Posted inଜାତୀୟ

ନିର୍ବାଚନୀ ବଣ୍ଡ ଉପରେ ଲାଗିବନି ରୋକ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬।୩: ପଶ୍ଚିମବଙ୍ଗ, ତାମିଲନାଡୁ, କେରଳ, ଆସାମ ଏବଂ ପୁଡୁଚେରୀ ବିଧାନସଭା ନିର୍ବାଚନ ପୂର୍ବରୁ ନୂଆ ନିର୍ବାଚନୀ ବଣ୍ଡ ବିକ୍ରୟ ଉପରେ ରୋକ ଲଗାଇବା ପାଇଁ କରାଯାଇଥିବା ଏକ ଆବେଦନକୁ ସୁପ୍ରିମକୋର୍ଟ ଶୁକ୍ରବାର ଖାରଜ କରିଦେଇଛନ୍ତି। ଆସନ୍ତା ଏପ୍ରିଲ ୧ରୁ ୧୦ ତାରିଖ ଯାଏ ଜାରି ହେବାକୁ ଥିବା ନିର୍ବାଚନୀ ବଣ୍ଡ ଉପରେ ରୋକ ଲଗାଇବାକୁ ମନା କରିଦେଇଛନ୍ତି ସୁପ୍ରିମକୋର୍ଟ। ଏହି ନିର୍ବାଚନୀ ବଣ୍ଡକୁ କିଣି ବିଭିନ୍ନ ବ୍ୟକ୍ତି, ସଂସ୍ଥା ଓ କମ୍ପାନୀ ପକ୍ଷରୁ ରାଜନୀତିକ ଦଳଗୁଡିକୁ ଚାନ୍ଦା ଦିଆଯାଏ। ଏଡିଆର ନାମକ ସଂସ୍ଥା ପଶ୍ଚିମବଙ୍ଗ ସମେତ ଅନ୍ୟାନ୍ୟ ରାଜ୍ୟରେ ବିଧାନସଭା ନିର୍ବାଚନ ଚାଲିଥିବାରୁ ନିର୍ବାଚନୀ ବଣ୍ଡ ଉପରେ ଅସ୍ଥାୟୀ ଭାବେ ରୋକ ଲଗାଇବାକୁ ଆବେଦନ କରିଥିଲା। ଏହାର ଶୁଣାଣି କରି କୋର୍ଟ କହିଛନ୍ତି ଯେ ଯୋଜନା ୨୦୧୮ରୁ ଲାଗୁ ହେଉଛି ଓ ଏବେ ମଧ୍ୟ ଜାରି ରହିଛି। ଏହାର ସୁରକ୍ଷା ପାଇଁ ଅନେକ ସମୟରେ ପଦକ୍ଷେପ ନିଆଯାଇଛି। ଏହା ଉପରେ ଯୁକ୍ତି ରଖି ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣ କହିଛନ୍ତି, ନିର୍ବାଚନୀ ବଣ୍ଡ ଜରିଆରେ ଶାସକ ଦଳକୁ ଚାନ୍ଦା ନାଁରେ ଲାଞ୍ଚ ଦେଇ କାମ ହାସଲ କରିବାକୁ ପ୍ରୟାସ କରାଯାଉଛି। ନିର୍ବାଚନୀ ବଣ୍ଡ ଏବେ ଏହାର ମାଧ୍ୟମ ପାଲଟିଛି। ଏହାପୂର୍ବରୁ ମାର୍ଚ୍ଚ ୨୪ରେ ସର୍ବୋଚ୍ଚ ନ୍ୟାୟାଳୟରେ ଏହି ମାମଲାର ଶୁଣାଣି କରାଯାଇ ନିଷ୍ପତ୍ତି ସଂରକ୍ଷିତ ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟାର୍ଗେଟରେ କ୍ରିକେଟରଙ୍କ ପରିବାର, ପତ୍ନୀ ପିଲାଙ୍କୁ ମିଳିଲା ହତ୍ୟା ଧମକ

ସିଡ଼ନୀ,୨୩।୧୨: ଡିସେମ୍ବର ୧୪ରେ ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚରେ ଘଟିଥିବା ଭୟଙ୍କର ଗଣ ଗୁଳିକାଣ୍ଡ ସମଗ୍ର ଦେଶକୁ ଚକିତ କରିଦେଇଥିଲା। ପ୍ରାୟ ୩୦ ବର୍ଷ ମଧ୍ୟରେ...

ଭେଜାଲ ପାଇଁ ମୃତ୍ୟୁଦଣ୍ଡ

ବିଶ୍ୱରେ ସମ୍ଭବତଃ ଭାରତ ଏକମାତ୍ର ଦେଶ ଯେଉଁଠାରେ ଜୀବନରକ୍ଷାକାରୀ ଔଷଧ ଓ ଖାଦ୍ୟରେ ଅପମିଶ୍ରଣ ବା ଭେଜାଲ ବଢ଼ିଚାଲିଛି। ଏଭଳି ଖବର ଅନ୍ୟ ଦେଶରୁ ଆସୁଥିବା...

ପ୍ରଥମ ପତ୍ନୀଙ୍କ ପରଲୋକର ୭ ବର୍ଷ ପରେ ବିବାହ କଲେ ଏହି କ୍ରିକେଟର, ଦ୍ୱିତୀୟ ପତ୍ନୀଙ୍କ ବୟସ ଜାଣିଲେ…

ଲଣ୍ଡନ,୨୩।୧୨: ଫୁସଫୁସ କର୍କଟ ରୋଗରେ ପ୍ରଥମ ପତ୍ନୀଙ୍କ ମୃତ୍ୟୁର ପ୍ରାୟ ସାତ ବର୍ଷ ପରେ, ପୂର୍ବତନ ଇଂଲଣ୍ଡ ଅଧିନାୟକ ଆଣ୍ଡ୍ରୁ ଷ୍ଟ୍ରସ ପୁନଃବିବାହ କରିଛନ୍ତି। ଷ୍ଟ୍ରସ...

ରାଜ୍ୟ ସଭାରେ ବଦଳିବ ନମ୍ବର ଗେମ, ୨୦୨୬ରେ ୭୫ ଆସନରେ ହେବ ନିର୍ବାଚନ

ନୂଆଦିଲ୍ଲୀ,୨୩।୧୨: ୨୦୨୬ ମସିହାରେ ସାରା ଦେଶରେ ବଡ଼ ଧରଣର ନିର୍ବାଚନ ହେବାର କାର୍ଯ୍ୟକ୍ରମ ରହିଛି। କେରଳ, ତାମିଲନାଡୁ, ଆସାମ ଏବଂ ପଶ୍ଚିମବଙ୍ଗ ଭଳି ପ୍ରମୁଖ ରାଜ୍ୟରେ...

ନିଜ ସରକାରଙ୍କୁ ଚେତାବନୀ ଦେଲେ ଭାଜପା ବିଧାୟକ

ଜୟପୁର,୨୩।୧୨: ରାଜସ୍ଥାନ ଯୋଧପୁରର ସୁରସାଗର ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ଦେବେନ୍ଦ୍ର ଯୋଶୀଙ୍କ ଏକ ବୟାନ ଏବେ ଶିରୋନାମାରେ ପରିଣତ ହେଉଛି। ତାଙ୍କ ବୟାନ ପରେ ବିରୋଧୀ...

ହେବକି ତୃତୀୟ ବିଶ୍ବଯୁଦ୍ଧ, ଆମେରିକା ନିର୍ମାଣ କରୁଛି ସବୁଠି ଘାତକ ଯୁଦ୍ଧଜାହାଜ

ନୂଆଦିଲ୍ଲୀ,୨୩।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯେକୌଣସି ପରିସ୍ଥିତିରେ ରେକର୍ଡ ପରେ ରେକର୍ଡ କରିବାକୁ ଚାହାନ୍ତି । ଏହି ଲକ୍ଷ୍ୟରେ ଟ୍ରମ୍ପ ପ୍ରାୟତଃ ନାର୍ସିସିଜିମର ଚରମ...

ଦକ୍ଷିଣ ଏସିଆ ପିଲାଙ୍କ ବିକାଶରେ ବାଧକ ଜଳବାୟୁ ପରିବର୍ତ୍ତନ

ନୂଆଦିଲ୍ଲୀ,୨୩ା୧୨: ଜଳବାୟୁ ପରିବର୍ତ୍ତନ ଯୋଗୁ ଉତ୍ତାପ ଏବଂ ଆର୍ଦ୍ରତା ବଢ଼ୁଥିବାବେଳେ ଏହା ଦକ୍ଷିଣ ଏସୀୟ ପିଲାମାନଙ୍କ ଉପଯୁକ୍ତ ବିକାଶକୁ ପ୍ରଭାବିତ କରୁଛି। ୨୦୫୦ ସୁଦ୍ଧା ଉପଯୁକ୍ତ...

ଆମେରିକାରେ ପ୍ରବାସୀଙ୍କୁ ବଡ଼ ଅଫର!

ଓ୍ବାଶିଂଟନ,୨୩।୧୨: ଆମେରିକାର ଗୃହ ସୁରକ୍ଷା ବିଭାଗ (DHS) ଅବୈଧ ପ୍ରବାସୀମାନଙ୍କ ପାଇଁ ଆତ୍ମ-ନିର୍ବାସ ପାଇଁ ଆର୍ଥିକ ପ୍ରୋତ୍ସାହନ ୧୦୦୦ ଡଲାରରୁ ୩୦୦୦ ଡଲାରକୁ ବୃଦ୍ଧି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri