ପିଏମ୍‌ଏଓ୍ବାଇ-ବିପିଜିଓ୍ବାଇ ଲୋଗୋ କଳି

ଭୁବନେଶ୍ୱର,୧ା୪(ବ୍ୟୁରୋ):ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ(ପିଏମ୍‌ଏୱାଇ-ଜି)ରେ ବିଜୁ ପକ୍କାଘର ଯୋଜନା (ବିପିଜିୱାଇ) ଲୋଗୋ ଲଗାଯାଉଛି। ଏହା କେନ୍ଦ୍ର ପ୍ରବର୍ତ୍ତିତ ଯୋଜନା। ଏଥିରେ ବିପିଜିଓ୍ବାଇ ଲୋଗୋ ନ ଲଗାଇବାକୁ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କୁ ଚିଠି ଲେଖିଛନ୍ତି। ଏନେଇ ମାର୍ଚ୍ଚ ୧୨ରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ସଚିବ ନଗେନ୍ଦ୍ର ନାଥ ସିହ୍ନା ରାଜ୍ୟ ସରକାରଙ୍କୁ ଚିଠି ଲେଖିଥିବାବେଳେ ମାର୍ଚ୍ଚ ୩୦ରେ ପୁଣି ଏକ ଚିଠି ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଲେଖିଛନ୍ତି। ଏଥିରେ ଉଲ୍ଲେଖ କରାଯାଇଛି ଯେ, ପିଏମ୍‌ଏଓ୍ବାଇ-ଜି ଏକ ଚୁକ୍ତିଭିତ୍ତିକ ଯୋଜନା। ଏଥିରେ ଅନ୍ୟ କୌଣସି ଲୋଗୋ ବ୍ୟବହାର ହୋଇପାରିବ ନାହିଁ। କେବଳ କେନ୍ଦ୍ର ସରକାରଙ୍କ ଲୋଗୋ ବ୍ୟବହାର ପାଇଁ ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ପୂର୍ବରୁ ଜଣାଇ ଦିଆଯାଇଥିଲା। କେନ୍ଦ୍ର ପ୍ରବର୍ତ୍ତିତ ଯୋଜନା କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ରାଜ୍ୟ ସମ୍ବଳରୁ ସର୍ବନିମ୍ନ ଅନୁଦାନ ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି।
ସେହି ସବୁ ଯୋଜନାରେ କୌଣସି ଲୋଗୋ ଲଗାଇବା ରାଜ୍ୟ ସରକାରଙ୍କ ଅଧିକାର ପରିସରଭୁକ୍ତ ନୁହେଁ । ପିଏମ୍‌ଏଓ୍ବାଇ ଯୋଜନାରେ ବିପିଜିଓ୍ବାଇ ଲୋଗୋ ବ୍ୟବହାରକୁ ଅନୁମତି ଦିଆଯାଇନାହିଁ ବୋଲି ଚିଠିରେ ଉଲ୍ଲେଖ ରହିଛି।
ଏହି ପ୍ରସଙ୍ଗରେ ଭାଜପା ସଦସ୍ୟମାନେ ବୁଧବାର ବିଧାନସଭାରେ ହଟ୍ଟଗୋଳ କରିଛନ୍ତି। ରାଜ୍ୟ ସରକାର ନିଜର ରାଜନୈତିକ ଉଦ୍ଦେଶ୍ୟକୁ ହାସଲ କରିବାକୁ ବିପିଜିୱାଇ ଲୋଗୋକୁ ଜାଣିଶୁଣି ପିଏମ୍‌ଏଓ୍ବାଇ ଯୋଜନାରେ ନିର୍ମାଣ ହେଉଥିବା ଘରେ ଲଗାଉଛନ୍ତି ବୋଲି ଭାଜପା ଅଭିଯୋଗ କରିଛି। ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ କହିଲେ, ଭାଜପା ଡିସେମ୍ବରରୁ କହିଆସୁଛି ଯେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବିଜୁ ପକ୍କାଘର ଲୋଗୋ ଲଗା ନ ଯାଉ। ଏହାକୁ ନେଇ ଭାଜପା କର୍ମକର୍ତ୍ତାମାନେ ପଞ୍ଚାୟତ ଘେରାଉ କରିଥିଲେ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଫେବୃୟାରୀ ୧୨ରେ କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀଙ୍କ ନିକଟରେ ଏ ବାବଦରେ ଆଲୋଚନା କରିଥିଲେ। ମନ୍ତ୍ରଣାଳୟ ସଚିବ ନଗେନ୍ଦ୍ର ନାଥ ସିହ୍ନା ଲୋଗୋ ନ ଲଗାଇବାକୁ ଚିଠି ଲେଖିଛନ୍ତି। ଲୋଗୋ ନ ଲଗାଇବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବାକୁ ନାଏକ ଦାବି କରିଥିଲେ। ଅଭିଯୋଗ ସମ୍ପର୍କରେ ଅନୁଧ୍ୟାନ କରିବାକୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri