Posted inRasifala

ରାଶିଫଳ:ମଙ୍ଗଳବାର, ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ
ଆଜି ଆପଣ କଳାନୁରାଗୀ, ସଙ୍ଗୀତପ୍ରିୟ, ସାହିତ୍ୟରସିକ ଓ ଚଳଚ୍ଚିତ୍ରପ୍ରେମୀ ଭାବରେ ସମୟ ଅତିବାହିତ କରିବାର ସୁଯୋଗ ପାଇବେ। କାମଗୁଡ଼ିକ ଯଥା ସମୟରେ ହେଉ ନ ଥିବାରୁ ବିରକ୍ତ ହେବେ। ଆବଶ୍ୟକତା ପୂରଣ ପାଇଁ ବଡ଼ କଷ୍ଟରେ ଟଙ୍କା ଯୋଗାଡ଼ କରିବେ। ଆଜି ଟାଉଟରି କରୁଥିବା ଲୋକଟି ପ୍ରତି ସତର୍କ ରୁହନ୍ତୁ।
ବୃଷ
ବୃଷ
ଅନ୍ୟଦ୍ୱାରା ପ୍ରଭାବିତ ହୋଇ ମନୋରଞ୍ଜନ କାର୍ଯ୍ୟରେ ଖଚ୍ଚ କରି ଅନୁତାପ କରିବେ। କେତେକ ସମୟରେ ପାଖରେ କାମ କରୁଥିବା ଲୋକଟି ଉପରେ ନିର୍ଭରଶୀଳ ହେବାକୁ ବାଧ୍ୟ ହୋଇପାରନ୍ତି। ଯାହା କିଣିବା ପାଇଁ ମନ ବଳାଇଛନ୍ତି, ଆଜି ମନକୁ ନ ପାଇବା କାରଣରୁ ଫେରି ଆସିବାକୁ ପଡିବ। ରାଜନୀତି, ପ୍ରଶାସନ କ୍ଷେତ୍ରରେ ଫାଇଲ କାମ ବଢିଯିବ।
ମିଥୁନ
ମିଥୁନ
ଭୁଲ୍‌ ବୁଝାମଣାର ବଶବର୍ତ୍ତୀ ହୋଇ ବନ୍ଧୁଙ୍କ ସହ ବିନା କାରଣରେ କଳହ ଲାଗିପାରେ। କୌଣସି ବ୍ୟକ୍ତିଙ୍କ ଉପସ୍ଥିତି ଲକ୍ଷ୍ୟ ହାସଲରେ ପ୍ରତିବନ୍ଧକ ସୃଷ୍ଟି କରିବ। ଖର୍ଚ୍ଚ କମାଇବା ପାଇଁ ଚେଷ୍ଟା କରି ଅସଫଳ ହେବେ। କର୍ମକ୍ଷେତ୍ରରେ କହିଥିବା କଥାଟିକୁ ଅନ୍ୟମାନେ ବଡ଼ ଆକାରରେ କଦର୍ଥ କରି ଚିନ୍ତା କରିବେ।
କର୍କଟ
କର୍କଟ
କେତେକ କ୍ଷେତ୍ରରେ ଯିଏ ଯାହା କହିଲେ ମଧ୍ୟ ତାହାକୁ ଭିନ୍ନ ଅର୍ଥରେ ଗ୍ରହଣ କରିବେ। ଖଳଲୋକମାନେ ଅପପ୍ରଚାର କରିପାରନ୍ତି, ତେଣେ ନିଜଲୋକଙ୍କଠାରୁ ମଧ୍ୟ ଆସ୍ଥା ହରାଇ ବସିବେ। ବନ୍ଧୁବାନ୍ଧବଙ୍କ ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡ଼ିବ। ଖୋଜୁଥିବା ଜିନିଷର ସନ୍ଧାନ ସନ୍ଧ୍ୟାରେ ପାଇବେ।
ସି˚ହ
ସି˚ହ
ଆନୁଷ୍ଠାନିକ କାର୍ଯ୍ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ। ବ୍ୟବସାୟ ଓ ରପ୍ତାନି ବାଣିଜ୍ୟରେ ଆଶାନୁରୂପ ଉନ୍ନତି ଘଟିବ। ଦେହ ଭଲ ରହିବ, ମାତ୍ର ଶ୍ରମଜନିତ ଦୁର୍ବଳତା ଅନୁଭବ କରିବେ। ପରିସ୍ଥିତିରେ ପଡି ବହୁତ ଖର୍ଚ୍ଚ କରି ପରେ ମନସ୍ତାପ କରିବେ।
କନ୍ୟା
ଆଜି ପ୍ରତିଦ୍ୱନ୍ଦ୍ୱିତା କଲେ ବିଜୟର ଆଶା ନିରର୍ଥକ ହୋଇପାରେ। ବିବାଦରେ ମନସ୍ତାପ କରିବା ବ୍ୟତୀତ ଲାଭ କିଛି ହେବନି। ପାତର ଅନ୍ତର ନୀତିକୁ କେନ୍ଦ୍ରକରି ପରିବାରରେ ଅଶାନ୍ତି ସୃଷ୍ଟି ହେବାର ଆଶଙ୍କାକୁ ଏଡାଇ ହେବ ନାହିଁ। ଆୟ ଅପେକ୍ଷା ବ୍ୟୟ ଅଧିକ କରିବାକୁ ବାଧ୍ୟ ହେବେ।
ତୁଳା
ତୁଳା
ଦିନଟି ସାମଗ୍ରିିକ ଦୃଷ୍ଟିକୋଣରୁ ଖୁସିରେ ଅତିବାହିତ ହେବ। କୌଣସି ମନଭୁଲାଣିଆ କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରିବେ। ଫାଇଲ୍‌ କାମରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ, ଅବଶ୍ୟ ବିଶେଷ କିଛି ଅସୁବିଧା ହେବନାହିଁ। ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ।
ବିଛା
ବିଛା
ପାରିବାରିକ ତିକ୍ତତାର ସମାପ୍ତି ଘଟାଇବା ସକାଶେ ଚେଷ୍ଟା କରିବେ। କର୍ମକ୍ଷେତ୍ରରେ ସହକର୍ମୀମାନେ ସହଯୋଗ କରିବାର ପ୍ରତିଶ୍ରୁତି ଦେଇପାରନ୍ତି। ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ। ଆଇନ ଅଦାଲତରୁ ସୁଫଳ ପାଇବେ ଏବଂ ସ୍ବାସ୍ଥ୍ୟ ସାମାନ୍ୟ ଗଡ଼ବଡ଼ ହୋଇପାରେ।
ଧନୁ
ଧନୁ
ବନ୍ଧୁମାନଙ୍କୁ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ଯେକୌଣସି କ୍ଷେତ୍ର ହେଉ ଆପଣ କିଛି କରନ୍ତୁ, ଚୁପଚାପ ହୋଇ ବସିରହିଲେ ବହୁ କ୍ଷତି ସହିବାକୁ ପଡିବ। ଆଜି ଅପରାହ୍ନରେ ଜଣେ ବନ୍ଧୁଙ୍କ ସହଯୋଗରୁ କାମ ହାସଲ କରିବେ। ଜମିଜମା ସମସ୍ୟା କ୍ରମଶଃ ଜଟିଳ ହେବାର ସମ୍ଭାବନା ରହିଛି।
ମକର
ମକର
କିଛି ନ ବୁଝି କୌଣସି ମନ୍ତବ୍ୟ ଦେବା ଠିକ୍‌ ହେବ ନାହିଁ। ଯଦି କହିବେ ତେବେ ଅଶାନ୍ତିକୁ ଆପଣେଇ ନେବା ଭଳି ହିଁ ପରିଣାମ ହୋଇପାରେ। ରାସ୍ଥାରେ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। କର୍ମକ୍ଷେତ୍ରରେ ଆଶାନୁରୂପକ ସଫଳତା ହାସଲ କରିିବାରେ ପଛେଇ ଯିବେ।
କୁମ୍ଭ
କୁମ୍ଭ
ଆଜିର କର୍ମକ୍ଷେତ୍ରରେ ମଉଜିଆ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଅଧ୍ୟୟନ ଓ ଆଧ୍ୟାତ୍ମିକତାରେ ଏକାଗ୍ରତା ଆଣିପାରିବେ। ଫେରିବା ବାଟରେ ଅପରିଚିତ ବ୍ୟକ୍ତି ଜଣକ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ସାହିତ୍ୟ, କଳା, ସଙ୍ଗୀତ, ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ।
ମୀନମୀନ
ଆଜି ଆପଣ ହସିକି କଥା କହିବେ ଓ ବିଭିନ୍ନ କାମ ହାତକୁ ନେଇ କଳ୍ପନା ରାଇଜରେ ଘୂରି ବୁଲିବେ। କର୍ମକ୍ଷେତ୍ରରେ ଆପୋସ ଆଲୋଚନା ଓ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ ଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri