କଟକଣା ମଧ୍ୟରେ ହୋଲି ମନାଇଲେ କଟକବାସୀ

କଟକ ଅଫିସ,୨୯।୩: ଭାଇଚାରାର ସହର କଟକରେ ସୋମବାର ରଙ୍ଗର ପର୍ବ ହୋଲି ପାଳିତ ହୋଇଯାଇଛି। ଚଳିତ ବର୍ଷ କରୋନା କଟକଣା ହୋଲିକୁ ଫିକା କରିଦେଇଛି। ଲୋକେ ଘରେ ରହି ହୋଲି ମନାଇଛନ୍ତି। ଛୋଟରୁ ବଡ ସଭିଏଁ ରଙ୍ଗ ଅବିରରେ ରଙ୍ଗେଇ ହୋଇଛନ୍ତି। ତେବେ ହୋଲି ଯୋଗୁ କରୋନା ସଂକ୍ରମଣ ବଢ଼ିବା ଆଶଙ୍କାରେ ରାଜ୍ୟ ସରକାର ଏହାକୁ ନଜରରେ ରଖି ବିଭିନ୍ନ କଟକଣା ଜାରି କରିଥିଲେ। ବିଶେଷକରି ସହରର ଜନଗହଳିପୂର୍ଣ୍ଣ ସ୍ଥାନରେ କଟକଣା କଡ଼ାକଡି କରାଯାଇଛି। ସହରବାସୀ ପ୍ରଶାସନର କଟକଣାକୁ ମାନି ଘରେ ରହି ହୋଲି ଖେଳିଥିଲେ। ଫଳରେ ରାସ୍ତାଘାଟ ଖାଁ ଖାଁ ରହିଥିଲା। ଏଥିସହ କେତେକ ଛକରେ ଅମାନିଆଙ୍କୁ ପୋଲିସ କାବୁ କରିଥିବା ଦେଖିବାକୁ ମିଳିଥିଲା ।
ହୋଲିକୁ ଦୃଷ୍ଟିରେ ରଖି କଟକ ଡିସିପି କହିଛନ୍ତି, ହୋଲି ପାଇଁ ସହରରେ ୧୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି । ସହରର ଗଳିକନ୍ଦିରେ ପିସିଆର୍‌ ଭ୍ୟାନ୍‌ ଏବଂ ବାଇକ୍‌ ପାଟ୍ରୋଲିଂ କରାଯାଉଛି। ସହରର ଗୁରୁତ୍ୱପୂର୍ଣ୍ଣ ଛକଗୁଡିକରେ ପୋଲିସ ଫୋର୍ସ ମୁତୟନ କରାଯାଇଛି। ରାଜରାସ୍ତାରେ ହୋଲି ଖେଳିଲେ ପୋଲିସ ପକ୍ଷରୁ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଡିସିପି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ

ବାରଙ୍ଗ,୨୯।୪(ଲିଙ୍ଗରାଜ ରାଉତ): ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ସୋମବାର ଅପରାହ୍ନରେ ଜଣେ ଯୁବକ ଉତ୍ପାତ କରି କମ୍ପ୍ୟୁଟର, ଝରକାକାଚ, ଟେବୁଲ ଓ ଅନ୍ୟାନ୍ୟ ସାମଗ୍ରୀ ଭାଙ୍ଗିବା ସହ...

ପହଞ୍ଚିଲେ ନିର୍ବାଚନୀ ଖର୍ଚ୍ଚ ପର୍ଯ୍ୟବେକ୍ଷକ

କଟକ,୨୯ା୪(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ କଟକ ଜିଲାରେ ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୋମବାର ପହଞ୍ଚିଛନ୍ତି। ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ  ସୁରେଶ...

ପଞ୍ଜୀକରଣର ୧୦୦ ମିନିଟ୍‌ ମଧ୍ୟରେ ହେବ କାର୍ଯ୍ୟାନୁଷ୍ଠାନ

କଟକ,୨୯ା୪(କାର୍ତ୍ତିକ ସାହୁ): ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ସମ୍ବନ୍ଧିତ ଅଭିଯୋଗ ଦାଖଲ ପାଇଁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ୨୪ ଘଣ୍ଟିଆ ସମନ୍ବିତ କଣ୍ଟ୍ରୋଲ ରୁମ୍‌...

ଭାଜପା ଛାଡିବା ଖବରକୁ ଖଣ୍ଡନ କଲେ ନୀତେଶ, କହିଲେ ମୋ ଆକାଉଣ୍ଟ…

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ତେବେ ଏଭଳି ଏକ ଖବରକୁ ଖଣ୍ଡନ କରିଛନ୍ତି ନୀତେଶ। ସେ କହିଛନ୍ତି, ତାଙ୍କ ଫେସବୁକ୍‌ ଆକାଉଣ୍ଟ...

ଆତ୍ମସମର୍ପଣ କଲେ ୨୩ ମାଓବାଦୀ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡାରେ ସୋମବାର ୨୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଲୋନ୍‌ ଭାରାଟୁ ଅଭିଯାନରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା...

ଆସନ୍ତା ୨ରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ

ଭୁବନେଶ୍ୱର,୨୯।୪: ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨ ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ। ଏଥିସହ...

ଭାଜପାରୁ ଇସ୍ତଫା ଦେଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ସୋମବାର ନୀତେଶ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଏମ୍‌ପି...

ବିଜେଡିରେ ଯୋଗ ଦେଲେ ପୂର୍ବତନ କଂଗ୍ରେସ ଜିଲା କାର୍ଯ୍ୟକାରୀ ସଭାପତି

କେନ୍ଦୁଝର,୨୯।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କଂଗ୍ରେସ ପୂର୍ବତନ ଜିଲା କାର୍ଯ୍ୟକାରୀ ସଭାପତି ରତିକାନ୍ତ ବାରାଲ ବିଧିବଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ସେ ପୂର୍ବରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri