୪୭ ସ୍ଥାନରେ ଜଳୁଛି ଶିମିଳିପାଳ

ବାରିପଦା ଅଫିସ,୧ା୪:ମୟୂରଭଞ୍ଜ ଜିଲାକୁ ଘେରି ରହିଥିବା ଜୈବମଣ୍ଡଳ ଶିମିଳିପାଳ ଅଭୟାରଣ୍ୟରେ ନିଅଁା ଜଳୁଛି। ବୁଧବାର ଶିମିଳିପାଳ ଦକ୍ଷିଣ ଡିଭିଜନର ୪୭ଟି ସ୍ଥାନରେ ନିଆଁ ଲାଗିଥିବା ସାଟେଲାଇଟରୁ ପ୍ରାପ୍ତ ତଥ୍ୟରୁ ଜଣାପଡ଼ିଛି। ଡ଼ହଡ଼ହ ଖରା ସହିତ ନିଅଁାର ପ୍ରକୋପରେ ଜୀବଜନ୍ତୁ ଓ ଜନଜୀବନ ଦୁର୍ବିସହ ହୋଇପଡ଼ିଛି। କିଛି ଦିନ ତଳେ ଅଭୟାରଣ୍ୟରେ ଲାଗିଥିବା ନିଅଁାକୁ ଲିଭାଇ ଦିଆଯାଇଥିବା ବେଳେ ପୁଣି ଥରେ ଜଙ୍ଗଲ ଜଳିବା ପରିବେଶ ପ୍ରେମୀଙ୍କୁ ବ୍ୟଥିତ କରିଛି।
ଗତ ୨ ଦିନ ହେଲା ଜିଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିବା ବେଳେ ଶିମିଳିପାଳ ନିଅଁାର ତାତି ଜୀବଜଗତକୁ ଅସ୍ତବ୍ୟସ୍ତ କରି ପକାଉଛି। ଅଭୟାରଣ୍ୟର ଦକ୍ଷିଣରେ ଥିବା ଜେନାବିଲ, ନଅଣା ଉତ୍ତର ଓ ଦକ୍ଷିଣରେ ଥିବା ପୋଡ଼ାଡ଼ିହା, ପିଠାବଟା ଏବଂ ଉତ୍ତରରେ ଥିବା ରେଞ୍ଜ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପଗୁଡ଼ିକରେ ନିଅଁା ଜଳୁଥିବା ରିପୋର୍ଟ
ପ୍ରକାଶ ପାଇଛି। ସେହିପରି ବାରିପଦା, ରାଇରଙ୍ଗପୁର ଓ କରଞ୍ଜିଆ ବନଖଣ୍ଡ ଅଞ୍ଚଳର ବିଭିନ୍ନ ଜଙ୍ଗଲରେ ମଧ୍ୟ ନିଅଁା ଜଳୁଛି। ନିଅଁାକୁ ଆୟତ୍ତ କରିବା ପାଇଁ ୪ଟି ଓଡ୍ରାଫ୍‌ ଟିମ୍‌ରେ ୫୦ କର୍ମଚାରୀଙ୍କ ସହ ବନକର୍ମଚାରୀମାନେ ନିୟୋଜିତ ଅଛନ୍ତି। ଅତ୍ୟଧିକ ଗରମ ଯୋଗୁ ଜଙ୍ଗଲରେ ନିଅଁା ଲାଗୁଥିବା ବେଳେ୨୦ଟି ସ୍ଥାନରେ ନିଅଁା ଲାଗିଥିବା ନେଇ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ଏମ.ଜଗଜୟାନନ୍ଦ କହିିଛନ୍ତି। ଜଙ୍ଗଲ ନିଅଁା ସାଙ୍ଗକୁ ଆକାଶରୁ ଅଗ୍ନିବୃଷ୍ଟି ହେଉଥିବାରୁ ଜିଲାରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଗ୍ରୀଷ୍ମ ପ୍ରବାହ ଯୋଗୁ ଦିନ ୧୦ଟା ପରଠାରୁ ସହରରେ ଜନସାଧାରଣଙ୍କ ଚଳପ୍ରଚଳ କମୁଥିବା ପରିଲକ୍ଷିତ ହେଉଛି। ଅଂଶୁଘାତରୁ ସୁରକ୍ଷା ଲାଗି ପ୍ରଶାସନ ପକ୍ଷରୁ ଲୋକଙ୍କୁ ବ୍ୟାପକ ସଚେତନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri