Posted inଖେଳ

ଏହି କ୍ରିକେଟରଙ୍କ ଗୋଟିଏ ଶର୍ଟରେ କଣା ହେଲା ବଲ୍‌: ମାତ୍ର ୩ ଓଭରରେ…

ପୁଣେ,୨୩।୩: ସ୍ଥାନୀୟ ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଖେଳାଯାଉଥିବା ଭାରତ-ଇଂଲଣ୍ଡ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଭାରତୀୟ ଟିମ୍‌ ବ୍ୟାଟିଂ କରୁଥିବା ବେଳେ ମାତ୍ର ୧୬ ବଲ୍‌ ପରେ ଅମ୍ପାୟାର ବଲ୍‌ ପରିବର୍ତ୍ତନ କରିଥିଲେ। କାରଣ ଏହା ନଷ୍ଟ ହୋଇ ଯାଇଥିଲା। ଓପନର ଶିଖର ଧଓ୍ବନ୍‌ଙ୍କ ଏକ ଶର୍ଟ ପରେ ବଲ୍‌ରେ କଣା ହୋଇଯାଇଥିବା କୁହାଯାଉଛି।

ପ୍ରକାଶ ଯେ, ଇଂଲଣ୍ଡ ଟସ୍‌ ଜିତିବା ପରେ ଭାରତକୁ ବ୍ୟାଟିଂ ଲାଗି ଆମନ୍ତ୍ରିତ କରିଥିଲା। ଭାରତ ପକ୍ଷରୁ ରୋହିତ ଶର୍ମା ଏବଂ ଶିଖର ଧଓ୍ବନ ଓପନିଂ ଲାଗି ଆସିଥିଲେ। ଦଳ ପ୍ରଥମ ଦୁଇ ଓଭରରେ ୪ ରନ୍‌ କରିଥିଲା। ପରେ ମାର୍କ ଉଡ୍‌ଙ୍କ ତୃତୀୟ ଓଭରର ଚତୁର୍ଥ ବଲ୍‌ରେ ଧଓ୍ବନ୍‌ ଏକ ଭଲ ଶର୍ଟ ଖେଳିଥିଲେ। ଏହା ଚୌକା ହୋଇଥିଲା। ବଲଟି ଉଇକେଟକିପର ପାଖକୁ ଆସିବା ପରେ ଏହାର ଯାଞ୍ଚ କରାଯାଇଥିଲା। ଅମ୍ପାୟାର ବଲ୍‌ର ଅବସ୍ଥା ଦେଖି ନୂଆ ବଲ୍‌ ଆଣିବାକୁ ନିର୍ଦ୍ଦେଶ ଦେଇଥିଲେ। ତେବେ ବ୍ୟାଟ୍ସମ୍ୟାନ୍‌ମାନେ ଆକ୍ରାମକ ଶର୍ଟ ଖେଳି ନ ଥିଲେ ସୁଦ୍ଧା ବଲ୍‌ର ଏଭଳି ଅବସ୍ଥା ଅନେକଙ୍କୁ ଚକିତ କରିଥିଲା। ଏବେ ସୋସିଆଲ ମିଡିଆରେ ପ୍ରଶଂସକମାନେ ଘଟଣାକୁ ନେଇ ଚର୍ଚ୍ଚା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri