Posted inଖେଳ

ଆଇପିଏଲ୍‌: ପନ୍ତ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ

ନୂଆଦିଲ୍ଲୀ,୩୧।୩(ପି.ଟି.): ଆସନ୍ତା ୯ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୪ତମ ସଂସ୍କରଣ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସର ନେତୃତ୍ୱରେ ପରିବର୍ତ୍ତନ କରାଯାଇଛି। ନିୟମିତ ଅଧିନାୟକ ଶ୍ରେୟାସ ଆୟାର ଇଞ୍ଜୁରି କାରଣରୁ ଦଳରୁ ବାଦ୍‌ ପଡିବା ପରେ ମଙ୍ଗଳବାର ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କୁ ଅଧିନାୟକ ନିଯୁକ୍ତ କରାଯାଇଛି।
ଗତ ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଆୟାର ଫିଲ୍ଡିଂ କରୁଥିବା ବେଳେ କାନ୍ଧରେ ଆଘାତ ପାଇଥିଲେ। ଫଳରେ ସିରିଜ ସମେତ ସେ ଆଇପିଏଲ୍‌ରୁ ମଧ୍ୟ ବାଦ୍‌ ପଡିଥିଲେ। ଆୟାରଙ୍କ ନେତୃତ୍ୱରେ ଦିଲ୍ଲୀ ଗତ ସଂସ୍କରଣରେ ଫାଇନାଲରେ ପ୍ରବେଶ କରିଥିଲା ଓ ଫାଇନାଲରେ ମୁମ୍ବାଇ ଇଣ୍ଡିଆନ୍ସଠାରୁ ପରାସ୍ତ ହୋଇ ରନର୍ସଅପ ହୋଇଥିଲା। ଏବେ ତାଙ୍କ ଅନୁପସ୍ଥିତିରେ ପନ୍ତଙ୍କୁ ନେତୃତ୍ୱ ପ୍ରଦାନ କରାଯାଇଛି ବୋଲି ଦିଲ୍ଲୀ କ୍ୟାପିଟାଲ୍ସ ଅଧ୍ୟକ୍ଷ ତଥା ଅନ୍ୟତମ ମାଲିକ କିରଣ କୁମାର ଗାନ୍ଧୀ କହିଛନ୍ତି। ଆଇପିଏଲରେ ୨୩ ବର୍ଷୀୟ ପନ୍ତ ପ୍ରଥମଥର ପାଇଁ ନେତୃତ୍ୱ ନେବାର ସୁଯୋଗ ପାଇବେ। ତେବେ ପୂର୍ବରୁ ସେ ଦିଲ୍ଲୀ ରାଜ୍ୟ ଦଳର ନେତୃତ୍ୱ ନେଇଛନ୍ତି। ଦିଲ୍ଲୀରେ ମୋ ପିଲା ବେଳ କଟିଛି ଓ ଗତ ୬ ବର୍ଷ ହେବ ଦିଲ୍ଲୀ ପାଇଁ ଆଇପିଏଲ୍‌ ଖେଳି ଆସୁଛି। ତେଣୁ ଏହି ଦଳରେ ନେତୃତ୍ୱ ନେବାର ସୁଯୋଗ ପାଇ ନିଜକୁ ଧନ୍ୟ ମନେକରୁଛି ବୋଲି ପନ୍ତ କହିଛନ୍ତି। ଦିଲ୍ଲୀର ନେତୃତ୍ୱ ନେବାକୁ ପନ୍ତ ଉପଯୁକ୍ତ ଖେଳାଳି ବୋଲି ଆୟାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମାତ୍ର ୨୦ ବର୍ଷ ବୟସରେ ଦୁନିଆରୁ ବିଦାୟ ନେଲେ ଏହି ଘାତକ ସ୍ପିନର୍‌: ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ନେଇଥିଲେ ୩ ଉଇକେଟ୍‌

ଲଣ୍ଡନ,୩।୫: ଇଂଲଣ୍ଡ କ୍ରିକେଟର ଜୋଶ ବେକର ମାତ୍ର ୨୦ ବର୍ଷ ବୟସରେ ଦୁନିଆରୁ ବିଦାୟ ନେଇଛନ୍ତି। କାଉଣ୍ଟି କ୍ରିକେଟରେ ୱର୍କେଷ୍ଟେଶାୟାର୍‌ ପାଇଁ ବେକର୍‌ ଖେଳିଥିଲେ। ମୃତ୍ୟୁର...

ଶେଷ ୩ ଓଭରରେ ଥିଲା ମାତ୍ର ୨୭ ରନ୍‌: ବିଶ୍ୱକପ୍‌ ଦଳରେ ଚୟନ ହୋଇ ନ ଥିବା ବୋଲର୍‌ ପଲଟାଇଦେଲେ ବାଜି

ନୂଆଦିଲ୍ଲୀ,୩।୫: ଆଇପିଏଲ ୨୦୨୪ର ୫୦ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ରାଜସ୍ଥାନ ରୟାଲ୍ସକୁ ୧-୦ରେ ପରାସ୍ତ କରିଛି। ଜିତିବା ପାଇଁ ୨୦୨ ରନ୍‌ର ଟାର୍ଗେଟକୁ ପିଛା କରି...

ରାଜସ୍ଥାନ ହାତରୁ ମ୍ୟାଚ୍‌ ଛଡାଇ ଆଣିଲା ହାଇଦ୍ରାବାଦ

ହାଇଦ୍ରାବାଦ,୩ା୫: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଗୁରୁବାର ରାଜସ୍ଥାନ ରୟାଲ୍ସ ବିପକ୍ଷରେ ୧ ରନ୍‌ର ରୋମାଞ୍ଚକ ବିଜୟ ହାସଲ କରିଛି ସନ୍‌ରାଇଜର୍ସ ହାଇଦ୍ରାବାଦ। ପ୍ରଥମେ ବ୍ୟାଟିଂ...

ଜଲଓ୍ବା ଦେଖାଇଲେ ୨୦ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୩।୫: ଆଇପିଏଲ ୨୦୨୪ର ୫୦ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସକୁ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ୧ ରନ୍‌ରେ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ପ୍ରଥମେ ବ୍ୟାଟିଂ...

ବାଂଲାଦେଶକୁ ହରାଇଲା ଭାରତ

ସିଲ୍‌ହେଟ୍‌,୨ା୫:ବାଂଲାଦେଶ ବିପକ୍ଷ ତୃତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ୭ଉଇକେଟରେ ବିଜୟ ହାସଲ କରିଛି। ଏଥିସହିତ ଦୁଇ ଦଳ ମଧ୍ୟରେ ଚାଲିଥିବା ୫ ମ୍ୟାଚ...

ଟି୨୦ ବିଶ୍ୱକପ ଦଳ ଚୟନକୁ ସମର୍ଥନ କଲେ ରୋହିତ

ମୁମ୍ବାଇ,୨ା୫: ଟି୨୦ କ୍ରିକେଟ ବିଶ୍ୱକପ ପାଇଁ ଦଳ ଚୟନକୁ ସମର୍ଥନ କରିଛନ୍ତି ଭାରତୀୟ ଅଧିନାୟକ ରୋହିତ ଶର୍ମା। ଗୁରବାର ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା...

କାହିଁକି ଟି-୨୦ ବିଶ୍ୱକପ ଦଳରେ ରାହୁଲଙ୍କୁ ମିଳିଲାନି ସ୍ଥାନ, କାରଣ କହିଲେ ଅଜିତ ଅଗରକର

ମୁମ୍ବାଇ,୨ା୫: ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଖେଳାଯିବାକୁ ଥିବା ଟି-୨୦ ବିଶ୍ୱକପ ପାଇନଭର୍ଟ ୧୫ ଜଣିଆ ଦଳ ଘୋଷଣା କରିଛି। ଏଥିରେ ପ୍ରାରମ୍ଭିକ ବ୍ୟାଟର ତଥା ୱିକେଟ୍...

ଏହି ଫଟୋ ଶେୟାର କରି କପିରାଇଟ୍‌ ଲଗାଇବାକୁ ଏକ୍ସ ମାଲିକଙ୍କୁ ଦାବି କଲେ ଚହଲ: ଜାଣନ୍ତୁ କାହିଁକି

ନୂଆଦିଲ୍ଲ,୨।୫: ୟୁଜଭେନ୍ଦ୍ର ଚହଲ ଆଇପିଏଲ ୨୦୨୪ରେ ଭଲ ବୋଲିଂ ପ୍ରଦର୍ଶନ କରୁଛନ୍ତି। ସେ ଟି-୨୦ ବିଶ୍ୱକପ ୨୦୨୪ରେ ଚୟନ ଆକାରରେ ତାଙ୍କର ଭଲ ବୋଲିଂ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri