ଗଞ୍ଜାମରେ ପୁଣି କରୋନାର ଆତଙ୍କ

ଛତ୍ରପୁର,୪।୪: ଗଞ୍ଜାମ ଜିଲାରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ପୁଣି ବୃଦ୍ଧି ପାଇଲାଣି। କିଛି ଦିନର ବ୍ୟବଧାନ ପରେ ଦୈନିକ ସଂକ୍ରମଣ ଦୁଇ ଅଙ୍କ ଛୁଇଁଲାଣି। ରବିବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଜିଲାରେ ଆଉ ୧୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମସ୍ତେ ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବ୍ରହ୍ମପୁର ମହାନଗର ନିଗମ ଓ ଗଞ୍ଜାମରୁ ୩ ଜଣ ଲେଖାଏ ଚିହ୍ନଟ ହୋଇଥିବା ବେଳେ ବେଗୁନିଆପଡା, ଛତ୍ରପୁର, ଦିଗପହଣ୍ଡି, କବିସୂର୍ଯ୍ୟନଗର ଓ ଖଲ୍ଲିକୋଟରୁ ଜଣେ ଲେଖାଏ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଅନ୍ୟପକ୍ଷରେ ଜିଲାର ୭ ଜଣ କରୋନାରୁ ସୁସ୍ଥ ହୋଇଥିବା ସୂଚନା ଦିଆଯାଇଛି । ବର୍ତ୍ତମାନ ଜିଲାରେ ୪୦ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି। ଗତ ୨୪ ଘଣ୍ଟାରେ ଜିଲାରେ ୧୯୮୮ ଜଣଙ୍କ କରୋନା ଟେଷ୍ଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ବାପଘରକୁ ଯାଇଥିଲେ ଫୁଲମତି, ଘର ଭାଙ୍ଗି ଆକ୍ରମଣ କଲା ହାତୀ: ଆଉ ତା’ପରେ…

ବଲାଙ୍ଗୀର ୨୬/୧୨ (ସୁନୀଲ କୁମାର ମହାନ୍ତି):ଖପ୍ରାଖୋଲ ବ୍ଲକ ଲାଠୋର ରେଞ୍ଜ ଅନ୍ତର୍ଗତ ବେନ୍ଦେର ପଞ୍ଚାୟତର ଚହକପଡ଼ା ଗ୍ରାମରେ ଗୁରୁବାର ରାତି ପ୍ରାୟ ୩ଟା ସମୟରେ ୩୨...

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri