ବିଜେଡି, କଂଗ୍ରେସର ଷ୍ଟାର କ୍ୟାମ୍ପେନର ତାଲିକା

ଭୁବନେଶ୍ୱର,୩।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ବିଜେଡି ଓ କଂଗ୍ରେସ ଶୁକ୍ରବାର ନିଜର ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ କରିଛନ୍ତି। ପୂର୍ବରୁ ଭାଜପା ନିଜର ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ କରିସାରିଛି। ବିଜେଡି ଷ୍ଟାର କ୍ୟାମ୍ପେନର ତାଲିକାର ମୁଖ୍ୟ ଆକର୍ଷକ ଭାବେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ରହିଛନ୍ତି। ଏହାସହ ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ୭ ମନ୍ତ୍ରୀ ତଥା ନିରଞ୍ଜନ ପୂଜାରୀ, ଅଶୋକ ଚନ୍ଦ୍ର ପଣ୍ଡା, ସମୀର ରଞ୍ଜନ ଦାଶ, ସୁଶାନ୍ତ ସିଂ, ନବ କିଶୋର ଦାସ, ଟୁକୁନି ସାହୁ ଏବଂ ତୁଷାରକାନ୍ତି ବେହେରାଙ୍କୁ ଏହି ତାଲିକାରେ ରଖାଯାଇଛି। ସେହିପରି ବିଧାୟକ ଦେବୀ ପ୍ରସାଦ ମିଶ୍ର, ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା, ବିଜେଡିର ପୁରୀ ଜିଲା ସଭାପତି ମହେଶ୍ୱର ମହାନ୍ତି, ପୁରୀ ଏମ୍‌ପି ପିନାକୀ ମିଶ୍ର, ରାଜ୍ୟ ସଭା ସଦସ୍ୟ ମୁଜିବୁଲ୍ଲା ଖାନ୍‌, ବିଧାୟିକା ପ୍ରମିଳା ମଲିକ, ସ୍ନେହାଙ୍ଗିନୀ ଛୁରିଆ, ବିଧାୟକ ପ୍ରତାପ ଦେବ, ଅତନୁ ସବ୍ୟସାଚୀ ନାୟକ, ଚନ୍ଦ୍ରସାରଥୀ ବେହେରା, ପ୍ରୀତିରଞ୍ଜନ ଘଡାଇ, ପ୍ରଣବ କୁମାର ବଳବନ୍ତରାୟ, ସୁଧୀର କୁମାର ସାମଲ, ବ୍ୟୋମକେଶ ରାଏ, ଉମାକାନ୍ତ ସାମନ୍ତରାୟ, ଅନନ୍ତ ନାରାୟଣ ଜେନା, ରାଜେନ୍ଦ୍ର କୁମାର ସାହୁ, ଦେବୀ ରଞ୍ଜନ ତ୍ରିପାଠୀ, ବିଜେଡି ନେତା ଆକାଶ ଦାସ ନାଏକ, ଅରିନ୍ଦମ ରାୟ ଏବଂ ବିଭୂତି ବଳବନ୍ତରାୟ ଏହି ତାଲିକାରେ ସ୍ଥାନ ପାଇଛନ୍ତି। ଏମାନେ ପିପିଲି ଉପନିର୍ବାଚନ ପାଇଁ ପ୍ରଚାର ଦାୟିତ୍ୱ ତୁଲାଇବେ ବୋଲି ଦଳ ପକ୍ଷରୁ ଏକ ବିଜ୍ଞପ୍ତି ଜରିଆରେ ସୂଚନା ଦିଆଯାଇଛି। ସେହିପରି କଂଗ୍ରେସ ମଧ୍ୟ ଦଳର ହେଭିଓ୍ବେଟ୍‌ମାନଙ୍କୁ ନେଇ ଏକ ୩୦ ଜଣିଆ ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ କରିଛି। ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ପକ୍ଷରୁ ପ୍ରକାଶିତ ତାଲିକାରେ କଂଗ୍ରେସ ରାଜ୍ୟ ପ୍ରଭାରୀ ଏ. ଚେଲ୍ଲାକୁମାର, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଓ କୋରାପୁଟ ଏମ୍‌ପି ସପ୍ତଗିରି ଉଲାକାଙ୍କ ସମେତ ୮ଜଣ ବିଧାୟକ ସ୍ଥାନ ପାଇଛନ୍ତି। ସେମାନେ ହେଲେ ବିଧାୟକ ଦଳ ନେତା ନରସିଂହ ମିଶ୍ର, ସୁରେଶ କୁମାର ରାଉତରାୟ, ତାରାପ୍ରସାଦ ବାହିନୀପତି, ସନ୍ତୋଷ ସିଂ ସାଲୁଜା, ରମେଶ ଚନ୍ଦ୍ର ଜେନା, ମହମ୍ମଦ ମୋକିମ, ଅଧିରାଜ ମୋହନ ପାଣିଗ୍ରାହୀ ଏବଂ ସି.ଏସ୍‌. ରାଜନ ଏକ୍କା। ତାଲିକାରେ ଥିବା ଅନ୍ୟ ବରିଷ୍ଠ ନେତାମାନେ ହେଲେ ଭକ୍ତ ଚରଣ ଦାସ, ଜି.ରୁଦ୍ର ରାଜୁ, ଚିରଞ୍ଜୀବ ବିଶ୍ୱାଳ, ପ୍ରଦୀପ ମାଝି, ଶରତ ରାଉତ, ବିଶ୍ୱରଞ୍ଜନ ମହାନ୍ତି, ରାଗିଣୀ ନାଏକ, ଜୟଦେବ ଜେନା, ରାମଚନ୍ଦ୍ର ଖୁଣ୍ଟିଆ, ସୁଶିଳା ତିରିଆ, ଶରତ ପଟ୍ଟନାୟକ, ପ୍ରସାଦ ହରିଚନ୍ଦନ, ବିଜୟଲକ୍ଷ୍ମୀ ସାହୁ, ଗଣେଶ୍ୱର ବେହେରା, ବନ୍ଦିତା ପରିଡ଼ା, ସଂଗ୍ରାମ କେଶରୀ ଜେନା, ସ୍ମୃତି ରଞ୍ଜନ ଲେଙ୍କା, ସତ୍ୟପ୍ରକାଶ ନାଏକ ଏବଂ ସାୟିଦ ୟାସିର ନଓ୍ବାଜ ପ୍ରମୁଖ ରହିଛନ୍ତି। ୩ ଦଳର ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ ପାଇବା ପରେ ରବିବାରଠାରୁ ପିପିଲିରେ ପ୍ରଚାର ଆହୁରି ଜୋରଦାର ହେବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…

କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri