ଗଛରେ ପିଟିହେଲା କୁକୁଡ଼ା ବୋଝେଇ ଭ୍ୟାନ: ଡ୍ରାଇଭର ମୃତ, ହେଲପର ଗୁରୁତର

ଠାକୁରମୁଣ୍ଡା,୪।୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା-କରଞ୍ଜିଆ ରାସ୍ତାର ଚାଇଁବାଇଁସି ପେଟ୍ରୋଲ ପମ୍ପ ନିକଟରେ ରବିବାର ସକାଳେ ଏକ କୁକୁଡ଼ା ବୋଝେଇ ପିକଅପ୍‌ ଭ୍ୟାନ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଶାଳ ଗଛରେ ପିଟି ହେବାରୁ ଭ୍ୟାନ ଭିତରେ ଚାପି ହୋଇ ଡ୍ରାଇଭରର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଏଥିସହ ଭ୍ୟାନର ହେଲପରଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ଉଦ୍ଧାର କରାଯାଇ ୧୦୮ ଆମ୍ବୁଲାନ୍ସ ଯୋଗେ ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଛି। ପରେ ତାଙ୍କୁ ଚିକିତ୍ସା ପାଇଁ କଟକ ବଡ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି।

ସୂଚନାଯୋଗ୍ୟ,କପିଳାସରୁ କୁକୁଡ଼ା ବୋଝେଇ କରି ଓ ୦୯ କିୟୁ ୦୧୬୮ ବିଶିଷ୍ଟ ପିକ୍‌ଅପ ଭ୍ୟାନ କରଞ୍ଜିଆ ଦେଇ ଠାକୁରମୁଣ୍ଡା ଆସୁଥିବା ସମୟରେ ଆଜି ଭୋର୍‌ ସମୟରେ ପେଟ୍ରୋଲ ପମ୍ପ ନିକଟ ରାସ୍ତା କଡ଼ ଗଛରେ ଯାଇ ଜୋରରେ ପିଟି ହୋଇଥିଲା। ଗଛରେ ପିଟି ହେବାରୁ ଡ୍ରାଇଭର ଗାଡ଼ି ଭିତରେ ଚାପି ହୋଇ ଯାଇଥିଲେ। ମୃତ ଡ୍ରାଇଭର ଜଣକ କେନ୍ଦୁଝର ଅଞ୍ଚଳର ବିଜୟ ଲୋହାର ଏବଂ ଗୁରୁତର ଥିବା ହେଲପର ପାଣୁ। ତାଙ୍କ ଘର କରଞ୍ଜିଆ ନିକଟ କଙ୍କଡ଼ା ଗ୍ରାମରେ ବୋଲି ଜଣାପଡ଼ିଛି। ଘଟଣାସ୍ଥଳରେ ଠାକୁରମୁଣ୍ଡା ପୋଲିସ ପହଞ୍ଚି ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

Gold Price Today : ୨୪ ଶହ ଟଙ୍କା ବଢ଼ିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୧୨: ଚଳିତ ବର୍ଷ ସୁନା ମୂଲ୍ୟରେ ତୀବ୍ର ବୃଦ୍ଧି ଘଟିଛି। ଡିସେମ୍ବର ୨୨ ତାରିଖରେ ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ...

ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ, ପଡିଲା ପଶୁବଳି

ବଲାଙ୍ଗିର,୨୩/୧୨ (ସୁନିଲ କୁମାର ମହାନ୍ତି): ଆଜି ପ୍ରସିଦ୍ଧ ପ୍ରସିଦ୍ଧ ଶୁଲିଆ ଯାତ୍ରା । ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା ଓ ସାନଖଳାରେ ପାରମ୍ପରିକ...

ଚଳନ୍ତା ଟ୍ରକକୁ ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରକ, ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର

ପଟ୍ଟାଙ୍ଗି, ୨୩।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାସ୍ଥିତ ପଡାଲଗୁଡା ଛକ ଉପରେ ଚଳନ୍ତା ଟ୍ରକକୁ ଅନ୍ୟ ଏକ ଟ୍ରକ ପଛ...

ଟ୍ରାକ୍ଟରକୁ ଧକ୍କାଦେଲା ପିକ୍‌ନିକ୍‌ ବସ୍, ୨୦ ଆହତ

ସୋନପୁର: କୁହୁଡି ପାଇଁ ଦୁର୍ଘଟଣା । ସକାଳୁ ସକାଳୁ ବିନିକାରୁ ସଡ଼କ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଏନ୍‌ଏଚ୍ ୧୨୬ (A)ରେ ପିକ୍‌ନିକ୍‌ ବସ୍...

ପାକିସ୍ତାନୀଙ୍କୁ ଔକାତ୍‌ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ, ରାଗିଗଲେ ନକ୍‌ଭି, ICC ନିକଟରେ କରିବେ ଅଭିଯୋଗ

ନୂଆଦିଲ୍ଲୀ,୨୩।୧୨: ପାକିସ୍ତାନ ୧୯ ବର୍ଷରୁ କମ୍‌ ଏସିଆ କପ ଫାଇନାଲରେ ଭାରତ ବିପକ୍ଷରେ ବିଜୟୀ ହୋଇଛି। ରବିବାର ମ୍ୟାଚ ସମୟରେ ଦଳର ପରାମର୍ଶଦାତା ସରଫରାଜ ଅହମ୍ମଦ...

ପୋଲିସ ଷ୍ଟେଶନକୁ ଚାଲି ଚାଲି ଗଲେ ମୃତକ, ଯାହାଙ୍କ ୬୧ ଦିନ ପୂର୍ବରୁ ହୋଇଥିଲା ଶେଷକୃତ୍ୟ, ସମ୍ପୂର୍ଣ୍ଣ ଖବର ଜାଣିଲେ…

ରାୟପୁର,୨୩।୧୨: ଛତିଶଗଡ଼ର ଜଶପୁର ଜିଲାରେ ପଞ୍ଜିକୃତ ଏକ ହତ୍ୟା ମାମଲା ପୋଲିସ ଷ୍ଟେଶନରେ ପହଞ୍ଚିବା ପରେ ସମ୍ପୂର୍ଣ୍ଣ ମୋଡ଼ ନେଇଥିଲା। ମୃତ ବୋଲି ଧରି ଦାହ...

ଶୀତ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ବାଚସ୍ପତି, ଆଜି ମୁଖ୍ୟମନ୍ତ୍ରୀଙ୍କୁ ଦିଆଯିବ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ...

ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ମୃତଦେହ ଆଣିବା ପାଇଁ ଜିଲାପାଳଙ୍କୁ ଅସହାୟ ପରିବାରର ଗୁହାରି 

ଦିଗପହଣ୍ଡି,୨୩|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକଙ୍କ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri