୨୯ବର୍ଷ ପରେ ପ୍ରକାଶ ପାଇଲା ରାୟ: ୭ ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ

ଖୋର୍ଦ୍ଧା ଅଫିସ,୨୦।୩: ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ମାମଲାର ରାୟ ଦୀର୍ଘ ୨୯ବର୍ଷ ପରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଖୋର୍ଦ୍ଧା ଚିଫ ଜୁଡିସିଆଲ ମାଜିଷ୍ଟ୍ରେଟ ନରେଶ ମହାନ୍ତି ୨୨ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ୭ ଅଭିଯୁକ୍ତଙ୍କୁ ୩ବର୍ଷ ଜେଲ ଦଣ୍ଡ ସହ ୧ହଜାର ଟଙ୍କା ଜରିମାନା ଶୁଣାଇଛନ୍ତି। ଜରିମାନା ଅନାଦାୟ ୨ମାସ ଜେଲ ଦଣ୍ଡାଦେଶ ଭୋଗିବାକୁ ପଡିବ ବୋଲି ରାୟରେ ଉଲ୍ଲେଖ ରହିଛି। ଅଭିଯୁକ୍ତମାନେ ହେଲେ ମନୋଜ ମାଝି(୬୩), ଧୀରୁ ମାଝି(୪୭), ସତ୍ୟାନନ୍ଦ ମାଝି(୪୮), ନିତ୍ୟାନନ୍ଦ ମାଝି(୫୮), ଗୋଡ଼ା ଗ୍ରାମର ଭୀମସେନ ସାମନ୍ତରାୟ(୫୦), ପରମାନନ୍ଦ ପାଇକରାୟ(୬୩) ଓ ସଦାଶିବ ପାଇକରାୟ(୪୮)। ପ୍ରକାଶ ଯେ, ୧୯୯୨ ସେପ୍ଟେମ୍ବର ୫ରେ ବେଗୁନିଆ ଥାନା ସାମନ୍ତରାପୁର ଗ୍ରାମର ଉମେଶ ଚନ୍ଦ୍ର ସାମନ୍ତରାୟଙ୍କୁ ପୂର୍ବ ବିବାଦକୁ କେନ୍ଦ୍ରକରି ଅଭିଯୁକ୍ତମାନେ ଗ୍ରାମ ନିକଟ ଜଙ୍ଗଲରେ ତାଙ୍କୁ ଗୋଡାଇ ଗୋଡାଇ ହାଣିଥିଲେ। ଏଥିରେ ଉମେଶଙ୍କ ହାତ ପାପୁଲି ଛିଣ୍ଡି ଯାଇଥିଲା। ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ପ୍ରଥମେ ଖୋର୍ଦ୍ଧା ଓ ପରେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା। ଉମେଶଙ୍କ ଅଭିଯୋଗକ୍ରମେ ପୋଲିସ ଏକ ମାମଲା (ନଂ.୧୧୫/୯୨)ରୁଜୁ କରିବା ସହ ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଶୁକ୍ରବାର ଏହି ମାମଲାର ବିଚାର କରି କୋର୍ଟ ଉପରୋକ୍ତ ରାୟ ଶୁଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେଟ୍‌ଓ୍ବର୍କ ନାହିଁ ତ ଭୋଟ୍‌ ନାହିଁ ଲେଖି ଗାଁରେ ପୋଷ୍ଟର ମାରିଲେ ଗ୍ରାମବାସୀ

ଖଲ୍ଲିକୋଟ,୮ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ କନକା ଗ୍ରାମରେ ନାହିଁ ମୋବାଇଲ ନେଟ୍‌ଓ୍ବର୍କ। ଆଜିର ସମୟରେ ସାଧାରଣ ଜୀବନରେ ମୋବାଇଲ ଅପରିହାର୍ଯ୍ୟ...

ସୂଚନାଦାତା ସନ୍ଦେହରେ ଯୁବକଙ୍କୁ ମାଓବାଦୀଙ୍କ ଆକ୍ରମଣ

ମାଲକାନଗିରି,୮ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ନାରାୟଣପୁରରେ ମାଓବାଦୀମାନେ ଜଣେ ବ୍ୟକ୍ତିଙ୍କୁ ନିସ୍ତୁକ ମାଡ଼ ମାରିଛନ୍ତି। ଗୁରୁତର ଅବସ୍ଥାରେ ଆହତ ବ୍ୟକ୍ତିଙ୍କୁ ସୁରକ୍ଷା କର୍ମୀମାନେ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି।...

ଆତ୍ମସମର୍ପଣ କଲେ ୩ ମାଓବାଦୀ

ମାଲକାନଗିରି, ୮ା୫(ଦୁଯେର୍ର୍‌ୟାଧନ ପାତ୍ର):  ଛତିଶଗଡ଼ ଦାନ୍ତେୱାଡା ଜିଲା ପୋଲିସ ନିକଟରେ ୩ ମାଓବାଦୀ ବୁଧବାର ଆତ୍ମସମର୍ପଣ କରିଛନ୍ତି। ସୂଚନାନୁଯାୟୀ, ହିଂସାର ବାଟ ଛାଡି ସମାଜର ମୁଖ୍ୟ...

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ

ମାଲକାନଗିରି,୮ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଖଇରପୁଟରେ ବୁଧବାର ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଭାଜପା କର୍ମୀମାନେ ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ନେଇ ମୁଦୁଲିପଡ଼ା...

୧୫ ମିନିଟ୍‌ ଅନ୍ଧାରରେ ରହିଲା ଶ୍ରୀମନ୍ଦିର

ପୁରୀ,୮ା୫: ଶ୍ରୀମନ୍ଦିର ବୁଧବାର ରାତିରେ ୧୫ ମିନିଟ୍‌ ପର୍ଯ୍ୟନ୍ତ ଅନ୍ଧକାରରେ ରହିଥିଲା। ପାଓ୍ବାର କଟ୍‌ ହେବାରୁ ୧୫ରୁ ୨୦ ମିନିଟ୍‌ ଧରି ଶ୍ରୀମନ୍ଦିର ଅନ୍ଧାର ହୋଇଯାଇଥିଲା।...

ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍: ଧର୍ମେନ୍ଦ୍ର ପ୍ରଧାନ

ଦେବଗଡ଼,୮ା୫(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍। ବୁଧବାର ଦେବଗଡ ଜିଲାର ତିଲେଇବଣି ଖେଳ ପଡିଆଠାରେ ଆୟୋଜିତ ଭାଜପାର...

ରାଜନୀତି ସରଗରମ: ଆଉ ୫ ଦିନ ପରେ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା

କେସିଙ୍ଗା,୮ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା କ୍ଷେତ୍ରର କେସିଙ୍ଗା ବ୍ଳକରେ ରାଜନୈତିକ ଉଷ୍ମତା ବଢ଼ିଚାଲିଛି। ଆସନ୍ତା ୧୩ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ...

ପୋଖରୀରୁ ଅଚିହ୍ନା ମୃତଦେହ ଜବତ: ହୁଡ଼ାରେ ରହିଛି ବ୍ୟାଗ୍‌, ଆଶାବାଡ଼ି

ଖଲ୍ଲିକୋଟ,୮ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଶ୍ରୀକୃଷ୍ଣଶରଣପୁର ପଞ୍ଚାୟତର ପଣ୍ଡିତ ଗାଁ ଚଟିବନ୍ଧରୁ ଜଣେ ଅଚିହ୍ନା ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri