କନ୍ଧମାଳ: ୨ଓ୍ବାର୍ଡ କଣ୍ଟେନ୍‌ମେଣ୍ଟ

ଫୁଲବାଣୀ ଅଫିସ, ୩ା୪: ଦୀର୍ଘ ଦିନର ବ୍ୟବଧାନ ପରେ କନ୍ଧମାଳ ଜିଲାକୁ ପୁଣି ଫେରିିଛି କଣ୍ଟେନ୍‌ମେଣ୍ଟ। ସହରର ୨ ନଂ. ୱାର୍ଡ ୮ ଏବଂ ୫ ନଂ. ୱାର୍ଡରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଂକ୍ରମଣକୁ ରୋକିିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏହି ୨ଟି ଓ୍ବାର୍ଡକୁ ଶନିବାର ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି। ଏହି ଅଞ୍ଚଳକୁ ପ୍ରବେଶ ଏବଂ ପ୍ରସ୍ଥାନ ଉପରେ କଟକଣା ଲାଗୁ କରାଯାଇଛି। ଡାକପାଲାର ସ୍କୁଲ ସାହି ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ କରାଯାଇଥିବାରୁ ୱାର୍ଡ ପ୍ରବେଶ ପଥରେ ପୋଲିସ ପକ୍ଷରୁ ଏକ ଅସ୍ଥାୟୀ ଚେକ୍‌ପୋଷ୍ଟ କରାଯାଇଛି। ଫୁଲବାଣୀ ତହସିଲଦାର ଦୀନମଣି ନାୟକଙ୍କୁ ମାଜିଷ୍ଟ୍ରେଟ, ଡାକପାଲା ୟୁପି ସ୍କୁଲ ଶିକ୍ଷୟିତ୍ରୀ ମିନାକ୍ଷୀ ପ୍ରଧାନ ଏବଂ ମାଷ୍ଟରପଡା ୟୁପି ସ୍କୁଲ ଶିକ୍ଷକ ହେମନ୍ତ ମିଶ୍ରଙ୍କୁ ନୋଡାଲ ଅଫିସର ଦାୟିତ୍ୱ ଦିଆଯାଇଛି। ନୋଡାଲ ଅଫିସର ସେଠାକାର ଲୋକମାନଙ୍କୁ କୋଭିଡ୍‌ ବିଷୟରେ ସଚେତନ କରାଇବେ। ସେହିପରି ଲୋକମାନଙ୍କୁ ପନିପରିବା ଏବଂ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ ଲାଗି ପୌର ପରିଷଦ ନିର୍ବାହୀ ଅଧିକାରୀ ବଳଦେବ ବେହେରାଙ୍କୁ ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ବିନ୍‌ ସିଟିରେ ମେଘୁଆ ପାଗ ସହ ହାଲୁକା ବର୍ଷା, ୬ ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି

ଭୁବନେଶ୍ୱର, ୭।୫: ରାଜ୍ୟରେ ଆଶ୍ୱସ୍ତି ଆଣିଛି କାଳବୈଶାଖୀ ବର୍ଷା। ଆଜି ସକାଳେ ଟ୍ବିନ୍‌ ସିଟିରେ ଆକାଶ ମେଘୁଆ ରହିବା ସହ ହାଲୁକା ବର୍ଷା ହୋଇଛି। ରାଜ୍ୟରେ...

ଅଧଘଣ୍ଟାରେ ଅଧା ରାଜଧାନୀ ପ୍ରଭାବିତ

ଭୁବନେଶ୍ୱର, ୭।୫ (ବନ୍ଦନା ସେଠୀ):ରାଜଧାନୀ ଭୁବନେଶ୍ୱରରେ ସୋମବାର କାଳବୈଶାଖୀ ତାଣ୍ଡବ ରଚିଛି। ଅଧଘଣ୍ଟାର ଝଡ଼ତୋଫାନ ସହ ବର୍ଷାରେ ଅଧା ରାଜଧାନୀ ପ୍ରଭାବିତ ହୋଇଛି। ବିଭିନ୍ନ ସ୍ଥାନରେ...

ଭାଜପା ବିରୋଧରେ ପ୍ରଚାର କରିବେ ଉଜ୍ଜଳା ଦିଦି

ଭୁବନେଶ୍ୱର,୭।୫(ଅନୁରାଧା ମହାରଣା):ରାଜ୍ୟର ଉଜ୍ଜଳା ଦିଦିମାନେ ବିଭିନ୍ନ ଦାବି ନେଇ ସୋମବାର ମାଷ୍ଟର କ୍ୟାଣ୍ଟିନ ଛକରେ ଧାରଣା ଦେଇଥିଲେ। ସେମାନଙ୍କ ଦୀର୍ଘଦିନର ଦାବିକୁ କେନ୍ଦ୍ର ସରକାର ଅଣଦେଖା...

ଜଳସ୍ତର କମି ୧୫ ଫୁଟ୍‌ ଜାଗାରେ ୬୫ ଫୁଟ୍‌ ହେଲାଣି

ପଟ୍ଟାମୁଣ୍ଡାଇ, ୭ା୫ (କଳ୍ପତରୁ ନାୟକ):ଅସହ୍ୟ ତାତି ସାଙ୍ଗକୁ ପାଣି ସମସ୍ୟା ଲୋକଙ୍କ ଚିନ୍ତା ବଢ଼ାଇଛି। ସ୍ଥିତି ଏମିତି ଯେ ସବୁଠି ପାଣି ପାଇଁ ହାହାକାର ସ୍ଥିତି...

୬ ବନ୍ୟା ଆଶ୍ରୟସ୍ଥଳ ଅଧାପନ୍ତରିଆ

ଯାଜପୁର,୭ା୫(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ଦେଇ ପ୍ରବାହିତ ନଦୀଗୁଡ଼ିକର ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳ ନିର୍ମାଣ ସମ୍ପୂର୍ଣ୍ଣ ହୋଇପାରିନାହିଁ। ଆଗକୁ କିଛି ସପ୍ତାହ...

ଦାଦନ ଖଟୁଛନ୍ତି ନଗଡ଼ା ଶିଶୁ

ଯାଜପୁର/କାଳିଆପାଣି (ହର୍ଷବର୍ଦ୍ଧନ ବେହେରା/ଅସିତ ମହାନ୍ତ),୭ା୫:ଯାଜପୁର ଜିଲା ସୁକିନ୍ଦା ବ୍ଲକ ଚିଙ୍ଗୁଡିପାଳ ପଞ୍ଚାୟତ ନଗଡ଼ା ଗ୍ରାମରେ ୨୦୧୬ରେ ଅପପୃଷ୍ଟିରୁ ଶିଶୁ ମୃତ୍ୟୁ ଘଟଣା ଅନ୍ତର୍ଜାତୀୟ ଖବର ପାଲଟିଥିଲା।...

ସରକାରୀ ଅନୁଦାନ ସତ୍ତ୍ୱେ ସୁଦୃଢ଼ ହେଉନି ନଦୀବନ୍ଧ

କେନ୍ଦ୍ରାପଡ଼ା, ୭ା୫ (ଜଗନ୍ନାଥ ଧଳ):ସାଧାରଣ ଲୋକଙ୍କ ସୁରକ୍ଷା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା ପ୍ରଣୟନ ସହ ଅନୁଦାନ ଯୋଗାଉଛନ୍ତି। ମାତ୍ର ଏହି ଅନୁଦାନ...

କାଲିର ବିରୋଧୀ ଆଜି ଭାଇ-ଭାଇ

ରାଜନଗର,୭ା୫(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ନେତାଙ୍କ ଦଳ ବଦଳ ରାଜନୈତିକ ଦୃଶ୍ୟପଟରେ ପରିବର୍ତ୍ତନ ଆଣିଛି। ଏଠାରେ ବିଧାୟକ ଧ୍ରୁବ ସାହୁଙ୍କୁ ବିଜେଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri