Posted inଖେଳ

ସ୍ପିନ୍‌ ବିଭାଗକୁ ଶକ୍ତିଶାଳୀ କରିବେ ହରଭଜନ: ମୋର୍ଗାନ

କୋଲକାତା,୩୧।୩: ଅଭିଜ୍ଞ ଅଫ୍‌ ସ୍ପିନର ହରଭଜନ ସିଂ ଏଥର କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ତରଫରୁ ଖେଳିବାକୁ ଯାଉଛନ୍ତି। ହରଭଜନ ସାମିଲ ହେବା ପରେ ଦଳର ସ୍ପିନ ବିଭାଗ ବେଶ୍‌ ଶକ୍ତିଶାଳୀ ହୋଇପାରିବ ବୋଲି କେକେଆର ଅଧିନାୟକ ଇଅନ ମୋର୍ଗାନ କହିଛନ୍ତି। ଚେନ୍ନାଇର ସ୍ପିନ୍‌ ଉଇକେଟରେ ସେ ଉପଯୋଗୀ ସାବ୍ୟସ୍ତ ହେବେ। ୪୦ ବର୍ଷୀୟ ହରଭଜନ ଗତ ସଂସ୍କରଣରେ ଅଂଶଗ୍ରହଣ କରି ନ ଥିଲେ। ତାଙ୍କୁ ୨ କୋଟି ଟଙ୍କା ବିନିମୟରେ କେକେଆର କ୍ରୟ କରିଛି। ନିଲାମ ପକ୍ରିୟାରେ ସେ ପ୍ରଥମ ରାଉଣ୍ଡରେ ଅଣଦେଖାର ଶିକାର ହୋଇଥିଲେ। ହରଭଜନଙ୍କ ସହ କେକେଆର ସ୍ପିନ ବିଭାଗରେ ସୁନୀଲ ନାରିନ, ଶାକିବ ଅଲ ହାସନ, କୁଲଦୀପ ଯାଦବ ଓ ବରୁଣ ଚକ୍ରବର୍ତ୍ତୀ ରହିଛନ୍ତି। ଆଇପିଏଲ୍‌ରେ ଆମେ ସ୍ପିନ ବିଭାଗ ଶ୍ରେଷ୍ଠ ସାବ୍ୟସ୍ତ ହେବ ବୋଲି ମୋର୍ଗାନ ଆଶା ପ୍ରକାଶ କରି କହିଛନ୍ତି। ଚେନ୍ନାଇରେ କେକେଆର ପ୍ରଥମ ୧୦ଟି ମ୍ୟାଚ୍‌ ଖେଳାଯିବ। ସ୍ପିନରଙ୍କ ପ୍ରଦର୍ଶନ ବଳରେ ଆମେ ପୁଣି ଥରେ ଚାମ୍ପିୟନ ହେବୁ। ଦଳର ମିଡଲ ଅର୍ଡର ବେଶ୍‌ ଦୃଢ ରହିଛି। ସୁନୀଲ ନାରିନ ଓ ଦୀନେଶ କାର୍ତ୍ତିକଙ୍କୁ ପ୍ରମୋଟ କରିବାର ବିକଳ୍ପ ମଧ୍ୟ ରହିଛି ବୋଲି ମୋର୍ଗାନ କହିଛନ୍ତି। ଗତ ସଂସ୍କରଣରେ କେକେଆର କ୍ରମାଗତ ଦ୍ୱିତୀୟ ଥର ପାଇଁ ପ୍ଲେଅଫ୍‌ରେ ସ୍ଥାନ ହାସଲ କରିପାରି ନ ଥିଲା। ଦଳରେ ଶାକିବ ଓ ବେନ୍‌ କଟିଂଙ୍କ ଭଳି ବିଦେଶୀ ଖେଳାଳି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri