Posted inଖେଳ

ଆଇପିଏଲରେ ଏହି ଦଳ ପାଇଁ ଖେଳିବେ ଜାସନ ରୟ

ନୂଆଦିଲ୍ଲୀ, ୩୧।୩: ଇଂଲଣ୍ଡ ଓପନର ଜାସନ ରୟଙ୍କୁ ବୁଧବାର ଦଳରେ ସାମିଲ କରିଛି ଆଇପିଏଲ ଫ୍ରାଞ୍ଚାଇଜ ସନରାଇଜର୍ସ ହାଇଦ୍ରାବାଦ। ତାଙ୍କୁ ଅଷ୍ଟ୍ରେଲିଆନ ଖେଳାଳି ମିଚେଲ ମାର୍ଶଙ୍କ ବଦଳରେ ମିଳିଛି ଆଇପିଏଲ କଣ୍ଟ୍ରାକ୍ଟ। ବ୍ୟକ୍ତିଗତ କାରଣ ଯୋଗୁ ଏହି ଅଲରାଉଣ୍ଡର ଆସନ୍ତା ୯ ତାରିଖରୁ ଆରମ୍ଭ ହେବାକୁ ଥିବା ଆଇପିଏଲ-୧୪ରୁ ଓହରି ଯାଇଛନ୍ତି।

ଉଲ୍ଲେଖଥାଉ କି, ୨୦୨୦ ସଂସ୍କରଣର ପ୍ରଥମ ମ୍ୟାଚ୍‌ରେ ମାର୍ଶ ଆହତ ହୋଇଥିଲେ। ଏଥିଯୋଗୁ ବାଦ୍‌ ପଡ଼ିଥିଲେ ପୂରା ସିଜନରୁ। ତେବେ ଜାସନଙ୍କ ନିକଟରେ ଆଇପିଏଲରେ ଖେଳିବାର ଅଭିଜ୍ଞତା ରହିଛି। ସେ ୨୦୧୭ରେ ଗୁଜରାଟ ଲାୟନ୍ସ ପାଇଁ ଆଇପିଏଲରେ ପଦାର୍ପଣ କରିଥିଲେ। ଏହାର ପର ସଂସ୍କରଣରେ ସେ ଖେଳିଥିଲେ ଦିଲ୍ଲୀ ଡେୟାରଡେଭିଲ୍ସ (ଏବେ ଦିଲ୍ଲୀ କ୍ୟାପିଟାଲ୍ସ) ପାଇଁ। ମୋଟ ୮ ମ୍ୟାଚ୍‌ ଖେଳିଥିବା ଇଂଲଣ୍ଡ ବ୍ୟାଟ୍ସମ୍ୟାନଙ୍କ ନାମରେ ରହିଛି ଗୋଟିଏ ଅର୍ଦ୍ଧଶତକ ସହ ୧୭୯ ରନ୍‌ । ନିକଟରେ ଶେଷ ହୋଇଥିବା ଭାରତ ବିପକ୍ଷ ଦିନିକିଆ ଓ ଟି୨୦ ସିରିଜ୍‌ରେ ଜାସନଙ୍କ ବ୍ୟାଟରୁ ଦେଖିବାକୁ ମିଳିଥିଲା କିଛି ଚମତ୍କାର ଇନିଂସ। ସନରାଇଜର୍ସ ହାଇଦ୍ରାବାଦ୍‌ ଜାସନଙ୍କୁ ୨ କୋଟି ଟଙ୍କାର ବେସ ପ୍ରାଇସରେ ଦଳରେ ସାମିଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri