ପଟ୍ଟାମୁଣ୍ଡାଇ ସହରରେ ଗୋଷ୍ଠୀ ସଂଘର୍ଷ: ୧୪୪ ଧାରା ଜାରି

ପଟ୍ଟାମୁଣ୍ଡାଇ,୨୦।୩(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳର ୧୧ ନଂ. ୱାର୍ଡରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଯୋଗୁ ସହରରେ ଉତ୍ତେଜନା ମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ଯାହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଶନିବାର ୧୪୪ ଧାରା ଜାରି କରାଯାଇଛି।
ପ୍ରକାଶ ଯେ, ପଟ୍ଟାମୁଣ୍ଡାଇ ପୌରାଞ୍ଚଳ୧୧ନଂ. ଓ୍ବାର୍ଡରେ ଥିବା ଊର୍ଦ୍ଧୁ ସ୍କୁଲର ପାଚେରି ନିର୍ମାଣକୁ କେନ୍ଦ୍ରକରି ଦଳିତ ଓ ସଂଖ୍ୟାଲଘୁଙ୍କ ମଧ୍ୟରେ ଗତ ତିନିଦିନ ହେଲା ଗଣ୍ଡଗୋଳ ଲାଗିରହିଥିଲା। ଶୁକ୍ରବାର ସନ୍ଧ୍ୟାରେ କେତେକ ଗୋଟିଏ ଗୋଷ୍ଠୀର କେତେକ ଯୁବକ ଅନ୍ୟ ଗୋଷ୍ଠୀର ଯୁବକଙ୍କୁ ଆକ୍ରମଣ କରିବା ସହିତ ଟେକାମାଡ କରିଥିଲେ। ଟେକା ମାଡରେ ପୁରୁଷୋତ୍ତମ ମଳିକଙ୍କ ସ୍ତ୍ରୀ ମଞ୍ଜୁଲତା ଗର୍ଭବତୀ ଥିବାବେଳେ ତାଙ୍କ ପେଟରେ ଇଟାବାଜି ଗୁରୁତର ଆହତ ହୋଇଛନ୍ତି। ସେହିପରି କରୁଣାକର ମଳିକଙ୍କ ପୁଅ ଆଶିଷ ଶୁକ୍ରବାର ଉକ୍ତ ରାସ୍ତାଦେଇ କାର ନେଉଥିବା ବେଳେ ତାଙ୍କୁ ଅନ୍ୟ ଗୋଷ୍ଠୀର କିଛି ଯୁବକ ଆକ୍ରମଣ କରିଥିଲେ। ମାଧବ ମଳିକଙ୍କ ପୁଅ ବଳରାମ ଶୁକ୍ରବାର ପଟ୍ଟାମୁଣ୍ଡାଇ ଥାନାରେ ଏତଲା ଦେବାକୁ ଯାଇଥିବା ବେଳେ ପୋଲିସ ତାଙ୍କୁ ଗାଳିଗୁଲଜ କରି ଅଟକ ରଖିଥିଲା। ବସ୍ତିର ଅନ୍ୟ ୧୫-୨୦ ଯୁବକ ଦଳିତମାନଙ୍କ ଉପରେ ଆକ୍ରମଣ ଘଟଣାକୁ ନେଇ ଶନିବାର ସକାଳେ ଥାନା ଘେରାଉ କରିବା ସହିତ ପଟ୍ଟାମୁଣ୍ଡାଇ କେନାଲ ପୋଲ ଛକ ଡାକ ବଙ୍ଗଳା ଛକରେ ଟାୟାର ଜାଳି,ବାଉଁଶ ବାନ୍ଧି ରାସ୍ତାରୋକୋ କରିଛନ୍ତି। ପଟ୍ଟାମୁଣ୍ଡାଇ ବଜାରରେ ଉତ୍ତେଜନା ମୂଳକ ପରିସ୍ଥିତି ଲାଗି ରହିଥିବାରୁ ପ୍ରଶାସନ ପକ୍ଷରୁ ଦୃଷ୍ଟି ରଖାଯାଇଛି । କେନ୍ଦ୍ରାପଡା ଏସ୍‌ପି ମଧ୍ୟାହ୍ନରେ ପଟ୍ଟାମୁଣ୍ଡାଇରେ ପହଞ୍ଚି ଘଟଣାର ଅନୁଧ୍ୟାନ କରି ଧାରଣାରତ ଦଳିତମାନଙ୍କ ସହ ଆଲୋଚନା କରିଥିଲେ। ଏହି ସମୟରେ ୫୦ରୁ ଊର୍ଦ୍ଧ ମୁସଲମାନ ବସ୍ତିର ଯୁବକମାନେ ଏସ୍‌ପି ଓ ପୋଲିସ ଅଧିକାରୀଙ୍କ ସମ୍ମୁଖରେ ଆକ୍ରମଣ କରିବାକୁ ଉଦ୍ୟମ କାରିଥିଲେ। ଫଳରେ ପରିସ୍ଥିତି ସାମ୍ପ୍ରଦାୟିକ ଦଙ୍ଗାର ରୂପ ନେଇଥିବା ବେଳେ ପୋଲିସ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। ଦୋକାନ ବଜାର ବନ୍ଦ ଥିବାବେଳେ ଧାରଣା କାରିମାନେ ବସିରହିଛନ୍ତି। ପୋଲିସ ଉଭୟ ଗୋଷ୍ଠୀ ପକ୍ଷରୁ ପୃଥକ ଭାବେ ଦୁଇଟି ମାମଲା ରୁଜୁକରି ତଦନ୍ତ ଚଳାଇଛି। ତେବେ ପଟ୍ଟାମୁଣ୍ଡାଇ ବଜାରରେ ଉତ୍ତେଜନା ମୂଳକ ପରିସ୍ଥିତି ଲାଗି ରହିଛି। ବିଭିନ୍ନ ସ୍ଥାନରେ ଅଧିକ ପୋଲିସ ଫୋର୍ସ ମୁତୟନ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...

ଏଇ ଭାରତରେ

ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ...

ପୁଟିନଙ୍କ ପରେ ଭାରତ ଆସିପାରନ୍ତି ଜେଲେନ୍‌ସ୍କି

ନୂଆଦିଲ୍ଲୀ,୮ା୧୨:ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ୨୦୨୬ ଜାନୁଆରୀରେ ଭାରତ ଆସିପାରନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତ ପରେ ନୂଆଦିଲ୍ଲୀ ପକ୍ଷରୁ କୂଟନୈତିକ ସନ୍ତୁଳନ ଉଦ୍ୟମ...

କଚ୍ଛପ ଗତି

କୌଣସି କାର୍ଯ୍ୟ ସମ୍ପାଦନରେ ଉଛୁର ହେଲେ, ଲକ୍ଷ୍ୟ ହାସଲରେ ଡେରି ହେଲେ କିମା ନିର୍ଦ୍ଦିଷ୍ଟ ସ୍ଥାନରେ ପହଞ୍ଚିବା ପାଇଁ ବିଳମ୍ବ ଘଟିଲେ ବିଳମ୍ବର କାରଣକୁ କଚ୍ଛପର...

ବାଘ ଆତଙ୍କ ଯୋଗୁ ୫୫ ସ୍କୁଲ ବନ୍ଦ: ଜାଣନ୍ତୁ କେଉଁଠି

ଡେରାଡୁନ୍‌,୮ା୧୨:ଉତ୍ତରାଖଣ୍ଡର ପୌରି ଜିଲାରେ କଲରାପତରିଆ ବାଘ ଆତଙ୍କ ଯୋଗୁ ୫୫ ସ୍କୁଲକୁ ସାମୟିକ ଭାବେ ବନ୍ଦ କରିଦିଆଯାଇଛି। ଉକ୍ତ ସ୍କୁଲଗୁଡ଼ିକର ପିଲାମାନଙ୍କୁ ଅନ୍‌ଲାଇନ ମୋଡ୍‌ରେ ପାଠପଢ଼ା...

ପୁଟିନ୍‌ଙ୍କ ଭାରତ ଗସ୍ତ ଅନ୍ତରାଳେ

ଭାରତକୁ ଆମେରିକା ନାଲିଆଖି ଦେଖାଇ ଟାରିଫ ବୃଦ୍ଧି କରିଛି। ଏହାସହ ଭାରତ-ରଷିଆ ସମ୍ପର୍କକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଘୋର ଅସନ୍ତୁଷ୍ଟ। ଏଭଳି ଏକ...

ଓଡ଼ିଶାରେ ବଢୁଛି ଓ୍ବେଷ୍ଟର୍ନ ପର୍ଯ୍ୟଟକଙ୍କ ସଂଖ୍ୟା: ୫ବର୍ଷରେ ୭ଗୁଣ ବୃଦ୍ଧି

ଭୁବନେଶ୍ୱର,୮୧୨(ରବିନାରାୟଣ ଜେନା):ରାଜ୍ୟର ପର୍ଯ୍ୟଟନ ଭିତ୍ତିଭୂମି ପ୍ରତି ଆକୃଷ୍ଟ ହୋଇ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ମଧ୍ୟରେ ଓ୍ବେଷ୍ଟର୍ନ ୟୁରୋପ ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri