Posted inଜାତୀୟ

ଆଇଆଇଏମ୍‌ ଅହମଦାବାଦରେ ୭୦ କରୋନା ସଂକ୍ରମିତ ଚିହ୍ନଟ

ଅହମଦାବାଦ,୩୦।୩: ଦେଶରେ ପୁଣି କରୋନା ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୦ ହଜାରରୁ ଊର୍ଦ୍ଧ୍ୱ ରହୁଛି। ଏସବୁ ଭିତରେ ଆଇଆଇଏମ୍‌ ଅହମଦାବାଦରେ ୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୁଜୁରାଟର ଅହମ୍ମଦାବାଦ ପୌରପାଳିକାର ଡେପୁଟି ହେଲଥ ଅଫିସର ଡକ୍ଟର ମେହୁଲ ଆଚାର୍ଯ୍ୟ କହିଛନ୍ତି ଯେ, ସହରରେ ଥିବା ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ମ୍ୟାନେଜମେଣ୍ଟ (ଆଇଆଇଏମ) ରେ କରୋନା ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୭୦କୁ ବୃଦ୍ଧି ପାଇଛି। ସୂଚନାଯୋଗ୍ୟ, ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ମହାରାଷ୍ଟ୍ର, ପଞ୍ଜାବ, କେରଳ, କର୍ନଟକ, ଛତିଶଗଡ ଏବଂ ଗୁଜରାଟର ୬ଟି ରାଜ୍ୟରୁ ୮୦ ପ୍ରତିଶତ ନୂତନ କରୋନା ମାମଲା ଆସିଛି। ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣର ୫୬,୨୦୦ଟି ମାମଲା ସାମ୍ନାକୁ ଆସିଥିବାବେଳେ ୨୭୧ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ଏକ କୋଟି ୨୦ ଲକ୍ଷ ୯୫ ହଜାର ୮୫୫କୁ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

ତିନି ଦିନ ପରେ ପୁଣି ଫେରିଲା ହାଡ଼ଭଙ୍ଗା ଶୀତ: ଜି.ଉଦୟଗିରିରେ ୩.୫ ଡିଗ୍ରୀ ତାପମାତ୍ରା

ଜି.ଉଦୟଗିରି,୨୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଓଡ଼ିଶାର ସବୁଠାରୁ ଶୀତ ପ୍ରବଣ ଅଞ୍ଚଳ ଜି.ଉଦୟଗିରିରେ ୨/୩ ଦିନ ଶୀତ ଲୁଚକାଳି ଖେଳୁଥିବା ବେଳେ ହଠାତ୍‌ ଶନିବାର ଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri