୭ ହଜାର ଟଙ୍କା ଲାଞ୍ଚ ନେଇ ବନ୍ଧା ହେଲେ ମେଡିକାଲ ଅଧିକାରୀ

ଫୁଲବାଣୀ ଅଫିସ,୩୧।୩: କନ୍ଧମାଳ ଜିଲା ଫିରିଙ୍ଗିଆ ମେଡିକାଲର ଜନସ୍ବାସ୍ଥ୍ୟ ଅଧିକାରୀ ଡା. ନିଶିତ ନିଶାନ୍ତ ମାଲୁ ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ମେଡିକାଲରେ କାର୍ଯ୍ୟରତ ପୁରୁଷ ବହୁମୁଖୀ ସ୍ବାସ୍ଥ୍ୟକର୍ମୀ ବେଣୁପାଣି ଦିଗାଲଙ୍କ ବକେୟା ପ୍ରାପ୍ୟ ଅନୁମୋଦନ କରିବାକୁ ସେ ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ି ଗିରଫ ହୋଇଛନ୍ତି। ଏ ନେଇ ଭିଜିଲାନ୍ସ ପକ୍ଷରୁ ନଂ.୭/୨୧ରେ ମାମଲା ରୁଜୁ ହୋଇଛି। ଜାମିନ୍‌ ନାମଞ୍ଜୁର ହେବାରୁ ଡା.ମାଲୁଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି।
ପୁରୁଷ ବହୁମୁଖୀ ସ୍ବାସ୍ଥ୍ୟକର୍ମୀ ବେଣୁପାଣିଙ୍କର ଟିଏ ଏବଂ ଆର୍‌ସିଏମ୍‌ ବାବଦରେ ୪୧ ହଜାର ଟଙ୍କା ବକେୟା ପ୍ରାପ୍ୟ ପାଇବାକୁ ଥିଲା। ଏହି ଟଙ୍କା ପାଇଁ ଫାଇଲରେ ଦସ୍ତଖତ କରିବା ନିମନ୍ତେ ସେ ଡା.ମାଲୁଙ୍କୁ ନିବେଦନ କରିଥିଲେ। ହେଲେ ଗତ ୧୦ ତାରିଖରେ ଡା.ମାଲୁ ଏନେଇ ୭ ହଜାର ଟଙ୍କା ଦାବି କରିଥିଲେ। ଟଙ୍କା ନ ଥିବା ବେଣୁପାଣି କହିଥିଲେ। ଡା.ମାଲୁ ୩୧ ତାରିଖରେ ଟଙ୍କା ଦେବାକୁ କହିଥିଲେ। ଏ ନେଇ ବେଣୁପାଣି ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ। ଯୋଜନା ମୁତାବକ ଡା.ମାଲୁଙ୍କୁ ତାଙ୍କ କ୍ୱାର୍ଟର୍ସରେ ବେଣୁପାଣି ଟଙ୍କା ଦେଇଥିଲେ। ଏହି ସମୟରେ ପ୍ରସ୍ତୁତ ଥିବା ଭିଜିଲାନ୍ସ ଡିଏସ୍‌ପି ଅରୁଣ ନାୟକଙ୍କ ନେତୃତ୍ୱରେ କର୍ମଚାରୀମାନେ ପହଞ୍ଚି ତାଙ୍କୁ ଧରିବା ସହ କେମିକାଲ ବୋଳା ଟଙ୍କା ଜବତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ପ୍ରାର୍ଥୀପତ୍ର ଦାଖଲ କରିବେ ଧର୍ମେନ୍ଦ୍ର, ଅପରାଜିତା,ମନ୍ମଥ, ଅରୁପ

ଭୁବନେଶ୍ୱର,୨।୫: ଲୋକ ସଭା ନିର୍ବାଚନ ପାଇଁ ଗୁରୁବାର ୪ ହେଭିଓ୍ବେଟ ନେତା ପ୍ରାର୍ଥିପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ଏମାନଙ୍କ ମଧ୍ୟରେ ଅଛନ୍ତି ଭୁବନେଶ୍ୱର ଲୋକ...

ଦ୍ୱିତୀୟ ନିର୍ବାଚନ କ୍ଷେତ୍ର କଣ୍ଟାବାଞ୍ଜିରୁ ପ୍ରାର୍ଥିପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟାକ ଗୁରୁବାର କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ପ୍ରାଥିପତ୍ର ଦାଖଲ କରିବେ ବୋଲି ଖବର ରହିଛି। ଏହା ନବୀନଙ୍କ ଦ୍ୱିତୀୟ ନିର୍ବାଚନ କ୍ଷେତ୍ର।...

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri