Posted inଖେଳ

ଦିନିକିଆ ସିରିଜ, ଆଇପିଏଲ୍‌ରୁ ଆୟାର ଆଉଟ୍‌

ପୁଣେ,୨୫।୩(ପି.ଟି.): ଭାରତୀୟ ମିଡ୍‌ଲ ଅର୍ଡର ବ୍ୟାଟ୍ସମ୍ୟାନ ଶ୍ରେୟାସ ଆୟାର ଚଳିତ ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜ ଓ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରୁ ବାଦ୍‌ ପଡିଛନ୍ତି। ମଙ୍ଗଳବାର ପ୍ରଥମ ଦିନିକିଆରେ ଫିଲ୍ଡିଂ କରିବା ଅବସରରେ ସେ ବାମ କାନ୍ଧରେ ଆଘାତ ପାଇଥିଲେ। ଏହି ଇଞ୍ଜୁରି ପାଇଁ ସେ ଅତିକମ୍‌ରେ ୪ ମାସ କ୍ରିକେଟରୁ ଦୂରେଇ ରହିବେ। ଫଳରେ ଆଇପିଏଲ୍‌ ଆରମ୍ଭ ହେବା ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ଶକ୍ତ ଧକ୍କା ଲାଗିଛି।
ପ୍ରଥମ ମ୍ୟାଚ୍‌ରେ ଇଂଲଣ୍ଡ ଇନିଂସର ଅଷ୍ଟମ ଓଭରରେ ଶାର୍ଦ୍ଦୁଳ ଠାକୁରଙ୍କ ବଲ୍‌ରେ ଜନି ବେୟାରଷ୍ଟୋ ଏକ ଶଟ୍‌ ଖେଳିଥିଲେ। ଆୟାର ଡାଇଭ୍‌ ମାରି ବଲ୍‌ ରୋକିବାକୁ ପ୍ରୟାସ କରିଥିଲେ। ଫଳରେ ସେ କାନ୍ଧରେ ଆଘାତ ପାଇଥିଲେ। ପ୍ରବଳ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ପଡିଆ ବାହାରକୁ ନିଆଯାଇଥିଲା। ଦିନିକିଆ ସିରିଜ ସମେତ ସେ ଆଇପିଏଲ୍‌ରୁ ବାଦ୍‌ ପଡିଛନ୍ତି ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ତରଫରୁ କୁହାଯାଇଛି। ଏବେ ସେ ପ୍ରବଳ ଯନ୍ତ୍ରଣା ଅନୁଭବ କରୁଛନ୍ତି। ତେଣୁ ତାଙ୍କ ବାମକାନ୍ଧରେ ଆସ୍ତ୍ରୋପଚାର କରାଯିବା ଜରୁରୀ ହୋଇପଡିଛି। ଫଳରେ ସେ ଅତିକମ୍‌ରେ ୪ ମାସ ଖେଳରୁ ଦୂରେଇ ରହିବେ ବୋଲି ବୋର୍ଡ ସୂତ୍ରରୁ ପ୍ରକାଶ। ଏଥିପାଇଁ ଆୟାର ମଧ୍ୟ ଲଙ୍କାସାୟାର ତରଫରୁ ଇଂଲିଶ କାଉଣ୍ଟି ଖେଳିପାରିବେ ନାହିଁ। କାଉଣ୍ଟି ଦିନିକିଆ ଟୁର୍ନାମେଣ୍ଟ ଜୁଲାଇ ୨୩ ତାରିଖରୁ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ୨୬ ବର୍ଷୀୟ ଆୟାରଙ୍କ ସହ ଲଙ୍କାସାୟାର ଚୁକ୍ତି କରିଛି ବୋଲି ସୋମବାର ଘୋଷଣା କରିଥିଲା।
ଆୟାର ଆଇପିଏଲ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସର ନେତୃତ୍ୱ ନେଉଛନ୍ତି। ଆସନ୍ତା ଏପ୍ରିଲ ୯ ତାରିଖରୁ ଆଇପିଏଲ୍‌ ଆରମ୍ଭ ହେବ। ଅବଶ୍ୟ ଆହତ ହେବା ପୂର୍ବରୁ ସେ ପ୍ରଥମ ଦିନିକିଆରେ ବ୍ୟାଟିଂରେ ବିଫଳ ହୋଇଥିଲେ। ମାତ୍ର ୬ ରନକରି ସେ ଆଉଟ ହୋଇଥିଲେ। ଆଇପିଏଲ୍‌ର ଗତ ସଂସ୍କରଣରେ ତାଙ୍କ ନେତୃତ୍ୱରେ ଦିଲ୍ଲୀ କ୍ୟାପିଟାଲ୍ସ ଫାଇନାଲରେ ପହଞ୍ଚିଥିଲା। ଆୟାରଙ୍କ ଅନୁପସ୍ଥିତିରେ ରିଷଭ ପନ୍ତ, ଅଷ୍ଟ୍ରେଲିଆର ଷ୍ଟିଭ ସ୍ମିଥ୍‌ କିମ୍ବା ଅଭିଜ୍ଞ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଦିଲ୍ଲୀ କ୍ୟାପିଟାଲ୍ସର ନେତୃତ୍ୱ ନେଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶୁବମନ ଗିଲଙ୍କ ସହ ହୋଇଛି ଧୋକା! ଓ୍ବାର୍ଲଡକପ ଟିମ୍‌ରୁ ବାଦ ଦିଆଯିବା ପରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଥିଲେ, ସେତେବେଳେ ଶୁବମନ ଗିଲଙ୍କ ନାମ ତାଲିକାରେ...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

କାହିଁକି ବାଦ୍‌ ପଡ଼ିଲେ ଗିଲ୍‌: ମୁହଁ ଖୋଲିଲେ ଅଗରକର

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!

ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri