ଭୁବନେଶ୍ୱର, ୧୯।୩(କ୍ରୀଡ଼ା ପ୍ରତିନିଧି)-ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ଫୁଟ୍ବଲ ଆସୋସିଏଶନ ଅଫ୍ ଓଡ଼ିଶା (ଫାଓ) ଆନୁକୂଲ୍ୟରେ ଚାଲିଥିବା ଓଡ଼ିଶା ଓମେନ୍ସ ଲିଗ୍ (ଓଡବ୍ଲ୍ୟୁଏଲ)ର ଗୁରୁବାର ଅନୁଷ୍ଠିତ ମ୍ୟାଚରେ ଇଷ୍ଟକୋଷ୍ଟ ରେଲଓ୍ବେ ଓ ରାଇଜିଂ ଷ୍ଟୁଡେଣ୍ଟ ବିଜୟୀ ହୋଇଛି।
କ୍ୟାପିଟାଲ ହାଇସ୍କୁଲ ପଡ଼ିଆରେ ଅନୁଷ୍ଠିତ ମ୍ୟାଚରେ ଇଷ୍ଟକୋଷ୍ଟ ରେଲଓ୍ବେ ୩-୦ ଗୋଲରେ ଓଜିପି କ୍ଲବକୁ ପରାସ୍ତ କରିଛି। ବିଜୟୀ ଦଳ ପକ୍ଷରୁ ସରୋଜିନୀ ତିର୍କୀ ୩୯, ସୁପ୍ରିୟା ରାଉତରାୟ ୭୦ ଓ ତାରା ଖାତୁନ ୯୦ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ଏହି ପଡ଼ିଆରେ ଅନୁଷ୍ଠିତ ସାଇ ଏସଟିସି-ଓଡ଼ିଶା ପୋଲିସ ମ୍ୟାଚ ୧-୧ ଗୋଲରେ ଡ୍ର ରହିଛି। ଓଡ଼ିଶା ପୋଲିସ ପକ୍ଷରୁ କରିସ୍ମା ଓରାମ ୮ମ ମିନିଟରେ ଗୋଲ ଦେଇଥିବାବେଳେ ସାଇର ଇଭା ପାନ୍ନା ୭୩ତମ ମିନିଟରେ ଗୋଲଟିକୁ ପରିଶୋଧ କରି ଦେଇଥିଲେ। କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ମ୍ୟାଚରେ ରାଇଜିଂ ଷ୍ଟୁଡେଣ୍ଟ କ୍ଲବ ୪-୨ ଗୋଲରେ କ୍ରୀଡ଼ା ଛାତ୍ରାବାସ ଦଳକୁ ପରାସ୍ତ କରିଛି। ରାଇଜିଂର ଅଧିନାୟିକା ସତ୍ୟବତୀ ଖାଡ଼ିଆ ୮ମ ଓ ୪୫ତମ ମିନିଟରେ ୨ଟି ଓ ଯଶୋଦା ମୁଣ୍ଡା ୫୫ତମ ମିନିଟରେ ଗୋଟିଏ ଗୋଲ ଦେଇଥିଲେ। କ୍ରୀଡ଼ା ଛାତ୍ରାବାସର ସାଲେଗା ମାଝି ଏକ ଆତ୍ମଘାତୀ ଗୋଲ ଦେଇଥିବାବେଳେ ସୁସ୍ମିତା ତନ୍ତି ୩୧ ଓ ସଙ୍ଗୀତା ଦାସ ୬୦ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ପରିଶୋଧ କରିଥିଲେ।
ନ୍ୟୁଜିଲାଣ୍ଡ ସିରିଜ୍ ଖେଳିବା ଆଶାରେ ଶ୍ରେୟସ
ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...
ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….
ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...
ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ
ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...
୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ
ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...
ଗତ ୭ ବର୍ଷ ହେବ BCCI ବଢାଇନାହିଁ ଅମ୍ପାୟର୍ସଙ୍କ ଦରମା, ଜାଣନ୍ତୁ ଗୋଟିଏ ମ୍ୟାଚ ପାଇଁ କେତେ ମିଳେ
ନୂଆଦିଲ୍ଲୀ,୨୬।୧୨: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆନ୍ତର୍ଜାତୀୟ ଏବଂ ଘରୋଇ, ପୁରୁଷ ଏବଂ ମହିଳା ଉଭୟ ଖେଳାଳିଙ୍କ ଦରମାରେ...
ଅଶାଳୀନ ମନ୍ତବ୍ୟ ଦେଲେ ଫ୍ୟାନ୍: ସମସ୍ତଙ୍କୁ ଚକିତ କଲା ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରତିକ୍ରିୟା
ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ୍ ଅଲ୍-ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହ ଜଣେ ଫ୍ୟାନ୍ଙ୍କ ଅଶାଳୀନ ଆଚରଣର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଖ୍ରୀଷ୍ଟମାସ...
ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ
ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...
VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…
ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...
Archives


