ହାତକୁ ଦି’ ହାତ ହେଲେ ଏହି ପ୍ରସିଦ୍ଧ ଅଭିନେତା

ବଲିଉଡ ଅଭିନେତା ହରମନ ବାୱେଜା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ଶଶା ରାମଚାନ୍ଦାନୀଙ୍କୁ ବିବାହ କରିଛନ୍ତି। ଶଶା ଜଣେ ସ୍ବାସ୍ଥ୍ୟ ବିଶେଷଜ୍ଞ ଭାବେ କାର୍ଯ୍ୟ କରନ୍ତି। ଗୁରୁଦ୍ୱାରରେ ଉଭୟ ବିବାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଘୋଡାରେ ବସି ବିବାହ ସ୍ଥଳରେ ପହଞ୍ଚିଥିଲେ ହରମନ। ସୋସିଆଲ ମିଡିଆରେ ହରମନଙ୍କ ବିବାହର ଫଟୋ ଭାଇରାଲ ହେବାରେ ଲାଗିଛି। ତାଙ୍କ ବନ୍ଧୁ ତଥା ଶିଳ୍ପା ଶେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ହରମନଙ୍କ ବିବାହରେ ପହଞ୍ଚିଥିଲେ ଏବଂ ସେଠାରୁ ସେ ତାଙ୍କ ବିବାହର ସମସ୍ତ ଫଟୋ ସୋସିଆଲ ମିଡିଆରେ ଶେୟାର କରିଥିଲେ। ବିବାହରେ ସେ ଗୋଲାପୀ ଶେରୱାନି ଏବଂ ଏକ ଧଳା ପଗଡି ପିନ୍ଧିଥିଲେ। ୨୦୦୮ରେ ଫିଲ୍ମ ଲଭ ଷ୍ଟୋରୀ ୨୦୫୦ରେ ନିଜର ଡେବ୍ୟୁ କରିଥିବା ହରମନ ବାୱେଜାଙ୍କୁ ହ୍ରିତିକ ରୋଶନଙ୍କ କାର୍ବନ କପି କୁହାଯାଉଥିଲା। ଫିଲ୍ମ ଇଣ୍ଡଷ୍ଟ୍ରିରେ ହରମନଙ୍କ ପ୍ରବେଶ ମଧ୍ୟ ଅତ୍ୟନ୍ତ ଧମାକାଦାର ଥିଲା। ହରମାନଙ୍କ ପ୍ରଥମ ଫିଲ୍ମ ଲଭ ଷ୍ଟୋରୀ ୨୦୫୦ ତାଙ୍କ ପିତା ହ୍ୟାରି ବାୱେଜା ନିର୍ଦ୍ଦେଶନା ଦେଇଥିଲେ। ପ୍ରିୟଙ୍କ ଚୋପ୍ରାଙ୍କ ସହ ତାଙ୍କ ଆଫେୟାର୍‌କୁ ନେଇ ବେଶ୍‌ ଚର୍ଚ୍ଚା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri