ପ୍ରଶାସନର ନୀରବତାକୁ ନେଇ ପ୍ରଶ୍ନବାଚୀ

ଖୋର୍ଦ୍ଧା ଅଫିସ,୨୪ା୩: ଖୋର୍ଦ୍ଧା ଜିଲାରେ ଚଳିତ ଖରିଫ ଧାନକିଣାରେ ବ୍ୟାପକ ଅନିୟମିତତା ହୋଇଛି। ଶତାଧିକ ପଞ୍ଜୀକୃତ ଚାଷୀ ଧାନ ବିକ୍ରି କରି ନ ପାରି ଅଭାବୀ ବିକ୍ରିର ସମ୍ମୁଖୀନ ହେଉଛନ୍ତି। ନକଲିି ଚାଷୀଙ୍କଠାରୁ ଶତାଧିକ କୁଇଣ୍ଟାଲ ଧାନ କିଣାଯାଇଛି। ଧାନକିଣା ଦୁର୍ନୀତିରେ ଅଭିଯୋଗ ଆସିଥିବା କେତେଜଣ ସମିତି ସମ୍ପାଦକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପରିବର୍ତ୍ତେ ଜିଲା ପ୍ରଶାସନ, ସମବାୟ ସଂସ୍ଥା ଏବଂ ଜିଲା ଯୋଗାଣ ବିଭାଗର ନୀରବତାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଅନ୍ୟପଟେ ଅଭିଯୋଗ ଆସିଥିବା ସମିତି ସମ୍ପାଦକଙ୍କୁ ତଦନ୍ତ ପରିସରଭୁକ୍ତ କରିବା ପରିବର୍ତ୍ତେ ଯୋଗାଣ ବିଭାଗର କେତେଜଣ ଅଧିକାରୀ ତାଙ୍କୁ କାର୍ଯ୍ୟାଳୟକୁ ଡାକି ଘଣ୍ଟ ଘୋଡାଉଥିବା ଚର୍ଚ୍ଚା ହେଉଛି।
ସୂଚନାଥାଉ କି, ଜଟଣୀ ବ୍ଲକ ଅଙ୍ଗାରପଡା ପ୍ରାଥମିକ ସେବା ସମବାୟ ସମିତି (ପ୍ୟାକ୍ସ)ରେ ଗୋଚର ଜମି, ଅନାବାଦି ଜମି, ରକ୍ଷିତ ପତିତ ଜମି, ଜଙ୍ଗଲ ଜମିକୁ ଚାଷ ଜମି ଏବଂ କେନାଲ ନଥିବା ମୌଜାରେ କେନାଲ ଦର୍ଶାଇ ନକଲିି ଚାଷୀଙ୍କ ନଁାରେ ଶତାଧିକ କୁଇଣ୍ଟାଲ ଧାନ କିଣାଯାଇଥିବା ନେଇ ଚାଷୀ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଜିଲାପାଳ ଏହି ଘଟଣାର ତଦନ୍ତ ଲାଗି ଜିଲା ଯୋଗାଣ ଅଧିକାରୀଙ୍କ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଏହାର ତଦନ୍ତ ଶୀତଳଭଣ୍ଡାରରେ ରହିଛି। ସେହିପରି ବୋଲଗଡ଼ ବ୍ଲକ ଶ୍ରୀଚନ୍ଦନପୁରପାଟଣା ପ୍ୟାକ୍ସରେ ଅନିୟମିତତା ନେଇ ଚାଷୀ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। ଏହି ଘଟଣାର ମଧ୍ୟ ଜିଲାପାଳ ଜିଲା ଯୋଗାଣ ଅଧିକାରୀଙ୍କୁ ତଦନ୍ତ ଦାୟିତ୍ୱ ଦେଇଥିଲେ। ପରେ ଏହି ବ୍ଲକ ଅନ୍ତର୍ଗତ ଅସରଳା ପ୍ୟାକ୍ସରେ ଜନୈକ ବ୍ୟକ୍ତି ପରିବାରର ୧୨ଜଣ ସଦସ୍ୟଙ୍କ ନାମରେ ଶ୍ରୀଜଗନ୍ନାଥ ଜମି ନିଜ ଚାଷଜମି ଦର୍ଶାଇ ୭୦ କୁଇଣ୍ଟାଲ ଧାନ ବିକ୍ରି କରିଥିବା ନେଇ ଚାଷୀ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଏହି ଦୁଇ ଘଟଣାରେ ବେଗୁନିଆ ବିଧାୟକ ରାଜେନ୍ଦ୍ର ସାହୁ ଅସନ୍ତୋଷ ପ୍ରକାଶ କରିଛନ୍ତି। ବୋଲଗଡ ବ୍ଲକର ଏହି ଦୁଇ ପ୍ୟାକ୍ସ ବିରୋଧରେ ଆସିଥିବା ଘଟଣାର ତଦନ୍ତ ଲାଗି ଜିଲାପାଳଙ୍କୁ କହିଥିଲେ। ଘଟଣାର ତଦନ୍ତ କରାଯିବ ବୋଲି ଜିଲାପାଳ ସନତ ମହାନ୍ତି କହିଛନ୍ତି। ଅନ୍ୟପକ୍ଷେ ଚାଷୀଙ୍କ ସମସ୍ୟା ସମାଧାନ ଉପରେ ଗୁରୁତ୍ୱ ଦିଆଯାଉଛି ବୋଲି ଯୋଗାଣ ଅଧିକାରୀ ଅନାଥ ସ୍ବାଇଁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାଣ୍ଡବ ରଚିଲା କାଳବୈଶାଖୀ

କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ...

ଫୁଲ ଛାଡି ଶଙ୍ଖ ଫୁଙ୍ଖିଲେ ଭାଜପାର ବଡ଼ ନେତା

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ ): ଆଉ ଦିନ କେଇଟା ପରେ ସାଧାରଣ ନିର୍ବାଚନ। ଆସନ୍ତା ମେ ୧୩ ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି l...

ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ।...

ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ

ଫୁଲବାଣୀ,୭ା୫(ରାକେଶ କୁମାର ରାଉତ): କେକେବିଏନ୍‌ ମାଓବାଦୀ ସଂଗଠନର ଜଣେ କ୍ୟାଡର ମାଓବାଦୀ ଦକ୍ଷିଣାଞ୍ଚଳ ଆଇଜି ଜେ.ଏନ୍‌.ପଙ୍କଜଙ୍କ ନିକଟରେ ଆତ୍ମସମର୍ପଣ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ...

ଗଞ୍ଜାମରେ ଫ୍ଲାଇଂ ସ୍କ୍ବାଡର ଯାଞ୍ଚ କଡାକଡି

ଛତ୍ରପୁର ୭।୫(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲାରେ ଚଳିତ ମାସ ୧୩ରେ ଚତୁର୍ଥ ପର୍ଯ୍ୟାୟ ଏବଂ ୨୦ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ ।...

ବଜ୍ରପାତରେ ଚାଲିଗଲା ୯ ଗୋରୁଙ୍କ ଜୀବନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ, ୭/୫ (ଅରୁଣ ସାହୁ /ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ଜନଜୀବନ ପ୍ରଭାବିତ ହୋଇଛି।...

ରୋଚକ ମୋଡ଼ରେ ପିପିଲି ରାଜନୀତି: ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ବିରୋଧରେ ସ୍ବାଧୀନ ଭାବେ ଲଢ଼ିବେ ସ୍ତ୍ରୀ ଜାଗୃତି

ଭୁବନେଶ୍ୱର,୭।୫: ନିର୍ବାଚନ ମଇଦାନରେ ସ୍ବାମୀଙ୍କ ବିରୋଧରେ ଲଢ଼ିବେ ସ୍ତ୍ରୀ। ପିପିଲି ବିଧାନସଭା ଆସନରେ କିଛି ଏଭଳି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଗୋଟିଏ ପଟେ...

କଂଗ୍ରେସ ଛାଡିଲେ ଚିତ୍ତରଞ୍ଜନ, ନେଲେ ବଡ଼ ନିଷ୍ପତ୍ତି

ନୀଳଗିରି,୭।୫: କଂଗ୍ରେସ ଛାଡିଲେ ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ନିର୍ବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri