କବର ଦେବାକୁ ସ୍ଥାନର ଅଭାବ: ପୁରୁଣା କବରସ୍ତାନରୁ ବାହାର କରାଯାଉଛି କଙ୍କାଳ

ବ୍ରାସିଲିଆ,୩।୪: କରୋନା ଆତଙ୍କ ଥମିବାର ନା ଧରୁନି। ଦକ୍ଷିଣ ଆମେରିକାର ବ୍ରାଜିଲରେ କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁ ଘଟୁଥିବା ଲୋକଙ୍କୁ କବର ଦେବାକୁ ସ୍ଥାନର ଅଭାବ ଦେଖାଦେଇଛି। ସ୍ଥାନୀୟ ସାଓ ପାଉଲୋ ସହରରେ ଏଭଳି ସ୍ଥିତି ସୃଷ୍ଟି ହୋଇଛି। ତେଣୁ ପ୍ରଶାସନ ପକ୍ଷରୁ ନୋଓ୍ବା କୈକୋଇରିହ୍ନାରେ ଥିବା ପୁରୁଣା କବରସ୍ତାନର କବରଗୁଡ଼ିକୁ ଖୋଳି କଙ୍କାଳ ବାହାର କରିବାକୁ ନିର୍ଦ୍ଦେଶ ଜାରି ହୋଇଛି। ସେସବୁ କବରରେ କରୋନା ମୃତକଙ୍କୁ କବର ଦିଆଯାଉଛି। କଙ୍କାଳଗୁଡ଼ିକୁ ଏକ କଣ୍ଟେନରରେ ରଖାଯାଉଛି। ପରେ ଏସବୁକୁ ଅନ୍ୟ କବରସ୍ତାନରରେ କବର ଦିଆଯିବ ବୋଲି ସାଓ ପାଉଲୋ ସହରର ମ୍ୟୁନିସପାଲିଟି ପକ୍ଷରୁ ସୂଚନା ଦିଆଯାଇଛି। ଗତ ଏକ ସପ୍ତାହ ମଧ୍ୟରେ ଦେଶରେ ୬୦ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ କରୋନା ଘଟିଛି। କରୋନା ଥମୁ ନ ଥିବାରୁ ଦେଶରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ବିଭିନ୍ନ ହସ୍ପିଟାଲରେ ଆଇସିୟୁରେ ଅକ୍ସିଜେନ୍‌ ସିଲିଣ୍ଡର ପର୍ଯ୍ୟାପ୍ତ ପରିମାଣରେ ମିଳୁ ନ ଥିବା ଅଭିଯୋଗ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନଙ୍କ ବାସଭବନକୁ ୟୁକ୍ରେନର ଡ୍ରୋନ୍ ମାଡ଼; ଏପରି ପ୍ରତିକ୍ରିୟା ଦେଲେ ଜେଲେନସ୍କି

ନୂଆଦିଲ୍ଲୀ,୨୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ୟୁକ୍ରେନ ଡ୍ରୋନ୍ ମାଧ୍ୟମରେ ଆକ୍ରମଣ କରିଥିବା ରୁଷିଆ ଦାବି କରିଛି। ତେବେ ଏହି ଅଭିଯୋଗକୁ ସମ୍ପୂର୍ଣ୍ଣ ମିଥ୍ୟା...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri