ବୃଦ୍ଧି ଦେଖିବାକୁ ମିଳିଛି। ଭାରତୀୟ ବଜାରରେ ଏହା ଏକ ନୂତନ ରେକର୍ଡ ସ୍ତରରେ ପହଞ୍ଚିଥିବା ବେଳେ ଏହାର...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

ଡିସେମ୍ବର ୩୧ ପୂର୍ବରୁ ଶେଷ କରନ୍ତୁ ଏହି ୩ଟି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଅଟକି ରହିବ ଆପଣଙ୍କ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ବର୍ଷର ଶେଷ ମାସ ଦୁଇ ଦିନ ମଧ୍ୟରେ ଶେଷ ହେବ, ଯାହା ନୂତନ ବର୍ଷର ଆରମ୍ଭ ହେବ। ତଥାପି, ଯଦି ଆପଣ ନୂତନ ବର୍ଷର...

ଐତିହାସିକ ରେକର୍ଡସ୍ତରରେ ରୁପା ମୂଲ୍ୟ: ପ୍ରଥମଥର ଟପିଲା ୨.୫ ଲକ୍ଷ

ନୂଆଦିଲ୍ଲୀ,୨୯।୧୨:ବର୍ଷ ଶେଷ ହେବାର କିଛି ଦିନ ପୂର୍ବରୁ ରୁପା ମୂଲ୍ୟ ଇତିହାସ ସୃଷ୍ଟି କରିଛି। ଦେଶର ଫ୍ୟୁଚର୍ସ ବଜାରରେ ପ୍ରଥମ ଥର ପାଇଁ ରୂପା ମୂଲ୍ୟ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri