ସୂଚନା ଅଧିକାର କର୍ମୀ ସର୍ବେଶ୍ୱରଙ୍କୁ ବୋମାମାଡ଼, ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଯାଜପୁର ଅଫିସ୍‌, ୨୮ା୩: ଯାଜପୁର ଜିଲାର ବିଭିନ୍ନ ଦୁର୍ନୀତି ପ୍ରସଙ୍ଗ ଉଠାଇ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି), ହାଇକୋର୍ଟ, ଲୋକାୟୁକ୍ତ ଓ ବିଭିନ୍ନ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ୱାରସ୍ଥ ହୋଇଥିବା ସୂଚନା ଅଧିକାର କର୍ମୀ ସର୍ବେଶ୍ୱର ବେହୁରାଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଶନିବାର ରାତିରେ ବେହୁରା ତାଙ୍କ ସହଯୋଗୀ ସୁଶାନ୍ତ କୁମାର ବେହେରା ଓ ବଳରାମ ଦାସଙ୍କ ସହ ନିଜ କାର୍‌ରେ କବାଟବନ୍ଧ ଅଞ୍ଚଳରୁ ଏକ ସାମାଜିକ କାର୍ଯ୍ୟରେ ଯୋଗ ଦେଇ ଜାରକା ଫେରୁଥିବା ସମୟରେ ଇମାମ୍‌ନଗର ଗ୍ରାମ ନିକଟରେ ଏକ କଳା ପଲ୍‌ସରରେ ୨ଜଣ ଦୁର୍ବୃତ୍ତ ଆସି କାର୍‌ ଉପରକୁ ବୋମାମାଡ଼ କରିଛନ୍ତି। ଏଥିରେ ବେହୁରା ଓ ତାଙ୍କ ୨ ସହଯୋଗୀ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରଥମେ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି। ଜଣେ ସୂଚନା ଅଧିକାରୀଙ୍କ ଉପରେ ଏଭଳି ଆକ୍ରମଣକୁ ବିଭିନ୍ନ ମହଲରୁ ନିନ୍ଦା କରାଯାଇଛି। ସୂଚନା ଥାଉକି ଧର୍ମଶାଳା ତହସିଲ ଅନ୍ତର୍ଗତ ଡଙ୍କାରୀ, ଆରୁହା, ବିଛାଖଣ୍ଡି ଆଦି ପାହାଡ଼ରୁ ବେଆଇନ ପଥର ଉତ୍ତୋଳନକୁ ବିରୋଧ କରି ବେହୁରା ବିଭିନ୍ନ ଫୋରମ୍‌ର ଦ୍ୱାରସ୍ଥ ହୋଇଛନ୍ତି। ହାଇକୋର୍ଟ, ଏନ୍‌ଜିଟି ଓ ଲୋକାୟୁକ୍ତରେ ମାମଲା ବିଚାରାଧୀନ ରହିଛି। ଜିଲା ଏବଂ ତହସିଲ୍‌ ପ୍ରଶାସନକୁ ଏନେଇ ରିପୋର୍ଟ ତଲବ ମଧ୍ୟ ହୋଇଛି। ଏହାବାଦ୍‌ ଗତ ବନ୍ୟାରେ ରମାପୁର ଘାଇ ଭାଙ୍ଗିବା ମନୁଷ୍ୟକୃତ ବୋଲି ଅଭିଯୋଗ କରି ବେହୁରା ଲୋକାୟୁକ୍ତଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଲୋକାୟୁକ୍ତଙ୍କ ନିର୍ଦ୍ଦେଶକ୍ରମେ ଭିଜିଲାନ୍ସ ତା’ର ତଦନ୍ତ ଚଳାଇଛି। ଏହି ସବୁ ଯୋଗୁ ତାଙ୍କୁ ଅସାମାଜିକ ବ୍ୟକ୍ତିମାନେ ଟାର୍ଗେଟ କରିଥିବା ସନ୍ଦେହ କରାଯାଉଛି ବୋଲି ବରିଷ୍ଠ ଆଇନଜୀବୀ ଉଦୟନାଥ ସାହୁ କହିଛନ୍ତି। ଯାଜପୁର ଏସ୍‌ପି ରାହୁଲ ପି.ଆର୍‌. ଘଟଣାସ୍ଥଳକୁ ଯାଇ ତଦନ୍ତ ପ୍ରକ୍ରିୟାକୁ ଜୋରଦାର କରିଛନ୍ତି। ଅପରପକ୍ଷରେ ଏହି ଘଟଣାକୁ ଭାଜପା ପକ୍ଷରୁ ନିନ୍ଦା କରାଯିବା ସହ ପୋଲିସ ମହାନିର୍ଦ୍ଦେଶକ ହସ୍ତକ୍ଷେପ କରନ୍ତୁ ବୋଲି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…

କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri