Posted inଖେଳ

ଜାତୀୟ ଏକାଡେମୀ ମହିଳା ହକି : ସାଇ ଏକାଡେମୀକୁ ଡବଲ ଟାଇଟଲ

ଭୁବନେଶ୍ୱର, ୨୭।୩(କ୍ରୀଡ଼ା ପ୍ରତିନିଧି)-
ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ସର୍ବପ୍ରଥମ ହକି ଇଣ୍ଡିଆ ଜାତୀୟ ଏକାଡେମୀ ମହିଳା ହକି ଟୁର୍ନାମେଣ୍ଟରେ ସାଇ ଏକାଡେମୀକୁ ଡବଲ ଟାଇଟଲ ମିଳିଛି। ଗୁରୁବାର ସବ୍‌ଜୁନିୟର ବିଭାଗ ଫାଇନାଲରେ ସଡନ୍‌ ଡେଥ୍‌ ୫-୪ (ଶୁଟ୍‌ ଆଉଟ) ଗୋଲରେ ଓଡ଼ିଶା ନାଭାଲ ଟାଟା ହକି ହାଇ ପରଫର୍ମାନ୍ସ ସେଣ୍ଟର (ଏନଟିଏଚ୍‌)କୁ ହରାଇଥିବା ସାଇ ଶୁକ୍ରବାର ଜୁନିୟର ବିଭାଗ ଫାଇନାଲରେ ମଧ୍ୟପ୍ରଦେଶ ଏକାଡେମୀକୁ ୨-୧ ଗୋଲରେ ହରାଇ ଦେଇଛି। ବିଜୟୀ ଦଳ ପକ୍ଷରୁ ସଞ୍ଜନା ହୋରୋ ୭ ଓ ୨୩ତମ ମିନିଟରେ ୨ଟି ଗୋଲ ଦେଇଥିବାବେଳେ ଯୋଗିତା ବର୍ମା ୨୫ତମ ମିନିଟରେ ଗୋଟିଏ ଗୋଲ ପରିଶୋଧ କରିଥିଲେ। ପ୍ଲେ-ଅଫ୍‌ରେ ଏନଟିଏଚ୍‌ ୫-୧ ଗୋଲରେ ଅମୃତସର ଖାଲସା ହକି ଏକାଡେମୀକୁ ହରାଇ ତୃତୀୟ ସ୍ଥାନ ଅଧିକାର କରିଛି। ଓଡ଼ିଶା ଦଳ ପକ୍ଷରୁ ତନୁ କିଷାନ ୨୮, ୩୮ ଏବଂ ଅଧିନାୟିକା ଜ୍ୟୋତି ଛତ୍ରି ୨୧ ଓ ୪୮ତମ ମିନିଟରେ ୨ଟି ଲେଖାଏ ଏବଂ କମଳା ସିଂ ୩୧ତମ ମିନିଟରେ ଗୋଟିଏ ଗୋଲ ଦେଇଥିଲେ। ବିପକ୍ଷ ଦଳର ତରନପ୍ରିତ କୌର ୧୭ତମ ମିନିଟରେ ଗୋଟିଏ ଗୋଲ ପରିଶୋଧ କରିଥିଲେ। ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ପଦ୍ମଶ୍ରୀ ଦିଲୀପ ତିର୍କୀ, ରାଜ୍ୟ କ୍ରୀଡ଼ା ବିଭାଗର ପ୍ରମୁଖ ସଚିବ ବିଶାଳ କୁମାର ଦେବ, ହକି ଇଣ୍ଡିଆ ସମ୍ପାଦକ ପ୍ରତାପ ଶତପଥୀ, ଟାଟା ଷ୍ଟିଲ୍‌ର ଚିଫ୍‌ ରେସିଡେଣ୍ଟ ଏକ୍‌ଜିକ୍ୟୁଟିଭ୍‌ ଦେବାଶିଷ ଜେନା ପ୍ରମୁଖ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri