୩୩ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ଭଦ୍ରକ ଅଫିସ,୩୧।୩: ଭଦ୍ରକରୁ ପୁଣି ବିପୁଳ ପରିମାଣର ବ୍ରାଉନସୁଗାର ଜବତ କରାଯାଇଛି। ମଙ୍ଗଳବାର ରାତିରେ ଭଦ୍ରକ-ଚାନ୍ଦବାଲି ରାସ୍ତା କାରମେଲ ସ୍କୁଲ ନିକଟରୁ ପୁରୁଣାବଜାର ଥାନା ପୋଲିସ ଜଣେ ବ୍ୟବସାୟୀଙ୍କୁ ଗିରଫ କରିବା ସହ ତାଙ୍କ ପାଖରୁ ୩୩୦ ଗ୍ରାମର ବ୍ରାଉନସୁଗାର ଜବତ କରିଛି। ଗିରଫ ବ୍ୟବସାୟୀ ହେଲେ ବାସୁଦେବପୁର ଥାନା କୁସୁଣିବିନ୍ଧାର ମନୋରଞ୍ଜନ ମଲିକ। ଏ ନେଇ ଥାନାରେ ଏକ ମାମଲା (ନଂ. ୧୧୬/୨୧) ରୁଜୁ ହୋଇଛି। ମନୋରଞ୍ଜନ ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳରୁ ବ୍ରାଉନସୁଗାର ଆଣି ଭଦ୍ରକରେ ଦୀର୍ଘ ଦିନ ଧରି ବ୍ୟବସାୟ କରି ଆସୁଥିଲେ। ପୁରୁଣାବଜାର ଥାନା ଅଧିକାରୀ ଗଣେଶ୍ୱର ପ୍ରଧାନଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର ଟିମ୍‌ କାରମେଲ ସ୍କୁଲ ନିକଟରୁ ତାଙ୍କୁ କାବୁ କରିଥିଲା। ବ୍ରାଉନସୁଗାର ସହ ଏକ ବାଇକ୍‌ ପୋଲିସ ଜବତ କରିଛି। ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୩୩ ଲକ୍ଷ ଟଙ୍କା ହେବ ବୋଲି ଏସ୍‌ଡିପିଓ ସାର୍ଥକ ରାୟ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଚଣ୍ଡ ଖରାକୁ ଖାତିର ନ କରି ପ୍ରଚାର ମଇଦାନରେ ପ୍ରାର୍ଥିନୀ

କେସିଙ୍ଗା,୨୮ା୪(ତୁମେଶ୍ୱର ସାହୁ): ସମଗ୍ର କେସିଙ୍ଗା ଅଞ୍ଚଳରେ କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏପରିକି ତାପମାତ୍ରା ୪୦ରୁ ୪୫ ଡିଗ୍ରୀରୁ ଅଧିକ ରହିଥିବାରୁ ଅଞ୍ଚଳବାସୀ...

ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…

ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ।...

ଟ୍ରକ୍‌ ପଛରେ ପିଟିହେଲା ବସ୍‌: ଡ୍ରାଇଭର, ହେଲପର ମୃତ

ସୋନପୁର,୨୮ା୪(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ପ୍ରଧାନ ନାମକ ଯାତ୍ରୀବାହୀ...

କାହାକୁ ଟାର୍ଗେଟ କଲେ ଦୀପାଳି ଦାସ, କହିଲେ ସିଜନାଲ ପକ୍ଷୀ…

ଭୁବନେଶ୍ୱର,୨୮।୪: ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଲାଇକେରା ଠାରେ ବିଜେଡିର ମହିଳା ସମାବେଶ କରିଛନ୍ତି ଦୀପାଳି ଦାସ । ଏଥିରେ ଝାରସୁଗୁଡା ବିଧାୟିକା ପ୍ରାର୍ଥୀ ଦୀପାଳି ବିରୋଧୀଙ୍କୁ...

ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଆଇଏଫ୍ଏ ବଟିକା

ଭୁବନେଶ୍ୱର, ୨୭।୪: ଖରା ଛୁଟିରେ ଛାତ୍ରଛାତ୍ରୀଙ୍କୁ ଆଇରନ୍ ଓ ଫଲିକ୍ ଏସିଡ୍ (ଆଇଏଫ୍ଏ) ବଟିକା ବାଣ୍ଟିବେ ଶିକ୍ଷକ ଶିକ୍ଷୟିତ୍ରୀ। ଆନେମିଆ (ରକ୍ତହୀନତା) ମୁକ୍ତ ଲକ୍ଷ୍ୟ ଅଭିଯାନ...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଓଡ଼ିଶାରେ ଆସି ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ବିମାନ ଯୋଗେ ରାହୁଲ ଦିଲ୍ଲୀରୁ ଆସି ଆଜି ଭୁବନେଶ୍ୱର ବିମାନବନ୍ଦରରେ...

ପୁରୀ ଷ୍ଟେଶନରେ ବଡ଼ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ କୋଠା, ଶ୍ରମିକ ଫସି ରହିଥିବା ଆଶଙ୍କା

ପୁରୀ,୨୮।୪: ପୁରୀ ରେଲୱେ ଷ୍ଟେସନରେ ଘଟିଯାଇଛି ବଡ଼ ଅଘଟଣ। ନିର୍ମାଣାଧୀନ କୋଠାର ଛାତ ଭୁଶୁଡି ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ଜିଲା...

ଟ୍ବିନ୍‌ ସିଟିକୁ ରେଡ୍‌ ଆଲର୍ଟ

ଭୁବନେଶ୍ୱର,୨୮ା୪(ଅସମାପିକା ସାହୁ): ତାତିରେ ସିଝୁଛି ସାରା ଓଡ଼ିଶା। ରାଜ୍ୟବାସୀଙ୍କୁ କଲବଲ କରୁଛି ଅସହ୍ୟ ତାତି । ସ୍ଥିତି ଏମିତି ହେଲାଣି ଯେ, ବାହାରକୁ ବି ବାହାରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri